ଗ୍ରାମ୍ୟ ଉନ୍ନୟନ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ

ରାୟଗଡ଼ା,୨।୮(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଉପରସାଜା ଗ୍ରାମରେ କଲଭର୍ଟ ଭୁଶୁଡ଼ି ୫ଜଣଙ୍କ ମୃତ୍ୟୁ ଘଟଣାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ରାୟଗଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗର ୩ ଯନ୍ତ୍ରୀଙ୍କୁ ନିଲମ୍ବନ କରାଯାଇଛି। ସେମାନେ ହେଲେ ନିର୍ବାହୀ ଯନ୍ତ୍ରୀ ପ୍ରଦୀପ କୁମାର ମହାନ୍ତି, ସହକାରୀ ନିର୍ବାହୀ ଯନ୍ତ୍ରୀ ଭେଙ୍କଟ ରମଣ ମୁଦୁଲି ଏବଂ କନିଷ୍ଠ ଯନ୍ତ୍ରୀ ରାଜେଶ କୁମାର ମଣ୍ଡଳ ା ଅନ୍ୟପକ୍ଷରେ କଲ୍ୟାଣସିଂହପୁର ଥାନାରେ ଠିକାଦାର ବି. ଜ୍ୟୋତିଙ୍କ ନାମରେ ଏକ ମାମଲା ରୁଜୁ ହୋଇଥିବା ଜିଲାପାଳ ସ୍ବଧାଦେବ ସିଂ ସୂଚନା ଦେଇଛନ୍ତି। ସ୍ଥାନୀୟ ସରପଞ୍ଚ ଶ୍ୟାମଦାସ କଣ୍ଡାଗରିଙ୍କ ଅଭିଯୋଗକୁ ଭିତ୍ତିକରି ପୋଲିସ ମାମଲା ରୁଜୁ କରିଛି। ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ ସିଂ କହିବା ସହ ରାଜ୍ୟ ଗ୍ରାମ୍ୟ ଉନ୍ନୟନ ବିଭାଗ ସଚିବଙ୍କ କାର୍ଯ୍ୟାଳୟରୁ ଆସିଥିବା ଚିଠି ଗଣମାଧ୍ୟମକୁ ଦେଖାଇଥିଲେ ା ସୂଚନାଯୋଗ୍ୟ, କଲ୍ୟାଣସିଂହପୁର ବ୍ଲକର ଉପରସାଜା ଗ୍ରାମରେ ସୋମବାର ସକାଳେ ନିର୍ମାଣାଧୀନ କଲଭର୍ଟ ଭୁଶୁଡ଼ି ପଡ଼ିବାରୁ ନାଳରେ ଗାଧୋଉଥିବା ୪ ଶିଶୁଙ୍କ ସମେତ ୫ ଜଣଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରୁ ୨ଜଣ ବାପପୁଅ ହୋଇଥିବା ବେଳେ ଅନ୍ୟ୨ ଜଣ ଭାଇ ବୋଲି ଜଣାପଡ଼ିଛି। ଅପରପକ୍ଷେ ଏକାଧିକ ଠିକାଦାରଙ୍କ ଦ୍ୱାରା ନିମ୍ନମାନର କାର୍ଯ୍ୟ ଯୋଗୁ ଏଭଳି ଘଟଣା ଘଟିଥିବା ସ୍ଥାନୀୟ ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚମ୍ପୁଆରୁ ମୁରଲୀ, ଫକୀରମୋହନ ତେଲକୋଇରୁ ଭାଜପା ବିଧାୟକ ପ୍ରାର୍ଥୀ

କେନ୍ଦୁଝର,୨୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ)ଦୀର୍ଘଦିନ ଧରି ଘୋଷଣା ହୋଇପାରୁ ନ ଥିବା ଚମ୍ପୁଆ ଓ ତେଲକୋଇ ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଶନିବାର ପ୍ରାର୍ଥୀଙ୍କ ନାମ ଘୋଷଣା କରିିଛି।...

ଟୁକୁନୀଙ୍କ ମନ୍ତବ୍ୟକୁ ନେଇ ପଦ୍ମପୁରରେ ଝଡ଼

ପଦ୍ମପୁର, ୨୮ା୪(ପ୍ରଦୀପ୍ତ ଦାଶ)ବଲାଙ୍ଗୀର ଜିଲା ଟିଟିଲାଗଡ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟକ ପ୍ରାର୍ଥତ୍ନୀ...

ବରୀରେ ପ୍ରାର୍ଥୀ ଘୋଷଣା କରିପାରୁନି ଭାଜପା

ବରୀ,୨୮ା୪(ମହେନ୍ଦ୍ର ସ୍ବାଇଁ)ଯାଜପୁର ଜିଲାର ବରୀ ନିର୍ବାଚନମଣ୍ଡଳୀରେ ଭାଜପା ଏଯାଏ ପ୍ରାର୍ଥୀ ଦେଇପାରିନାହିଁ। ଏଠାରେ ବିଜେଡି ବିଶ୍ୱରଞ୍ଜନ ମଲ୍ଲିକ ଓ କଂଗ୍ରେସ ଆରତୀ ଦେଓଙ୍କୁ ପ୍ରାର୍ଥୀ କରିବା...

ଭାଜପା,ବିଜେଡି କଳହପ୍ରିୟ: ଅଜୟ କୁମାର

କଟକ, ୨୮ା୪(ଶିଳ୍ପା ପ୍ରିୟଦର୍ଶିନୀ)ବାରବାଟୀ-କଟକ କଂଗ୍ରେସ ପକ୍ଷରୁ କଂଗ୍ରେସ ସମାବେଶ କଟକସ୍ଥିତ ଖ୍ରୀଷ୍ଟିଆନ୍‌ ପଡିଆଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ବରିଷ୍ଠ କଂଗ୍ରେସ ନେତା ଇଂ. ମହମ୍ମଦ ମୋକିମଙ୍କ...

ଡବଲ ଇଞ୍ଜିନ ନୁହେଁ, ଯୋଡି ଶଙ୍ଖ ଦରକାର: ପାଣ୍ଡିଆନ

ନୂଆପଡ଼ା,୨୮ା୪ (ମକାରୁ ବେମାଲ)୫-ଟି ଅଧ୍ୟକ୍ଷ ତଥା ବିଜେଡି ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର ନୂଆପଡ଼ା ଜିଲା ଗସ୍ତରେ ଆସି ସ୍ଥାନୀୟ ମିନି ଷ୍ଟାଡିୟମଠାରେ ଆୟୋଜିତ...

ଅପରାଧପ୍ରବଣ ରାଉରକେଲା ରେଳଷ୍ଟେଶନ

ରାଉରକେଲା,୨୮ା୪(ସଙ୍ଗୀତା ଜେନା)ଦକ୍ଷିଣ ପୂର୍ବ ରେଳପଥ ଅଧୀନରେ ଥିବା ରାଉରକେଲା ରେଳ ଷ୍ଟେଶନର ପ୍ରମୁଖତା ରହିଆସିଛି। ଦୂରଦୂରାନ୍ତକୁ ଯାତ୍ରା କରିବା ପାଇଁ ପ୍ରତିଦିନ ଏହି ଷ୍ଟେଶନକୁ ହଜାର...

୫ ବର୍ଷର ରିପୋର୍ଟ କାର୍ଡ ଦେଲେ ସପ୍ତଗିରି

ରାୟଗଡ଼ା,୨୮ା୪(ଆଶିଷ ରଞ୍ଜନ ପଣ୍ଡା)କୋରାପୁଟ ଏମ୍‌ପି ସପ୍ତଗିରି ଉଲାକାଙ୍କ ରାୟଗଡ଼ାସ୍ଥିତ ବାସଭବନରେ ଶନିବାର ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି ା ଉକ୍ତ ସମ୍ମିଳନୀରେ ଏମ୍‌ପି ସପ୍ତଗିରି...

ହିନ୍ଦୋଳରୁ ଲଢ଼ିବେ ସୀମାରାଣୀ

ଢେଙ୍କାନାଳ,୨୮ା୪(ରତନ ନାୟାର)ଢେଙ୍କାନାଳ ଜିଲା ହିନ୍ଦୋଳ ବିଧାନସଭା କ୍ଷେତ୍ରରୁ ତୃତୀୟ ଥର ପାଇଁ ନିର୍ବାଚନ ଲଢ଼ିବେ ବିଧାୟିକା ସୀମାରାଣୀ ନାୟକ। ଶନିବାର ଭାଜପା ପକ୍ଷରୁ ତାଙ୍କୁ ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri