ପ୍ରାର୍ଥୀ ଚୟନ ଚିନ୍ତାରେ ୩ ଦଳ

କଟକ ଅଫିସ,୩।୨: ପଞ୍ଚାୟତ ନିର୍ବାଚନ ପାଖେଇ ଆସୁଥିବାବେଳେ କଟକ ସହରର ରାଜନୈତିକ ଉଷ୍ମତା ବଢିବାରେ ଲାଗିଛି। ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସରିବା ପରେ ପୌର ନିର୍ବାଚନ ହେବାର ଯଥେଷ୍ଟ ସମ୍ଭାବନା ରହିଛି। ଏଥିପାଇଁ ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଗଲାଣି। ତେଣୁ ଆଶାୟୀଙ୍କ ମଧ୍ୟରେ ବେଶ୍‌ ତତ୍ପରତା ଦେଖାଗଲାଣି। ଚଳିତଥର କଟକ ମହାନଗର ନିଗମ(ସିଏମ୍‌ସି) କର୍ପୋରେଟର ଏବଂ ମେୟର ପଦବୀ ପାଇଁ ଚୂଡାନ୍ତ ସଂରକ୍ଷିତ ତାଲିକା ପ୍ରକାଶ ପାଇଛି। ମେୟର ପଦ ଅଣସଂରକ୍ଷିତ ରହିଥିବାବେଳେ ୫୯ଟି ୱାର୍ଡ ମଧ୍ୟରୁ ୩୩ଟି ସଂରକ୍ଷିତ ଏବଂ ୨୬ଟି ୱାର୍ଡ ଅଣସଂରକ୍ଷିତ ରହିଛି। ସହରରେ ୩ଟି ପ୍ରମୁଖ ରାଜନୈତିକ ଦଳ ପ୍ରାର୍ଥୀ ଚୟନ ପ୍ରକ୍ରିୟାରେ ଲାଗିପଡ଼ିଛନ୍ତି । ପ୍ରତ୍ୟେକ ଦଳ ପକ୍ଷରୁ ୱାର୍ଡରେ ସାଙ୍ଗଠନିକ କାର୍ଯ୍ୟକ୍ରମକୁ ଜୋରଦାର କରାଯାଉଛି। ଭାଜପା ପ୍ରାର୍ଥୀଙ୍କ ତାଲିକା ପ୍ରସ୍ତୁତ କରିବାରେ ଲାଗିଥିବାବେଳେ କଂଗ୍ରେସ ଜନତାଙ୍କ ମତକୁ ଆଧାର କରି ପ୍ରାର୍ଥୀ ତାଲିକା ପ୍ରସ୍ତୁତ କରୁଛି । ଏହାରି ମଧ୍ୟରେ ଦୁଇଦୁଇ ଥର ସିଏମ୍‌ସି ଦଖଲ କରିଥିବା ବିଜେଡି ଏଥର ମଧ୍ୟ ସିଏମସିକୁ ନିଜ ଅକ୍ତିଆରରେ ରଖିବା ପାଇଁ ଜୋରଦାର ଉଦ୍ୟମ ଆରମ୍ଭ କରିଛି। ତେବେ ପ୍ରତ୍ୟେକ ଦଳ ପାଇଁ ପ୍ରାର୍ଥୀ ଚୟନ ମୁଣ୍ଡବିନ୍ଧାର କାରଣ ପାଲଟିଛି । ପ୍ରତ୍ୟେକ ଦଳରେ ଏକାଧିକ ଆଶାୟୀ ରହିଥିବାବେଳେ ପ୍ରାର୍ଥୀ ଚୟନ ପରେ ବିରୋଧୀ ଗୋଷ୍ଠୀ ମୁଣ୍ଡ ଟେକିବା ଆଶଙ୍କା କରି ସମସ୍ତ ଦଳ ଏବେ ଚିନ୍ତାରେ। ସେହିପରି ମେୟର ପଦବୀ ଅଣସଂରକ୍ଷିତ ରହିଥିବାରୁ ପ୍ରତ୍ୟେକ ଦଳରେ ଏକାଧିକ ଆଶାୟୀ ରହିଛନ୍ତି । ଏପରି କି କିଛି ଆଶାୟୀ ଦଳ ପକ୍ଷରୁ ଟିକେଟ ନ ଦିଆଗଲେ ସେ ସ୍ବାଧୀନ ଭାବରେ ନିର୍ବାଚନ ଲଢିବେ ବୋଲି ଘୋଷଣା କରିବା ପରେ କାହାକୁ ମେୟର ପ୍ରାର୍ଥୀ ଭାବରେ ଟିକେଟ ଦେବେ ଦଳ ଏବେ ଚିନ୍ତାରେ । ଦଳଗୁଡିକ ପକ୍ଷରୁ ପ୍ରାର୍ଥୀ ଚୟନ କାର୍ଯ୍ୟ ସହ ନିର୍ବାଚନ ପ୍ରସ୍ତୁତି ଜୋରଦାର ଚାଲିଥିବା ବେଳେ ଏବେ କେବଳ ନିର୍ବାଚନ ତାରିଖ ଘୋଷଣାକୁ ଅପେକ୍ଷା ।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri