Posted inଜାତୀୟ

କୃଷିକୁ ଅବଦାନ ପାଇଁ ୩ ଓଡ଼ିଆ ପୁରସ୍କୃତ

ନୂଆଦିଲ୍ଲୀ,୧୯ା୭: କୃଷି ଓ ଆନୁଷଙ୍ଗିକ କ୍ଷେତ୍ରକୁ ଉଲ୍ଲେଖନୀୟ ଅବଦାନ ପାଇଁ ୩ ଜଣ ଓଡ଼ିଆଙ୍କୁ କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ପୁରସ୍କୃତ କରିଛନ୍ତି। ଭାରତୀୟ କୃଷି ଗବେଷଣା ପରିଷଦ (ଆଇସିଏଆର୍‌)ର ପ୍ରତିଷ୍ଠା ଦିବସ ଅବସରରେ ଏହି ପୁରସ୍କାର ପ୍ରଦାନ କରାଯାଇଛି। ପ୍ରାକୃତିକ ସମ୍ବଳ ପରିଚାଳନା ଓ କୃଷି ଇଞ୍ଜିନିୟରିଂ ଲାଗି ଆଇସିଏଆର୍‌/ଏନ୍‌ଆର୍‌ଆର୍‌ଆଇ କଟକର ବରିଷ୍ଠ ବୈଜ୍ଞାନିକ ଡ. ମହମ୍ମଦ ଶାହିଦଙ୍କୁ ୨୦୧୯ ବର୍ଷ ପାଇଁ ଲାଲ୍‌ବାହାଦୁର ଶାସ୍ତ୍ରୀ ଆଉଟଷ୍ଟାଣ୍ଡିଂ ୟଙ୍ଗ୍‌ ସାଇଣ୍ଟିଷ୍ଟ ଆଓ୍ବାର୍ଡ ପ୍ରଦାନ କରାଯାଇଛି। ସେହିପରି ବରଗଡ ଜିଲାର କୃଷକ ସୁଦାମ ସାହୁଙ୍କୁ ଜଗଜ୍ଜୀବନ ରାମ ଇନୋଭେଶନ ଆଓ୍ବାର୍ଡ ୨୦୧୯ ଏବଂ ଆଇସିଏଆର୍‌/ଆଇଏଆର୍‌ଆଇ ଦିଲ୍ଲୀର ପ୍ରମୁଖ ବୈଜ୍ଞାନିକ ଡ. ପ୍ରମୋଦ କୁମାର ସାହୁଙ୍କୁ କୃଷି ଓ ଆନୁଷଙ୍ଗିକ ବିଜ୍ଞାନରେ ଲେଖିଥିବା ବୈଷୟିକ ପୁସ୍ତକ ପାଇଁ ରାଜେନ୍ଦ୍ର ପ୍ରସାଦ ପୁରସ୍କାର ପ୍ରଦାନ କରାଯାଇଛି। ଏହି ଅବସରରେ ମନ୍ତ୍ରୀ ତୋମାର କୃଷି ବୈଜ୍ଞାନିକମାନଙ୍କ ଉଦ୍ୟମକୁ ପ୍ରଶଂସା କରିଥିଲେ। ବୈଜ୍ଞାନିକମାନଙ୍କ ଗବେଷଣା ଯୋଗୁ ଭାରତ ଆଜି ଖାଦ୍ୟଶସ୍ୟରେ ବଳକା ରାଷ୍ଟ୍ରରେ ପରିଣତ ହୋଇପାରିଛି ବୋଲି ତୋମାର କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ରବିବାର ଭୋର ୪ଟା ହୋଇଗଲେ ମୁମ୍ବାଇର ପୂଜା ଓ ଦୀପେଶ ଡେଢ଼ିହାଙ୍କ ଘରେ ରୋଷେଇ ଆରମ୍ଭ ହୋଇଯାଏ । ଯେ କେହି ଭାବିବେ, ଏହି ଦମ୍ପତି ଏତେ…

ବୁଢ଼ା ଡଙ୍ଗରର ଆତ୍ମକାହାଣୀ

ମୁଁ ବୁଢ଼ା ଡଙ୍ଗର। ମୋର ଜନ୍ମ ଇତିହାସ କେତେ ନିୟୁତ ବର୍ଷର ପୁରୁଣା। ମୋର ପରିଚୟ କାହାରିକୁ ଜଣାନାହିଁ। ତଥାପି ମୁଁ ଗୋଟିଏ ଭୂଖଣ୍ଡର ପରିଚୟ ହୋଇ…

ସବୁଠୁ ନିଜର

ଏକ ସମୟ ଥିଲା, ଯେତେବେଳେ ମଣିଷ ନିଜର ସୁଖ-ଦୁଃଖ ବାଣ୍ଟିବା ପାଇଁ ପରିବାର, ସାଙ୍ଗସାଥୀ ଓ ପଡ଼ୋଶୀଙ୍କୁ ଖୋଜୁଥିଲା। କିନ୍ତୁ ଆଜି ସକାଳୁ ଆଖି ଖୋଲିବାଠାରୁ ରାତିରେ…

ଦିଲ୍ଲୀ ସତ୍ୟ ନିକେତନ ଘଟଣା: ଭଗ୍ନାବଶେଷରୁ ୧୦ ଉଦ୍ଧାର, ୬ ମୃତ ଘରମାଲିକଙ୍କ ବିରୋଧରେ ଏଫଆଇଆର ରୁଜୁ

ନୂଆଦିଲ୍ଲୀ,୭।୯: ସୋମବାର ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ଏକ ଦୁଃଖଦ ଘଟଣା ଘଟିଛି, ଯେଉଁଠାରେ ଏକ ପୁରୁଣା ତିନି ମହଲା କୋଠା ତାସ ଘର ପରି ଭୁଶୁଡ଼ି…

ଅନୁଦାନ ଅନୁକମ୍ପା ନୁହେଁ, ଅଧିକାର

ଶିକ୍ଷାର ବିକାଶ ନିମନ୍ତେ ଶିକ୍ଷାନୁଷ୍ଠାନ ଖୋଲିବା ସରକାରଙ୍କ ଦାୟିତ୍ୱ। ମାତ୍ର ଛାତ୍ରୀଛାତ୍ରଙ୍କ ଆବଶ୍ୟକତା ଦୃଷ୍ଟିରୁ ସ୍ବାଧୀନତାର କେଇ ଦଶନ୍ଧି ପର୍ଯ୍ୟନ୍ତ ପର୍ଯ୍ୟାପ୍ତ ନ ଥିଲା ଓଡ଼ିଶାର ଶିକ୍ଷାନୁଷ୍ଠାନ।…

ଲାଭା ଉଦ୍‌ଗିରଣ: ବିମାନ ବାତିଲ କଲା ଇଣ୍ଡୋନେସିଆ

ଜାକର୍ତ୍ତା,୭ା୯: ଇଣ୍ଡୋନେସିଆର ଅନକ କ୍ରକାତାଉ ଆଗ୍ନେୟଗିରିରୁ ରବିବାର ଭୋର ସମୟରେ ଲାଭା ଉଦ୍‌ଗିରଣ ହୋଇଛି। ଲାଭା ପାଉଁଶ ପଶ୍ଚିମ ଇଣ୍ଡୋସେନିଆ ଆକାଶକୁ ଛାଇଯାଇଥିବାରୁ ଜାକର୍ତ୍ତାର ସୁକର୍ଣ୍ଣୋ-ହାଟ୍ଟା ଅନ୍ତର୍ଜାତୀୟ…

Plane Crash: ମିଆମି ବିମାନବନ୍ଦରରେ ବଡ଼ ଦୁର୍ଘଟଣା; ୫ ମୃତ ୫ ଆହତ ଦେଖନ୍ତୁ Video

ଓ୍ବାଶିଂଟନ,୭।୯: ଆମେରିକାର ମିଆମି ବିମାନବନ୍ଦରରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି, ଯାହା ଫଳରେ ଅତି କମରେ ୫ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ଅନ୍ୟ ୫ ଜଣ…

ହାଇକୋର୍ଟରେ ଚ୍ୟାଲେଞ୍ଜ ହେବ ପାଣ୍ଡିଆନଙ୍କ ହେଲିକପ୍ଟର ଗସ୍ତ

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟରେ ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଭି.କେ. ପାଣ୍ଡିଆନ ଲୋକଙ୍କ ଅଭିଯୋଗ ଶୁଣାଣି ପାଇଁ ବିଭିନ୍ନ ଜିଲାକୁ ହେଲିକପ୍ଟର ଗସ୍ତ କାର୍ଯ୍ୟକ୍ରମ ସଂପର୍କିତ ଖର୍ଚ୍ଚକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri