ଠକ ସଂସ୍ଥାର ୩ ଅଧିକାରୀ ଅଟକ: ଚାକିରି, ଋଣ କରାଇଦେବେ କହି ନେଉଥିଲେ ଟଙ୍କା

ପାରଳାଖେମୁଣ୍ଡି,୨୩ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ବେକାର ଯୁବତୀ ଯୁବକଙ୍କୁ ବିଭିନ୍ନ ଚାକିରି ଆଉ ସେମାନଙ୍କ ପାଇଁ ଋଣ କରାଇଦେବା ଏବଂ ଘରେ ବସି ଡିଜିଟାଲରେ ଟଙ୍କା ରୋଜଗାର କରିବା ପ୍ରଲୋଭନ ଦେଖାଇ ଠକୁଥିବା ଏକ ସଂସ୍ଥାର ୩ ଜଣଙ୍କୁ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅଟକ ରଖିଛି। ସେମାନଙ୍କ ମଧ୍ୟରେ ସମ୍ବଲପୁରର ୨ ଜଣ ଏବଂ ଅନ୍ୟ ଜଣେ ଗଜପତି ଜିଲା ଲାଇଲାଇ ଅଞ୍ଚଳର ବୋଲି ଜଣାପଡିଛି। ଏମାନେ ବିନା ଅନୁମତିରେ ସରକାରୀ ସଭାଗୃହରେ କର୍ମଶାଳା କରୁଥିଲେ।
ପାରଳାଖେମୁଣ୍ଡିସ୍ଥିତ ଗ୍ରାମୀଣ ଆତ୍ମ ନିଯୁକ୍ତି ପ୍ରଶିକ୍ଷଣ ସଭାଗୃହରେ ପଶ୍ଚିମବଙ୍ଗର ସୁହାନା ଟ୍ରଷ୍ଟ/ସୁଇମ ଗ୍ରୁପ ଅଫ କମ୍ପାନୀ ନାମକ ଏକ ସଂସ୍ଥା କେତେଜଣ ବେକାର ଯୁବତୀ ଯୁବକଙ୍କୁ ନେଇ କର୍ମଶାଳା କରୁଥିବା ଜଣାପଡିିଥିଲା। ଉକ୍ତ ସଂସ୍ଥା ଋଣ ଯୋଗାଇବା, ଚାକିରି ଦେବା ଏବଂ ଘରେ ବସି ମାସିକ ହଜାର ହଜାର ଟଙ୍କା କିପରି ରୋଜଗାର କରିହେବ ସେ ନେଇ ଡିଜିଟାଲ କର୍ମଶାଳା କରିଥିଲା। ସଂସ୍ଥାର ୩ ଅଧିକାରୀଙ୍କ ସମେତ କେତେଜଣ ଯୁବତୀ ମଞ୍ଚରେ ବସି ଯୁବତୀ ଯୁବକଙ୍କୁ ଆକୃଷ୍ଟ କଲାଭଳି ଭାଷଣ ଦେଉଥିଲେ। ତେବେ କେଜେଣ ଗଣମାଧ୍ୟମ ପ୍ରତିନିଧି ପହଞ୍ଚି ତଥ୍ୟ ସଂଗ୍ରହ କରିବାରୁ ଶତାଧିକ ଯୁବତୀ ଯୁବକ ଉକ୍ତ ସଂସ୍ଥାକୁ ୨୫୦ ଟଙ୍କାରୁ ୫୦୦୦ ଟଙ୍କା ପର୍ଯ୍ୟନ୍ତ ଦେଇଥିବା ପ୍ରକାଶ କରିଥିଲେ। ଏପରି କର୍ମଶାଳା ହେଉଥିବା ଖବରପାଇ ଜିଲା ପ୍ରଶାସନ ପକ୍ଷରୁ ଡେପୁଟି କଲେକ୍ଟର ତ୍ରିନାଥ ସାହୁ ପହଞ୍ଚି ତଦନ୍ତ କରି ପାରଳାଖେମୁଣ୍ଡି ଆଦର୍ଶ ଥାନାକୁ ସୂଚନା ଦେଇଥିଲେ। ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ଠକ ସଂସ୍ଥାର ୩ ଅଧିକାରୀଙ୍କୁ ଥାନାକୁ ଆଣି ଅଟକ ରଖିଛି। ଅନ୍ୟପଟେ ଟଙ୍କା ଦେଇଥିବା ଯୁବତୀଯୁବକମାନେ ପାରଳାଖେମୁଣ୍ଡି ଆଦର୍ଶ ଥାନାର ଦ୍ବାରସ୍ଥ ହୋଇଛନ୍ତି। ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ସଭା ଗୃହ ଜିଲା ପରିଷଦ ଅଧୀନରେ ପରିଚାଳିତ ହେଉଛି। ସେଠାରେ ଅଭିଯୁକ୍ତମାନଙ୍କୁ କର୍ମଶାଳା କରିବା ପାଇଁ କିଏ ଅନୁମତି ଦେଲେ ବୋଲି ଜିଲା ପରିଷଦର ଅତିରିକ୍ତ ନିର୍ବାହୀ ଅଧିକାରୀ ପୃଥିବୀରାଜ ମଣ୍ଡଳଙ୍କୁ ପଚାରିବାରୁ ସେ କହିଛନ୍ତି, କିଛି ଦିନ ପୂର୍ବରୁ ସଭାଗୃହ ବ୍ୟବହାର ପାଇଁ ଏକ ଦରଖାସ୍ତ ଆସିଥିଲେ ମଧ୍ୟ ତାହାକୁ ଖାରଜ କରାଯାଇଥିଲା ବୋଲି ଜଣାଇଛନ୍ତି। ଏ ବାବଦରେ ସେମାନଙ୍କ ଠାରୁ କୌଣସି ସଭାଗୃହ ବାବଦରେ ଭଡା ମଧ୍ୟ ନିଆଯାଇ ନ ଥିବା ସେ ପ୍ରକାଶ କରିଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

ପରକୀୟା ପ୍ରୀତିକୁ କେନ୍ଦ୍ରକରି ଯୁବକଙ୍କୁ ହତ୍ୟା ଉଦ୍ୟମ: କାତି ଜବତ, ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୧୬|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଉଡ଼ିଆ ଗ୍ରାମରେ ପରକୀୟା ପ୍ରୀତିକୁ କେନ୍ଦ୍ରକରି ଶୁକ୍ରବାର ସନ୍ଧ୍ୟାରେ ଗ୍ରାମର ବଳରାମ ପ୍ରଧାନ(୨୬)ଙ୍କ ବେକକୁ କାତିରେ ଚୋଟ…

ଚେକ୍‌ ଡ୍ୟାମ୍‌ ନିର୍ମାଣକୁ ଚାଷୀଙ୍କ ବିରୋଧ

ଲାଠୋର,୧୬।୫(ଭୁବନେଶର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଟଙ୍କପାଣି ପଞ୍ଚାୟତ ପତ୍ରାପାଲି ଗ୍ରାମ ଏବଂ ବରଗଡ଼ ଜିଲା ପାଇକମାଲ ବ୍ଲକ ଝାରବନ୍ଧ ପଞ୍ଚାୟତ ମେନକାମୁଣ୍ଡା ଗ୍ରାମର ଚାଷୀମାନେ…

ଚିତା ବାଘ ଛାଲ, ଅଫୁଟା ବୋମା,ଅସ୍ତ୍ରଶସ୍ତ୍ର ଜବତ: ତିନି ଗିରଫ

ପାତ୍ରପୁର, ୧୬।୫ (ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅଞ୍ଚଳରେ ପୋଲିସ ଚଢ଼ାଉ କରି ଚିତା ବାଘ ଛାଲ ସହ ଅଫୁଟା ବୋମା ଓ…

ବାହାଘରକୁ ହୋଇଥିଲା ବର୍ଷେ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ: ବାହୁନି ବାହୁନି କାନ୍ଦୁଛି …

ଚାନ୍ଦବାଲି, ୧୬/୦୫ (ଅଶୋକ ପଣ୍ଡା/କିଷାନ )ପାତ୍ର: ସାବିତ୍ରୀ ବ୍ରତ ଦିନ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri