ଆଇଏଫ୍‌ଏଫ୍‌ଆଇରେ ପ୍ରଦର୍ଶିତ ହେବ ୩ ଓଡ଼ିଆ ଫିଲ୍ମ

ଭୁବନେଶ୍ୱର,୫।୧(ବ୍ୟୁରୋ): ଦେଶର ସର୍ବବୃହତ୍‌ ଚଳଚ୍ଚିତ୍ର ମହୋତ୍ସବ ‘ଇଣ୍ଟରନ୍ୟାଶନାଲ ଫିଲ୍ମ ଫେଷ୍ଟିଭାଲ ଅଫ୍‌ ଇଣ୍ଡିଆ-୨୦୨୦’ ଆଇଏଫ୍‌ଏଫ୍‌ଆଇ ଗୋଆରେ ଏଥର ପ୍ରଦର୍ଶିତ ହେବ ୩ ଓଡ଼ିଆ ଚଳଚ୍ଚିତ୍ର। ଏହାସହ ଗତବର୍ଷ ପରଲୋକ ଗମନ କରିଥିବା ଓଡ଼ିଆ ଚଳଚ୍ଚିତ୍ର ଜଗତର ଦୁଇ ବରିଷ୍ଠ ଅଭିନେତା ବିଜୟ ମହାନ୍ତି ଓ ଅଜିତ ଦାସ ଏବଂ ଖ୍ୟାତନାମା ଫିଲ୍ମ ନିର୍ମାତା ମନମୋହନ ମହାପାତ୍ରଙ୍କୁ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିବ ଆଇଏଫ୍‌ଏଫ୍‌ଆଇ ଗୋଆର ଏହି ୫୧ତମ ସଂସ୍କରଣ। ୨୦୨୦ରେ ଫିଲ୍ମ ନିର୍ମାତା ତଥା ନିର୍ଦ୍ଦେଶକ ମନମୋହନଙ୍କ ପରଲୋକ ଘଟିଥିବାବେଳେ ତାଙ୍କୁ ସମ୍ମାନ ଜଣାଇ ଆଇଏଫ୍‌ଏଫ୍‌ଆଇରେ ମହାପାତ୍ରଙ୍କ ନିର୍ଦ୍ଦେଶିତ ଶେଷ ଚଳଚ୍ଚିତ୍ର ‘ଭିଜା ମାଟିର ସ୍ବର୍ଗ’ ପ୍ରଦର୍ଶିତ କରାଯିବ। ୮ଥର ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଜିତିଥିବା ମନମୋହନ ଭାରତ ସରକାରଙ୍କ ପକ୍ଷରୁ ସମ୍ମାନଜନକ ପଦ୍ମଶ୍ରୀ ପୁରସ୍କାରରେ ପୁରସ୍କୃତ ହୋଇଥିଲେ। ‘ଭିଜା ମାଟିର ସ୍ବର୍ଗ’ ପାଇଁ ସେ ଶ୍ରେଷ୍ଠ ନିର୍ଦ୍ଦେଶକ ପୁରସ୍କାର ମଧ୍ୟ ପାଇଥିଲେ। ସେହିଭଳି ସ୍ବର୍ଗତ ବିଜୟ ମହାନ୍ତିଙ୍କ ଚିରସବୁଜ ଫିଲ୍ମ ‘ଚିଲିକା ତୀରେ’ ଏବଂ ଅଜିତ ଦାସଙ୍କ ଚଳଚ୍ଚିତ୍ର ‘ତାରା’ ପ୍ରଦର୍ଶିତ ହେବ। ଚଳଚ୍ଚିତ୍ର ଓ ମଞ୍ଚ ନାଟକ କ୍ଷେତ୍ରରେ ପ୍ରସିଦ୍ଧି ଅର୍ଜନ କରିଥିବା ସ୍ବର୍ଗତ ଅଜିତ ଦାସ ଉଭୟ ଅଭିନୟ ଓ ନିର୍ଦ୍ଦେଶନା କ୍ଷେତ୍ରରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ। ତାଙ୍କ ଅଭିନୀତ ଓଡ଼ିଆ ଚଳଚ୍ଚିତ୍ର ‘ତାରା’ର ନିର୍ଦ୍ଦେଶନା ଅଭିନେତ୍ରୀ ତଥା ନିର୍ଦ୍ଦେଶିକା ବିଜୟା ଜେନା ଦେଇଥିବାବେଳେ ଏହି ଚଳଚ୍ଚିତ୍ର ଅଜିତଙ୍କ ଅଭିନୀତ ଶ୍ରେଷ୍ଠ ଚଳଚ୍ଚିତ୍ର ମଧ୍ୟରୁ ଅନ୍ୟତମ ଥିଲା। ସେହିଭଳି ‘ଚିଲିକା ତୀରେ’ ବିଜୟ ମହାନ୍ତିଙ୍କ ଅଭିନୀତ ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri