ଯାତାୟାତ ପାଇଁ ୩ ପଞ୍ଚାୟତବାସୀ ହନ୍ତସନ୍ତ

ମାଥିଲି,୧୬ା୬(ସୁବାସ ଚନ୍ଦ୍ର ଖୁଡୁପିଆ): ମାଲକାନଗିରି ଜିଲା ମାଥିଲି ବ୍ଲକର ୩ଟି ପଞ୍ଚାୟତ କତାପାଲି, ବଣ୍ଡାରିପାଙ୍ଗମ ଓ ମେକା ମୁଖ୍ୟ ରାସ୍ତା ଏବେ ମରଣଯନ୍ତା ପାଲଟିଛି। ଫଳରେ ୩ ପଞ୍ଚାୟତ ଲୋକେ ଯାତାୟାତ ଲାଗି ହନ୍ତସନ୍ତ ହେଉଛନ୍ତି। ଦୁର୍ଘଟଣା ଘଟି ଲୋକଙ୍କ ଜୀବନ ଯାଉଛି, କିନ୍ତୁ ଗୁହାରିକଲେ କୌଣସି ସୁଫଳ ମିଳୁନାହିଁ। ହାଟ ବଜାର,ବ୍ୟାଙ୍କ, ତହସିଲ, ବ୍ଲକ, ମେଡିକାଲ ହେଉ ବା କଲେଜ ସେମାନଙ୍କର ନିତିଦିନିଆ କାମ ପଡ଼ିଥାଏ, ଏହା ହିଁ ଯାତାୟାତ ଲାଗି ଏକ ମାତ୍ର ମୁଖ୍ୟ ରାସ୍ତା। ନିତିଦିନ ୩ ପଞ୍ଚାୟତର ଲୋକେ ଏହା ଉପରେ ନିର୍ଭର କରନ୍ତି । ଗଁାକୁ ଆମ୍ବୁଲାନ୍ସ କିମ୍ବା ଅନ୍ୟ କୌଣସି ଗାଡ଼ି ଆସିବାକୁ ହେଲେ ୩ ଘଣ୍ଟା ଲାଗୁଛି। ଗର୍ଭବତୀ ବା ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ରାସ୍ତା. ଖରାପ ଯୋଗୁ ଘଣ୍ଟା ଘଣ୍ଟା ଧରି ଗାଡି ଛିଡ଼ା ହୋଇ ରହିଥାଏ । ଫଳରେ ରୋଗୀଙ୍କୁ ହଟହଟା ହେବାକୁ ପଡୁଛି ।
୨୫ ବର୍ଷ ପୂର୍ବେ ୩ ପଞ୍ଚାୟତକୁ ସଂଯୋଗକରି ଏହି ରାସ୍ତା ନିର୍ମାଣ କରାଯାଇଥିଲା। ରକ୍ଷଣାବେକ୍ଷଣ କରା ନ ଯିବା ଫଳରେ ଏବେ ମରଣଯନ୍ତା ପାଲଟିଛି। ଯାତାୟାତ ପାଇଁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଖରାଦିନେ ଲୋକେ କଷ୍ଟରେ ଯାତାୟାତ କରୁଛନ୍ତି । ବର୍ଷାଦିନରେ ରାସ୍ତା ଏମାନଙ୍କ ଦୁର୍ଦ୍ଦଶାର କାରଣ ସାଜିଛି । ରାସ୍ତା ତମାମ ଖାଲଖମା ହୋଇ ପାଣି ଜମିଯାଉଛି । ଯାତାୟାତ ସମୟରେ ଦୁର୍ଘଟଣା ଘଟି ଜୀବନ ଯିବା ସହ ଖଣ୍ଡିଆ ଖାବରା ହୋଇ ଲୋକେ ମେଡ଼ିକାଲରେ ପଡ଼ୁଛନ୍ତି। ତୁରନ୍ତ ରାସ୍ତା ନିର୍ମାଣ କରିବା ପାଇଁ ଅଞ୍ଚଳବାସୀ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଚେକ୍‌ ଡ୍ୟାମ୍‌ ନିର୍ମାଣକୁ ଚାଷୀଙ୍କ ବିରୋଧ

ଲାଠୋର,୧୬।୫(ଭୁବନେଶର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଟଙ୍କପାଣି ପଞ୍ଚାୟତ ପତ୍ରାପାଲି ଗ୍ରାମ ଏବଂ ବରଗଡ଼ ଜିଲା ପାଇକମାଲ ବ୍ଲକ ଝାରବନ୍ଧ ପଞ୍ଚାୟତ ମେନକାମୁଣ୍ଡା ଗ୍ରାମର ଚାଷୀମାନେ…

ଚିତା ବାଘ ଛାଲ, ଅଫୁଟା ବୋମା,ଅସ୍ତ୍ରଶସ୍ତ୍ର ଜବତ: ତିନି ଗିରଫ

ପାତ୍ରପୁର, ୧୬।୫ (ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅଞ୍ଚଳରେ ପୋଲିସ ଚଢ଼ାଉ କରି ଚିତା ବାଘ ଛାଲ ସହ ଅଫୁଟା ବୋମା ଓ…

ବାହାଘରକୁ ହୋଇଥିଲା ବର୍ଷେ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ: ବାହୁନି ବାହୁନି କାନ୍ଦୁଛି …

ଚାନ୍ଦବାଲି, ୧୬/୦୫ (ଅଶୋକ ପଣ୍ଡା/କିଷାନ )ପାତ୍ର: ସାବିତ୍ରୀ ବ୍ରତ ଦିନ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲା…

ସାତ୍ତ୍ୱିକ-ଚିରାଗ ଫାଇନାଲରେ

ବ୍ୟାଙ୍କକ୍‌,୧୬ା୫: ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଏବଂ ଚିରାଗ ଶେଟ୍ଟି ଥାଇଲାଣ୍ଡ ଓପନ ସୁପର ୫୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ପୁରୁଷ ଡବଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୯ ଓ ୨୦୨୪ରେ…

ଭବାନୀପାଟଣାରେ କାଳବୈଶାଖୀ କୁଆପଥର ବର୍ଷା,କାର ଉପରେ ପଡ଼ିଲା ଗଛ

ଭବାନୀପାଟଣା,୧୬।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଶନିବାର ଅପରାହ୍ନରେ କାଳବୈଶାଖୀ ହୋଇଥିଲା। ଏହାର ପ୍ରଭାବରେ ଜୋରରେ ପବନ ବୋହିବା ସହ କୁଆପଥର ବର୍ଷା ହୋଇଥିଲା। ପଵନ…

କ୍ରିକେଟ ଖେଳୁଥିବା ବେଳେ ଯୁବକଙ୍କ ଉପରେ ହେଲା ବଜ୍ରପାତ: ଟଳିପଡ଼ିଲେ…

ମୋହନା,୧୬।୫(ମନ୍ମଥ ମିଶ୍ର ):  ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବାଘମାରି ପଞ୍ଚାୟତ ଶୁଲୁବା ଗାଁ ରେ ଅଘଟଣ ଘଟିଛି।  ଗାଁ ନିକଟସ୍ଥ ଏକ ପଡିଆରେ ବୟନ୍ତ…

ସନ୍ତରଣରେ ପ୍ରତିଭା ଦେଖାଇଲେ ଛାତ୍ରୀଛାତ୍ର

ରାଉରକେଲା,୧୫।୫(ବିପ୍ଳବ ରଞ୍ଜନ ଦାଶ): ନବଗଠିତ ଜିଲା ସୁଇମିଂ ଆସୋସିଏଶନ ପକ୍ଷରୁ ବିର୍ସାମୁଣ୍ଡା ଆଥଲେଟିକ ସୁଇମିଂ ପୁଲ୍‌ରେ ଜିଲାସ୍ତରୀୟ ସନ୍ତରଣ ପ୍ରତିଯୋଗିତା ସଫଳତାର ସହ ଆୟୋଜିତ ହୋଇଯାଇଛି। ବିଭିନ୍ନ…

୫ଟଙ୍କା ଶସ୍ତା ହେଲା ପେଟ୍ରୋଲ; ଏହି ସରକାର କମାଇଲେ ତେଲଦାମ୍‌

ଇସଲାମାବଦ,୧୬।୫: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଅନେକ ଦେଶକୁ ପ୍ରଭାବିତ କରୁଛି। ଯେତେବେଳେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପରିବର୍ତ୍ତନ ଘଟେ, ଏହାର ତୁରନ୍ତ ପ୍ରଭାବ ସାଧାରଣ ଲୋକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri