ଓଲା ଗାଡ଼ି ଅପହରଣ କରି ୩ ଗିରଫ

କେନ୍ଦ୍ରାପଡା ଅଫିସ/ପଟ୍ଟାମୁଣ୍ଡାଇ (ସ୍ବ.ପ୍ର.),୨୫।୯: ଭୁବନେଶ୍ୱରରୁ ଏକ ଓଲା ଗାଡ଼ିକୁ ଅପହରଣ କରିବା ଘଟଣାରେ ପୋଲିସ ୩ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ରାଜନଗର ଥାନା ଗଳିଦଣ୍ଡା ଗ୍ରାମର ତ୍ରିଲୋଚନ ସାମନ୍ତରାୟ ଓରଫ ଦିପୁ, ପଟ୍ଟାମୁଣ୍ଡାଇ ଥାନା ଡାମରପଙ୍କ ବାଲିପାଟଣା ଗ୍ରାମର ପରେଶ ପରିଡା ଓରଫ ଗୁନୁରୀ ଓ ବିଶ୍ୱଜିତ ବାଇ ଓରଫ କୁଲୁ। ଏ ନେଇ ଥାନାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଏସ୍‌ପି ନୀତିଶେଖର ସୂଚନା ଦେଇଛନ୍ତି। ସୂଚନା ଅନୁସାରେ, ଗତ ୨୩ ତାରିଖରେ ଅଭିଯୁକ୍ତମାନେ ଭୁବନେଶ୍ୱର ମାଷ୍ଟରକାଣ୍ଟିନ ନିଟକରୁ କେନ୍ଦ୍ରାପଡ଼ା ଆସିବା ପାଇଁ ଓଲା କାର୍‌ (ନଂ.-ଓଡି-୩୩-ଏକ୍ସ-୧୦୬୮) ବୁକ୍‌ କରିଥିଲେ। କଟକ ଜିଲା ନିଶ୍ଚିନ୍ତକୋଇଲି ନିକଟରେ କାର୍‌ ଚାଳକ ବିଜୟ ନାୟକଙ୍କ ମୁଣ୍ଡରେ ସେମାନେ ବନ୍ଧୁକ ଲଗାଇ ଗାଡ଼ି ଚାବି ଓ ମନିପର୍ସରେ ଥିବା ଟଙ୍କା ଛଡାଇ ନେଇଥିଲେ। ଏଥିସହିତ ବିଜୟଙ୍କ ହାତଗୋଡ଼ ବାନ୍ଧି କାର ଡିକିରେ ପକାଇ ଦେଇଥିଲେ। ଅଭିଯୁକ୍ତମାନେ ପଟ୍ଟାମୁଣ୍ଡାଇରେ ପହଞ୍ଚତ୍ବା ପରେ ବିଜୟ କୌଶଳକ୍ରମେ ଗାଡି ଭିତରୁ ବାହାରକୁ ବାହାରି ଯିବାରୁ ଘଟଣା ସମ୍ପର୍କରେ ଜଣାପଡିଥିଲା। ଏହି ରାକେଟରେ ୪ ଜଣ ସମ୍ପୃକ୍ତ ଥିବା ବେଳେ ୩ ଜଣ ଗିରଫ ହୋଇଛନ୍ତି, ଜଣେ ଫେରାର ଅଛନ୍ତି। ସେମାନଙ୍କଠାରୁ ଗୋଟିଏ ଗୁଳି ବହୀନ ଦେଶୀ ବନ୍ଧୁକ, ୫ଟି ମୋବାଇଲ ଓ ଡ୍ରାଇଭରଙ୍କଠାରୁ ଲୁଟି ନେଇଥିବା ମନିପର୍ସରେ ଥିବା ୬ ହଜାର ଟଙ୍କା ପୋଲିସ ଜବତ କରିଛି। ଏଥିସହିତ ଅଭିଯୁକ୍ତମାନେ ବ୍ୟବହାର କରୁଥିବା ୨ଟି ଦାମି ବାଇକ୍‌ ଭୁବନେଶ୍ୱରରୁ ଜବତ ହୋଇଥିବା ଏସ୍‌ପି ନୀତିଶେଖର ସୂଚନା ଦେଇଛନ୍ତି। ଏ ନେଇ ପଟ୍ଟାମୁଣ୍ଡାଇ ଥାନା ପୋଲିସ ମାମଲା (ନଂ.-୩୬୦/୨୦ ରୁଜୁ କରିଛି। ଖବରଦାତା ସମ୍ମିଳନୀରେ ଏସ୍‌ଡିପିଓ ରଞ୍ଜନ କୁମାର ଦେ, ଥାନା ଅଧିକାରୀ ରାକେଶ କୁମାର ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ

କଟକ, ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିପାଳ। ପାର୍କର ବିଭିନ୍ନ କାମର ଅଗ୍ରଗତି…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତ ବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ…

କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା…

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

ଆର୍‌ଟିଓ ଅଫିସରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା ସବୁ

ଗଜପତି,୨୯ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଜଳିଯାଇଛି କମ୍ପ୍ୟୁଟର ପ୍ରକୋଷ୍ଠ। ଅଗ୍ନିକାଣ୍ଡର କାରଣ ଏବେବି ଅସ୍ପଷ୍ଟ…

ଆନ୍ଧ୍ରରେ ଅଟୋ ଓଲଟି ଓଡ଼ିଆ ଶ୍ରମିକଙ୍କ ଜୀବନ ଗଲା

ରାଇକିଆ,୨୯ା୮(ପ୍ରଦୀପ କୁମାର ବେହେରା): ଦାଦନ ଖଟିବାକୁ ଯାଇ ପୁଣି ଜଣେ କନ୍ଧମାଳ ଶ୍ରମିକ ପ୍ରାଣ ହରାଇଛନ୍ତି। ଆନ୍ଧ୍ରପ୍ରଦେଶର ଅଙ୍ଗୁଲୁ ଜିଲା ଅନ୍ତର୍ଗତ ମେଜରମେଣ୍ଟାଠାରେ ଚଳିତ ମାସ ୨୪…

୨ କିନ୍ନର ଗୋଷ୍ଠୀ ମୁହାଁମୁହିଁ: ୭ ଆହତ, ୩ ଗୁରୁତର

ଭଦ୍ରକ,୨୯।୮(ସନାତନ ରାଉତ): ଭଦ୍ରକ ଚରମ୍ପା ରେଳ ଓଭର ବ୍ରିଜ ନିକଟରେ ଦୁଇ କିନ୍ନର ଗୋଷ୍ଠୀଙ୍କ ମଧ୍ୟରେ ଶୁକ୍ରବାର ରାତିରେ ମୁହାଁମୁହିଁ ହୋଇଛନ୍ତି। ଗୋଟିଏ କିନ୍ନର ଗୋଷ୍ଠୀ ଆକ୍ରମଣରେ…

ଭାତପୁରା ସ୍କୁଲରେ ଅବ୍ୟବସ୍ଥା: ବିପଦରେ ୧୬୨ ଛାତ୍ରଛାତ୍ରୀ

ଜମନକିରା,୨୯।୮(ରବିନ୍ଦ୍ର ପ୍ରସାଦ ଦାନୀ): ଜମନକିରା ବ୍ଲକ ଡିମିରୀମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ଭାତପୁରା ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଭିତ୍ତିଭୂମିର ଦୁରବସ୍ଥା ଯୋଗୁଁ ୧୬୨ ଛାତ୍ରଛାତ୍ରୀ ବିପଦସଙ୍କୁଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri