ଗୋଟିଏ ଦିନରେ ଦାୟିତ୍ୱ ଗ୍ରହଣ କଲେ ୩ ଅଧିକାରୀ

ଗଞ୍ଜାମ,୧୫ା୧୦(ଡି.ଏନ୍‌.ଏ.): ଗଞ୍ଜାମରେ ଥିବା ବିଭିନ୍ନ କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ବିଭିନ୍ନ ପଦବୀ ଖାଲି ପଡ଼ିଥିଲା। ଗୋଟିଏ ଦିନରେ ୩ ପ୍ରମୁଖ ଅଧିକାରୀ ତଥା ବ୍ଲକ କାର୍ଯ୍ୟାଳୟ ନୂତନ ବିଡିଓ ଭାବେ ଜସ୍ମିନ ପ୍ରଧାନ, ନୂତନ ଏନ୍‌ଏସି ଇଓ ଭାବେ ଅବିନାଶ ମିଶ୍ର ଓ ଗଞ୍ଜାମ ଥାନାରେ ନୂତନ ଆଇଆଇସି ଭାବେ ସନ୍ତୋଷ କୁମାର ବେହେରା ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ବିଡିଓ ବିଶ୍ୱଜିତ ରାଏ ରଙ୍ଗେଇଲୁଣ୍ଡା ବ୍ଲକକୁ ବଦଳି ହୋଇଥିବା ବେଳେ ଗଞ୍ଜାମ ଥାନା ଆଇଆଇସି ସୁଦୀପ୍ତ କୁମାର ସାହୁ ଚମାଖଣ୍ଡି ଥାନାକୁ ବଦଳି ହୋଇଥିବା ଜଣାପଡ଼ିଛି। ସେହିପରି ଏନ୍‌ଏସିରେ ଗଞ୍ଜାମ ତହସିଲଦାର ଅରୁଣ କୁମାର ନାୟକ କାର୍ଯ୍ୟ ତୁଲାଇ ଆସୁଥିଲେ। ଶୁକ୍ରବାର ସନ୍ଧ୍ୟାରେ ଦୁଇ ଅଧିକାରୀ ତଥା ବିଡିଓ ପ୍ରଧାନ ଏବଂ ଇଓ ମିଶ୍ରଙ୍କୁ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା, ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ, ୧୫ ନଂ ଜିଲାପରିଷଦ ସଭ୍ୟ ସନାତନ ବେହେରା, ୧୪ ନଂ ଜିଲାପରିଷଦ ସଭ୍ୟ ପ୍ରତିନିଧି ଗଗନ ସ୍ବାଇଁ,ଏନ୍‌ଏସି ବିଜେଡି ଯୁବ ସଭାପତି ସୁଧୀର କୁମାର ପାଢ଼ୀ, ଛାତ୍ର ସଭାପତି ରାକେଶ ରଞ୍ଜନ ଦାସ, ଜିଲାଛାତ୍ର ଉପସଭାପତି ଲିଙ୍ଗରାଜ ମହାପାତ୍ର, ପୂର୍ବତନ ଏନ୍‌ଏସି ଉପାଧ୍ୟାକ୍ଷ ନୀଳାଞ୍ଚଳ ବାରିକି, ପୂର୍ବତନ ବ୍ଲକ ଅଧ୍ୟକ୍ଷ ସୁରଥ ପାହନ, ରାଜପୁର ସରପଞ୍ଚ ରଞ୍ଜନ ପଲାଇ, ପାଳିବନ୍ଧ ସରପଞ୍ଚ ସଂଯୁକ୍ତା ପ୍ରଧାନ, ହୁମା ସରପଞ୍ଚ ଜାନକୀ ଦାସ, ବରିଷ୍ଠ ବିଜେଡି ନେତା ବଟକୃଷ୍ଣ ପଣ୍ଡା ପ୍ରମୁଖ ଉପସ୍ଥିତ ରହି ସ୍ବାଗତ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଳ ଆଲୁମିନା CSR ପ୍ରତାରଣା ଅଭିଯୋଗ: ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ଘେରାଉ କଲେ ଶତାଧିକ ଖଣି ପ୍ରଭାବିତ ଅଞ୍ଚଳବାସୀ

ଥୁଆମୂଳ ରାମପୁର, ୭।୭ (ଦୁର୍ଗା କୀର୍ତ୍ତି): ଉତ୍କଳ ଆଲୁମିନା କମ୍ପାନୀର ସାମାଜିକ ଦାୟିତ୍ୱବୋଧ (CSR) କାର୍ଯ୍ୟକ୍ରମରେ ବ୍ୟାପକ ଅନିୟମିତତା ଓ ପ୍ରତିଶ୍ରୁତି ଖିଲାପ ପ୍ରତିବାଦରେ ଆଜି କଳାହାଣ୍ଡି…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri