ଘାଟି ଉପରୁ ତଳକୁ ଖସିଲା ସ୍କୁଟି: ଚାଲିଗଲା ୩ ଜୀବନ

କୋରାପୁଟ,୨୭ା୯(ଅମିତାଭ ବେହେରା): ସ୍କୁଟି ଦୁର୍ଘଟଣାରେ ୩ ଜଣଙ୍କ ଜୀବନ ଯାଇଛି। ଏପରି ଏକ ଦୁଃଖଦ ଘଟଣା ଘଟିଛି କୋରାପୁଟ ଜିଲାର ନାରାୟଣପାଟଣା ବ୍ଲକ ଅନ୍ତର୍ଗତ ଲଙ୍ଗଳବେଡ଼ା ପଞ୍ଚାୟତର କସମ ଘାଟିରେ। ସ୍କୁଟିରେ ଫେରୁଥିଲେ ଗୋଟିଏ ପରିବାରର ୩ଜଣ। ଭାରସାମ୍ୟ ହରାଇ ଏକ ବିରାଟ ପଥରରେ ବାଡ଼େଇ ହେଇ ଛିଟିକି ପଡ଼ିଥିଲେ ଦୁଇଶହ ମିଟର ତଳକୁ। ଘଟଣାସ୍ଥଳରେ ହିଁ ଚାଲିଯାଇଥିଲା ୩ ଯୁବକଙ୍କ ଜୀବନ। ମୃତ ଯୁବକ ହେଲେ ଆନ୍ଧ୍ର ପ୍ରଦେଶର ପାର୍ବତୀପୁର ମାନ୍ୟମ ଜିଲା ଅନ୍ତର୍ଗତ ମକୁଆ ମଣ୍ଡଳର ଆନସୁଭଦ୍ରାଗ୍ରାମର ଜୟ ରାଜୁ (୧୯) ମାରି ଶିବା(୨୦), ମାଲିକା ବାଲରାଜୁ (୨୧)। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ସ୍କୁଟିଟି ଚୂର୍‌ମାର ହୋଇଯାଇଥିଲା। ଖବର ପାଇ ସ୍ଥାନୀୟ ପୋଲିସ ଆମ୍ବୁଲାନ୍ସ ନେଇ ଘଟଣାସ୍ଥଳରେ ପହଞ୍ଚିଥିଲେ। ଉଦ୍ଧାର କାମ ଦୀର୍ଘ ଏକ ଘଣ୍ଟା ସମୟ ଲାଗିଥିଲା। ରାତି ସାଢ଼େ ୭ଟା ବେଳକୁ ତିନି ମୃତଦେହକୁ ଆମ୍ବୁଲାନ୍ସରେ ଆଣି ମୃତଦେହ ବ୍ୟବଚ୍ଛେଦ ଗୃହରେ ରଖାଯାଇଛି। ଅନ୍ୟପଟେ ଖବର ପାଇ ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ରାତି ହୋଇଥିବାରୁ ମୃତଦେହ ବ୍ୟବଚ୍ଛେଦ ଆସନ୍ତାକାଲି କରାଯିବ ବୋଲି ସୂଚନା ମିଳିଛି। ଏପରି ଦୁଃଖଦ ଘଟଣାରେ ପରିବାର ଲୋକେ ଦୁଃଖରେ ଭାଙ୍ଗିପଡ଼ିଥିବା ଜଣାପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?