ଆଇଏଫ୍‌ଏଫ୍‌ଆଇରେ ପ୍ରଦର୍ଶିତ ହେବ ୩ ଓଡ଼ିଆ ଫିଲ୍ମ

ଭୁବନେଶ୍ୱର,୫।୧(ବ୍ୟୁରୋ): ଦେଶର ସର୍ବବୃହତ୍‌ ଚଳଚ୍ଚିତ୍ର ମହୋତ୍ସବ ‘ଇଣ୍ଟରନ୍ୟାଶନାଲ ଫିଲ୍ମ ଫେଷ୍ଟିଭାଲ ଅଫ୍‌ ଇଣ୍ଡିଆ-୨୦୨୦’ ଆଇଏଫ୍‌ଏଫ୍‌ଆଇ ଗୋଆରେ ଏଥର ପ୍ରଦର୍ଶିତ ହେବ ୩ ଓଡ଼ିଆ ଚଳଚ୍ଚିତ୍ର। ଏହାସହ ଗତବର୍ଷ ପରଲୋକ ଗମନ କରିଥିବା ଓଡ଼ିଆ ଚଳଚ୍ଚିତ୍ର ଜଗତର ଦୁଇ ବରିଷ୍ଠ ଅଭିନେତା ବିଜୟ ମହାନ୍ତି ଓ ଅଜିତ ଦାସ ଏବଂ ଖ୍ୟାତନାମା ଫିଲ୍ମ ନିର୍ମାତା ମନମୋହନ ମହାପାତ୍ରଙ୍କୁ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିବ ଆଇଏଫ୍‌ଏଫ୍‌ଆଇ ଗୋଆର ଏହି ୫୧ତମ ସଂସ୍କରଣ। ୨୦୨୦ରେ ଫିଲ୍ମ ନିର୍ମାତା ତଥା ନିର୍ଦ୍ଦେଶକ ମନମୋହନଙ୍କ ପରଲୋକ ଘଟିଥିବାବେଳେ ତାଙ୍କୁ ସମ୍ମାନ ଜଣାଇ ଆଇଏଫ୍‌ଏଫ୍‌ଆଇରେ ମହାପାତ୍ରଙ୍କ ନିର୍ଦ୍ଦେଶିତ ଶେଷ ଚଳଚ୍ଚିତ୍ର ‘ଭିଜା ମାଟିର ସ୍ବର୍ଗ’ ପ୍ରଦର୍ଶିତ କରାଯିବ। ୮ଥର ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଜିତିଥିବା ମନମୋହନ ଭାରତ ସରକାରଙ୍କ ପକ୍ଷରୁ ସମ୍ମାନଜନକ ପଦ୍ମଶ୍ରୀ ପୁରସ୍କାରରେ ପୁରସ୍କୃତ ହୋଇଥିଲେ। ‘ଭିଜା ମାଟିର ସ୍ବର୍ଗ’ ପାଇଁ ସେ ଶ୍ରେଷ୍ଠ ନିର୍ଦ୍ଦେଶକ ପୁରସ୍କାର ମଧ୍ୟ ପାଇଥିଲେ। ସେହିଭଳି ସ୍ବର୍ଗତ ବିଜୟ ମହାନ୍ତିଙ୍କ ଚିରସବୁଜ ଫିଲ୍ମ ‘ଚିଲିକା ତୀରେ’ ଏବଂ ଅଜିତ ଦାସଙ୍କ ଚଳଚ୍ଚିତ୍ର ‘ତାରା’ ପ୍ରଦର୍ଶିତ ହେବ। ଚଳଚ୍ଚିତ୍ର ଓ ମଞ୍ଚ ନାଟକ କ୍ଷେତ୍ରରେ ପ୍ରସିଦ୍ଧି ଅର୍ଜନ କରିଥିବା ସ୍ବର୍ଗତ ଅଜିତ ଦାସ ଉଭୟ ଅଭିନୟ ଓ ନିର୍ଦ୍ଦେଶନା କ୍ଷେତ୍ରରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ। ତାଙ୍କ ଅଭିନୀତ ଓଡ଼ିଆ ଚଳଚ୍ଚିତ୍ର ‘ତାରା’ର ନିର୍ଦ୍ଦେଶନା ଅଭିନେତ୍ରୀ ତଥା ନିର୍ଦ୍ଦେଶିକା ବିଜୟା ଜେନା ଦେଇଥିବାବେଳେ ଏହି ଚଳଚ୍ଚିତ୍ର ଅଜିତଙ୍କ ଅଭିନୀତ ଶ୍ରେଷ୍ଠ ଚଳଚ୍ଚିତ୍ର ମଧ୍ୟରୁ ଅନ୍ୟତମ ଥିଲା। ସେହିଭଳି ‘ଚିଲିକା ତୀରେ’ ବିଜୟ ମହାନ୍ତିଙ୍କ ଅଭିନୀତ ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri