୩ ଅଧ୍ୟାଦେଶ, ୫ ବିଲ୍‌ ଉପସ୍ଥାପିତ

ଭୁବନେଶ୍ୱର,୨୧। ୧୧(ବ୍ୟୁରୋ): ଶୁକ୍ରବାର ବିଧାନସଭା ଶୀତ ଅଧିବେଶନର ପ୍ରଥମ ଦିନରେ ୩ଟି ଅଧ୍ୟାଦେଶ ଏବଂ ୫ଟି ବିଲ୍‌କୁ ଗୃହରେ ଆଗତ କରାଯାଇଛି। ଆଗତ ଅଧ୍ୟାଦେଶ ମଧ୍ୟରୁ ଶ୍ରମମନ୍ତ୍ରୀ ସୁଶାନ୍ତ ସିଂ ଚୁକ୍ତିଭିତ୍ତିକ ଶ୍ରମିକ(ବିନିୟମ ଓ ଉଚ୍ଛେଦ) ଓଡ଼ିଶା ସଂଶୋଧନ ଅଧ୍ୟାଦେଶ-୨୦୨୦ ଏବଂ କମ୍ପାନୀ ଓଡ଼ିଶା ସଂଶୋଧନ ଅଧ୍ୟାଦେଶ-୨୦୨୦କୁ ଉପସ୍ଥାପନ କରିଥିଲେ। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଓଡ଼ିଶା କୃଷିଜାତ ଦ୍ରବ୍ୟ ଓ ପଶୁ ସମ୍ପଦ ବିପଣନ (ବିକାଶ ଓ ସୁଗମତା) ଦ୍ୱିତୀୟ ଅଧ୍ୟାଦେଶ-୨୦୨୦କୁ ଗୃହରେ ଉପସ୍ଥାପନ କରିଥିଲେ। ସେହିଭଳି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତରଫରୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ୍‌ ଓଡ଼ିଶା ଲୋକାୟୁକ୍ତ(ସଂଶୋଧନ) ବିଲ୍‌-୨୦୨୦ ଏବଂ ଓଡ଼ିଶା ଅତ୍ୟାବଶ୍ୟକ ସେବା (ରକ୍ଷଣାବେକ୍ଷଣ) ସଂଶୋଧନ ବିଲ୍‌-୨୦୨୦ ଗୃହରେ ଉପସ୍ଥାପନ କରିଥିଲେ। ଏହାସହ ଓଡ଼ିଶା ସ୍ଥାନୀୟ ପାଣ୍ଠି ସମୀକ୍ଷା (ସଂଶୋଧନ) ବିଲ୍‌- ୨୦୨୦କୁ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ, ଓଡ଼ିଶା ସାମୁଦ୍ରିକ ପରିଷଦ ବିଲ୍‌-୨୦୨୦କୁ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଏବଂ ଓଡ଼ିଶା ଔଦ୍ୟୋଗିକ ଭିିତ୍ତିଭୂମି ଉନ୍ନୟନ ନିଗମ (ସଂଶୋଧନ) ବିଲ୍‌-୨୦୨୦କୁ ଶିଳ୍ପ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଗୃହରେ ଉପସ୍ଥାପନ କରିଥିଲେ। ଓଡ଼ିଶା ବିଧାନସଭା କାର୍ଯ୍ୟବିଧି ଓ କାର୍ଯ୍ୟ ପରିଚାଳନା ନିୟମାବଳୀର ନିୟମ ୧୫-କ ଅନୁଯାୟୀ ବିଧାନସଭାର ଗତ ଅଧିବେଶନରେ ପ୍ରାରମ୍ଭିକ ବୈଠକ ଦିବସ ଅର୍ଥାତ୍‌ ସେପ୍ଟେମ୍ବର ୨୯ ଠାରୁ ରାଜ୍ୟପାଳଙ୍କ ସମ୍ମତି ଲାଭ କରିଥିବା ବିଲ୍‌ ବିଧାନସଭା ସଚିବ ଦାଶରଥି ଶତପଥୀ ଉପସ୍ଥାପନ କରିଥିଲେ। ଶୁକ୍ରବାର ଗୃହରେ ୨୦୨୦-୨୧ ଆର୍ଥିକ ବର୍ଷର ଅତିରିକ୍ତ ବଜେଟ୍‌ ଆଗତ ହୋଇଥିବା ବେଳେ ଆସନ୍ତା ୩ ଦିନ ଖର୍ଚ୍ଚ ଦାବି ଆଲୋଚନା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?