କଟକ ଅଫିସ,୧୨ା୨- ଚିଲିକା ମଙ୍ଗଳାଯୋଡିରେ ମୋଟର ଚାଳିତ ଡଙ୍ଗା ଚାଲିବା ଘଟଣାର ଶୁଣାଣି ଶୁକ୍ରବାର ହାଇକୋର୍ଟରେ ହୋଇଥିଲା। ହାଇକୋର୍ଟଙ୍କ ପୂର୍ବ ନିର୍ଦ୍ଦେଶ ମୁତାବକ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ(ସିଡ଼ିଏ)ର ୩ ଅଧିକାରୀ ବ୍ୟକ୍ତିଗତ ଭାବେ ହାଜର ହୋଇଥିଲେ। ସିଡ଼ିଏ ମୁଖ୍ୟ କାର୍ଯ୍ୟନିର୍ବାହୀ ସୁଶାନ୍ତ ନନ୍ଦ, ଚିଲିକା ବନଖଣ୍ଡ ଅଧିକାରୀ ଶରତ ମିଶ୍ର ଓ ଜିଲା ମତ୍ସ୍ୟ ଅଧିକାରୀ ଶଶାଙ୍କ ସାହୁ ଭର୍ଚୁଆଲ୍ରେ ହାଜର ହୋଇ ମଙ୍ଗଳାଯୋଡିରେ ମୋଟର ଚାଳିତ ଡଙ୍ଗା ଚାଲୁଥିବା ଘଟଣାକୁ ସ୍ବୀକାର କରିଥିଲେ। ଯେଉଁମାନଙ୍କୁ ଲାଇସେନ୍ସ ଦିଆଯାଇଛି ସେମାନେ ମଙ୍ଗଳାଯୋଡି ଅତିକ୍ରମ କରିବାବେଳେ ମୋଟରର ବ୍ୟବହାର କରିବେ ନାହିଁ ବୋଲି ସର୍ତ୍ତ ରଖାଯାଇଥିବା ସେମାନେ ଅଦାଲତଙ୍କୁ ଅବଗତ କରାଇଥିଲେ। ସେହିପରି ବିଦେଶାଗତ ପକ୍ଷୀଙ୍କ ଆଗମନ ସମୟରେ ମଙ୍ଗଳାଯୋଡି ଅଞ୍ଚଳରେ କୌଣସି ପ୍ରକାର ବ୍ୟାଘାତ ସୃଷ୍ଟି ନ ହେବା ପାଇଁ ମତ୍ସ୍ୟଜୀବୀଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରାଯାଇଥାଏ ବୋଲି ଅଦାଲତଙ୍କୁ ଅବଗତ କରାଯାଇଥିଲା। ହାଇକୋର୍ଟ ମୁଖ୍ୟ ବିଚାରପତି ଏସ୍. ମୁରଲୀଧର ଓ ବିଚାରପତି ରାଧାକୃଷ୍ଣ ପଟ୍ଟନାୟକଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ମାମଲାର ବିଚାର କରି ଆସନ୍ତା ୩ ଦିନ ମଧ୍ୟରେ ମଙ୍ଗଳାଯୋଡିର ମତ୍ସ୍ୟଜୀବୀଙ୍କ ସହ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ ଆଲୋଚନା କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଆସନ୍ତା ୧୮ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ। ଏହି ନିର୍ଦ୍ଦେଶ କେତେଦୂର କାର୍ଯ୍ୟକାରୀ ହୋଇଛି ସେ ସଂକ୍ରାନ୍ତରେ ପରବର୍ତ୍ତୀ ଶୁଣାଣି ସୁଦ୍ଧା ସିଡିଏ କର୍ତ୍ତୃପକ୍ଷ ସତ୍ୟପାଠ ଜରିଆରେ ଜବାବ ଦାଖଲ କରିବେ। ତେବେ ଶୁକ୍ରବାର ଶୁଣାଣିବେଳେ ଏହି ଅଞ୍ଚଳର ମତ୍ସ୍ୟଜୀବୀ ପ୍ରଦୀପ ବେହେରା ଓ ନାବାସ ବେହେରା ପକ୍ଷଭୁକ୍ତ ହୋଇ କେବଳ ମଙ୍ଗଳାଯୋଡି ନୁହେଁ ଚିଲିକାର ନଳବଣ ପକ୍ଷୀବିହାରରେ ମଧ୍ୟ ଏହି ମୋଟର ଚାଳିତ ଡଙ୍ଗାର ବ୍ୟବହାର ଉପରେ କଟକଣା ଲାଗୁ ପାଇଁ ଅଦାଲତଙ୍କୁ ନିବେଦନ କରିଥିଲେ। ଅଦାଲତ ଏହାକୁ ଗ୍ରହଣ କରି ଚିଲିକା ଉନ୍ନୟନ କର୍ତ୍ତୃପକ୍ଷଙ୍କୁ ଏ ସଂକ୍ରାନ୍ତରେ ବିଚାର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
Posted inHome Left, ଆମ ଜିଲା ଖବର, କଟକ View All
ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…
ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…
ରେଳ ଲାଇନ୍ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…
ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…
ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…
ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍. ଉଦୟଗିରି ଥାନା…
IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍ଦାର ବିଜୟ ଦେଲେ ସମୀର ରିଜଭୀ…
ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…
ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…
ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍ ଇଣ୍ଡଷ୍ଟ୍ରିଜ୍। ମଙ୍ଗଳବାର ଅପରାହ୍ନ ପ୍ରାୟ…
ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’
ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…
ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ
ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…
ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…
ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…
Archives

