ଗ୍ରାମ୍ୟ ଉନ୍ନୟନ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ

ରାୟଗଡ଼ା,୨।୮(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଉପରସାଜା ଗ୍ରାମରେ କଲଭର୍ଟ ଭୁଶୁଡ଼ି ୫ଜଣଙ୍କ ମୃତ୍ୟୁ ଘଟଣାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ରାୟଗଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗର ୩ ଯନ୍ତ୍ରୀଙ୍କୁ ନିଲମ୍ବନ କରାଯାଇଛି। ସେମାନେ ହେଲେ ନିର୍ବାହୀ ଯନ୍ତ୍ରୀ ପ୍ରଦୀପ କୁମାର ମହାନ୍ତି, ସହକାରୀ ନିର୍ବାହୀ ଯନ୍ତ୍ରୀ ଭେଙ୍କଟ ରମଣ ମୁଦୁଲି ଏବଂ କନିଷ୍ଠ ଯନ୍ତ୍ରୀ ରାଜେଶ କୁମାର ମଣ୍ଡଳ ା ଅନ୍ୟପକ୍ଷରେ କଲ୍ୟାଣସିଂହପୁର ଥାନାରେ ଠିକାଦାର ବି. ଜ୍ୟୋତିଙ୍କ ନାମରେ ଏକ ମାମଲା ରୁଜୁ ହୋଇଥିବା ଜିଲାପାଳ ସ୍ବଧାଦେବ ସିଂ ସୂଚନା ଦେଇଛନ୍ତି। ସ୍ଥାନୀୟ ସରପଞ୍ଚ ଶ୍ୟାମଦାସ କଣ୍ଡାଗରିଙ୍କ ଅଭିଯୋଗକୁ ଭିତ୍ତିକରି ପୋଲିସ ମାମଲା ରୁଜୁ କରିଛି। ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ ସିଂ କହିବା ସହ ରାଜ୍ୟ ଗ୍ରାମ୍ୟ ଉନ୍ନୟନ ବିଭାଗ ସଚିବଙ୍କ କାର୍ଯ୍ୟାଳୟରୁ ଆସିଥିବା ଚିଠି ଗଣମାଧ୍ୟମକୁ ଦେଖାଇଥିଲେ ା ସୂଚନାଯୋଗ୍ୟ, କଲ୍ୟାଣସିଂହପୁର ବ୍ଲକର ଉପରସାଜା ଗ୍ରାମରେ ସୋମବାର ସକାଳେ ନିର୍ମାଣାଧୀନ କଲଭର୍ଟ ଭୁଶୁଡ଼ି ପଡ଼ିବାରୁ ନାଳରେ ଗାଧୋଉଥିବା ୪ ଶିଶୁଙ୍କ ସମେତ ୫ ଜଣଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରୁ ୨ଜଣ ବାପପୁଅ ହୋଇଥିବା ବେଳେ ଅନ୍ୟ୨ ଜଣ ଭାଇ ବୋଲି ଜଣାପଡ଼ିଛି। ଅପରପକ୍ଷେ ଏକାଧିକ ଠିକାଦାରଙ୍କ ଦ୍ୱାରା ନିମ୍ନମାନର କାର୍ଯ୍ୟ ଯୋଗୁ ଏଭଳି ଘଟଣା ଘଟିଥିବା ସ୍ଥାନୀୟ ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri