ନବରଙ୍ଗପୁର, କୋରାପୁଟରେ ୩ ଅକ୍ସିଜେନ ପ୍ଲାଣ୍ଟ୍‌

ଭୁବନେଶ୍ୱର(ବ୍ୟୁରୋ)/ନବରଙ୍ଗପୁର/ ଜୟପୁର, ୧ା୬ (ବି.ପ୍ର./ନି.ପ୍ର.): ରାଜ୍ୟର କୋଭିଡ୍‌ ମୁକାବିଲା କ୍ଷେତ୍ରରେ ନବରଙ୍ଗପୁର ଓ କୋରାପୁଟ ଜିଲା ପ୍ରମୁଖ ଭୂମିକା ନେବ। ଏଥିପାଇଁ ରାଜ୍ୟ ସରକାର ଗୁରୁତ୍ୱ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ସୋମବାର ଏହି ଦୁଇ ଜିଲା ଗସ୍ତ କରି କୋଭିଡ୍‌ ସ୍ଥିତିର ସମୀକ୍ଷା କରିଛନ୍ତି। ନବରଙ୍ଗପୁର ଓ କୋରାପୁଟରେ ୩ ଅକ୍ସିଜେନ୍‌ ପ୍ଲାଣ୍ଟ ପ୍ରତିଷ୍ଠା କରାଯିବ ବୋଲି ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି।
ସେମାନେ ପ୍ରଥମେ ନବରଙ୍ଗପୁର ସର୍କିଟ ହାଉସ୍‌ରେ ପହଞ୍ଚତ୍ବା ପରେ ଜିଲାପାଳ ଅଜିତ କୁମାର ମିଶ୍ର, ଏସ୍‌ପି ପ୍ରହଲ୍ଲାଦ ସହାଇ ମୀନା, ସିଡିଏମ୍‌ଓ ଚୌଧୁରୀ ଶୋଭାରଣୀ ମିଶ୍ର, ଉପଜିଲାପାଳ ଭାସ୍କର ରଇତଙ୍କ ସହ ଜିଲାର କୋଭିଡ୍‌ ସ୍ଥିତି ସମୀକ୍ଷା କରିଥିଲେ। ପରେ ନବରଙ୍ଗପୁର କୋଭିଡ୍‌ ହସ୍ପିଟାଲକୁ ଯାଇ ସ୍ଥିତି ଅନୁଧ୍ୟାନ କରିଥିଲେ। ଜିଲାରେ ସଂକ୍ରମଣ ନିୟନ୍ତ୍ରଣାଧୀନ ରହିଛି। କୋଭିଡ୍‌ ହସ୍ପିଟାଲରେ ଚିକିତ୍ସା ସେବାକୁ ନେଇ ରୋଗୀମାନେ ସନ୍ତୁଷ୍ଟ ଅଛନ୍ତି ବୋଲି ମୁଖ୍ୟ ଶାସନ ସଚିବ କହିଥିଲେ। ଜିଲାକୁ ଯୋଗାଇ ଦିଆଯାଇଥିବା ନୂଆ ଆର୍‌ଟି-ପିସିଆର୍‌ ଟେଷ୍ଟ ମେଶିନ ଚଳିତ ସପ୍ତାହରେ କାର୍ଯ୍ୟକ୍ଷମ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ୪ମାସ ମଧ୍ୟରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଅକ୍ସିଜେନ ପ୍ଲାଣ୍ଟ ଏବଂ ନିର୍ମାଣାଧୀନ ଥିବା ୨୦୦ଶଯ୍ୟା ବିଶିଷ୍ଟ ନୂଆ ହସ୍ପିଟାଲ ଓ୍ବାର୍ଡର ପ୍ରକଳ୍ପକୁ ପୂର୍ଣ୍ଣାଙ୍ଗ କରିବା ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ନବରଙ୍ଗପୁର ଜିଲାକୁ ୧୦ ହଜାର ଟିକା ଦିଆଯିବ ବୋଲି ସେ ସୂଚନା ଦେଇଛନ୍ତି। ଏହାପରେ ସେମାନେ କୋରାପୁଟ ଯାଇ ସ୍ଥିତିର ସମୀକ୍ଷା କରିଥିଲେ। ଜୟପୁର ଏୟାରଷ୍ଟ୍ରିପ୍‌ରେ ପହଞ୍ଚତ୍ବା ପରେ ଜିଲାପାଳ ଅବ୍‌ଦାଲ ଅଖତାର ଏବଂ ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି ତାଙ୍କୁ ସ୍ବାଗତ କରିଥିଲେ। କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ଅକ୍ସିଜେନ ପ୍ଲାଣ୍ଟ ପ୍ରତିଷ୍ଠା ହେବ। ପ୍ଲାଣ୍ଟ ନିର୍ମାଣ କାର୍ଯ୍ୟ ତ୍ୱରାନ୍ବିତ କରି ୨ରୁ ୩ମାସ ମଧ୍ୟରେ ଶେଷ କରିବା ପାଇଁ ସଚିବ ନିର୍ଦ୍ଦେଶ ଦେବା ସହ ଜୟପୁରସ୍ଥିତ ଏକ ଘରୋଇ ହସ୍ପିଟାଲକୁ କୋଭିଡ୍‌ ହସ୍ପିଟାଲ କରାଯିବ ବୋଲି ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି। ଏଥିସହ କ୍ଷେତ୍ରସ୍ଥଳରେ ପହଞ୍ଚତ୍ ଭିତ୍ତିଭୂମି ତଦାରଖ କରିଥିଲେ। ପରେ କୋଟିଆ ପଞ୍ଚାୟତରେ ଉନ୍ନୟନମୂଳକ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ବୈଠକ ହୋଇଥିଲା। ସ୍ଥାନୀୟ ପ୍ରାକୃତିକ, କୃଷି ଓ ମାନବ ସମ୍ବଳ ଆଦିକୁ ଭିତ୍ତିକରି ନୂତନ ଜୀବିକା ନିର୍ବାହ ଓ ରୋଜଗାର ସୃଷ୍ଟି ନିମନ୍ତେ ପ୍ରକଳ୍ପ ପ୍ରସ୍ତୁତ କରିବା ପାଇଁ ମୁଖ୍ୟ ଶାସନ ସଚିବ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ବିଧାୟକଙ୍କ ପାଣ୍ଠିରୁ ୨ଟି ଲାଇଫ୍‌ ସପୋର୍ଟ ଆମ୍ବୁଲାନ୍ସକୁ ସ୍ବୀକୃତି, ଜୟପୁରରେ ୧୮ ବର୍ଷରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କୁ ଟିକା ଦେବା, ବୋରିଗୁମ୍ମା ଓ ଜୟପୁରରେ ଡାକ୍ତର ନିଯୁକ୍ତି, ଜୟପୁର ଏୟାରପୋର୍ଟକୁ ୧୫ଶହ ମିଟର ବୃଦ୍ଧି କରିବାକୁ ବିଧାୟକ ବାହିନୀପତି ଦାବି ଜଣାଇଥିଲେ। ଏଡିଏମ୍‌ ଦେବେନ କୁମାର ପ୍ରଧାନ, ଜୟପୁର ଉପଜିଲାପାଳ ହେମକାନ୍ତ ସାଏ, ସିଡିଏମ୍‌ଓ ମକରନ୍ଦ ବେଉରା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri