Posted inଜାତୀୟ

ନୃଶଂସତା: ଜଲ୍ଲିକଟ୍ଟୁର ଷଣ୍ଢକୁ ମାଡ଼ି ବସି ଜିଅନ୍ତା କୁକୁଡ଼ା ଖୁଆଇଲେ ୩ ବ୍ୟକ୍ତି, ଭିଡିଓ ଭାଇରାଲ ପରେ…

ଚେନ୍ନାଇ,୧୯।୧: ତାମିଲନାଡ଼ୁର ଜଣେ ୟୁଟ୍ୟୁବ୍‌ରଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ସେ ୩ଜଣଙ୍କ ସହ ମିଶି ଜଲ୍ଲିକଟ୍ଟୁର ଷଣ୍ଢକୁ ଜିଅନ୍ତା କୁକୁଡ଼ା ଖାଇବାକୁ ଦେଇଥିବାର ଅଭିଯୋଗ ହୋଇଥିଲା। ଡିସେମ୍ବର ୨୦୨୩ରେ ୟୁଟ୍ୟୁବ୍‌ରେ ଭିଡିଓ ଅପ୍‌ଲୋଡ ହୋଇଥିବା ବେଳେ ତାହା ଭାଇରାଲ ହୋଇଥିଲା। ପୋଲିସ ଘଟଣାକୁ ଗୁରୁତର ସହ ନେଇ ଏକ ମାମଲା ରୁଜୁ କରିଥିଲା। ତେବେ ଅଭିଯୁକ୍ତ ୟୁଟ୍ୟୁବର୍‌ଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବିଭିନ୍ନ ମହଲରେ ଦାବି କରାଯାଉଛି।

ଷଣ୍ଢକୁ ଜିଅନ୍ତା କୁକୁଡ଼ା ଖାଇବାକୁ ଦେବା ମାମଲା ସାଲେମ ଜିଲାର ଚିନ୍ନାପମ୍ପଟ୍ଟିର । ଏହି ଦୃଶ୍ୟ ଥିବା ୨.୪୮ ମିନିଟର ଭିଡିଓ ଏକ ୟୁଟ୍ୟୁବ ଚ୍ୟାନେଲରେ ଅପଲୋଡ ହୋଇଛି। ଭିଡିଓରେ ୩ଜଣ ଷଣ୍ଢକୁ କାବୁ କରି ଜିଅନ୍ତା କୁକୁଡ଼ା ଖାଇବାକୁ ବାଧ୍ୟ କରୁଛନ୍ତି। ପିପୁଲ୍‌ଓ ଫର କ୍ୟାଟଲ୍‌ ଏମ୍‌ ଇଣ୍ଡିଆ(ପିଏଫ୍‌ସିଏଆଇ) ପ୍ରତିଷ୍ଠାତା ଅରୁଣ ପ୍ରସନ୍ନ ଏହି ଘଟଣାକୁ ନେଇ ପୋଲିସ ନିକଟରେ ମାମଲା ଦାୟର କରିଛନ୍ତି।

ପ୍ରସନ୍ନ କହିଛନ୍ତି, ଷଣ୍ଢ ଏକ ଶାକାହାରୀ ପ୍ରାଣୀ। ଏହାକୁ ଜୀବନ୍ତ କୁକୁଡ଼ା ଖାଇବାକୁ ବାଧ୍ୟ କରାଯାଇଛି। ଏହା ଅତ୍ୟନ୍ତ ନିଷ୍ଠୁର ମାମଲା। ଷଣ୍ଢଟି କିଭଳି ମାଂସ, ପର ଏବଂ ହାଡ଼କୁ ଚୋବାଇ ପାରିବ? ଏଥିଲାଗି କେତେ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଥିବ? ଏହା କଳ୍ପନା ବାହାରେ।
ମାମଲା ରୁଜୁ ହୋଇଥିଲେ ହେଁ ପୋଲିସ ଏଯାବତ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିନାହିଁ। ଖୁବ୍‌ଶୀଘ୍ର ଏହି ଘଟଣାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

ସେପ୍ଟେମ୍ବର ୧୫ରୁ ବନ୍ଦ ହୋଇପାରେ ଦୋକାନୀଙ୍କ ୟୁପିଆଇ

ନୂଆଦିଲ୍ଲୀ,୫ା୯: ଅନ୍‌ଲାଇନ ପେମେଣ୍ଟ ବ୍ୟବସ୍ଥାକୁ ନେଇ ଏବେ ଦେଶରେ ୧୦ ଲକ୍ଷ କ୍ଷୁଦ୍ର ବ୍ୟବସାୟୀ ସଙ୍କଟରେ ପଡ଼ିଛନ୍ତି। କାରଣ ସେମାନଙ୍କ କଓ୍ବୋଇସି ପ୍ରକ୍ରିୟା ଏ ପର୍ଯ୍ୟନ୍ତ ଶେଷ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

କ୍ରମାଗତ କ୍ଷତି ପରେ ଶେୟାର ବଜାରରେ ସାମାନ୍ୟ ସୁଧାର

ମୁମ୍ବାଇ,୫ା୯: ଚଳିତ ସପ୍ତାହରେ କ୍ରମାଗତ ଭାବେ ୪ଟି କାର୍ଯ୍ୟଦିବସରେ ଶେୟାର ବଜାର କାରବାର ହ୍ରାସ ପାଇ ଆସିଥିଲାବେଳେ ଶୁକ୍ରବାର କାରବାର ପରେ ସାମାନ୍ୟ ସୁଧାର ଆସିଛି। ଏହାଦ୍ୱାରା…

୪୦ ବର୍ଷ ପରେ ଖୋଲେ ଭାଗ୍ୟର ତାଲା! ଏହି ୩ ରାଶିର ଲୋକଙ୍କ ଉପରେ ବର୍ଷେ ଧନ , ଯଶ

ଜୀବନରେ ଅନେକ ସଂଘର୍ଷ କରିବା ପରେ ମଧ୍ୟ ଯଦି ସଫଳତା ମିଳୁନାହିଁ, ତେବେ ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଏହା ପଛରେ ଗ୍ରହ ନକ୍ଷତ୍ରର ପ୍ରଭାବ ଥାଇପାରେ। ଜ୍ୟୋତିଷର…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଡୋପ୍‌ ଟେଷ୍ଟରେ ଧରାପଡ଼ିଥିବା ଏୟାର ଇଣ୍ଡିଆ ପାଇଲଟ୍‌ ବହିଷ୍କୃତ

ନୂଆଦିଲ୍ଲୀ,୫ା୯: ଫୁକେଟ୍‌ରୁ ଦିଲ୍ଲୀ ଉଡ଼ାଣ ବେଳେ ବିମାନ ହଠାତ୍‌ ୩୦୦ ଫୁଟ୍‌ ଖସିବା ଘଟଣା ପରେ ନିଷେଧ ନିଶାଦ୍ରବ୍ୟ ସେବନ କରିଥିବା ଡୋପ୍‌ ଟେଷ୍ଟରୁ ଧରାପଡ଼ିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri