୩ ଜଣଙ୍କୁ ଚାପିଦେଲା ଟ୍ରକ

ଟେନସା,୨୧।୭(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା ୫୨୦ ନମ୍ବର ଜାତୀୟ ରାଜପଥ କାଲଟା ଫାଣ୍ଡି ବେଞ୍ଜାଢ଼ି ବ୍ରିଜ୍‌ରେ ରବିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ ୩ଜଣ ବାଇକ୍‌ ଆରୋହୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତକମାନେ ତୋଡା ଗ୍ରାମର ଦେବେନ୍ଦ୍ର ଦେହୁରୀ, ଅନୀଲ ଦେହୁରୀ, ଅନାଦୀ ନାଏକ ବୋଲି ଜଣାପଡିଛି।

ମିଳିଥିବା ସୂଚନା ମୁତାବକ, ସେମାନଙ୍କ ସ୍ଥାନୀୟ ଏକ ପଡିଆକୁ ଫୁଟବଲ ଖେଳିବାକୁ ଯାଇଥିଲେ। ଖେଳ ସାରି ୩ଜଣ ବାଇକ୍‌ ଯୋଗେ ଘରକୁ ଫେରୁଥିଲେ। ହେଲେ ବେଞ୍ଜାଢ଼ି ବ୍ରିଜ୍‌ ନିକଟରେ ଏକ ଗାଡ଼ି ସେମାନଙ୍କୁ ଧକ୍କା ଦେଇଥିଲା। ଏପରିକି ଗାଡିଟି ବାଇକ୍‌ ସହ ୩ଜଣ ଯୁବକଙ୍କୁ ଅଧା କିମି ଘୋଷାଡ଼ି ନେଇଯାଇଥିଲା। ପରବର୍ତ୍ତୀ ସମୟରେ ଗାଡିଟି ଫେରାର ହୋଇଯାଇଥିଲା। ଫଳରେ ଘଟଣାସ୍ଥଳରେ ସେମାନଙ୍କ ମୃତ୍ୟୁ ଘଟିଥିଲା। ଖବର ପାଇ ପରିବାର ଲୋକଙ୍କ ସହ ଗ୍ରାମବାସୀ ଘଟଣାସ୍ଥଳରେ ପହଞ୍ଚି ଥିଲେ। ଏନେଇ ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ଷତିପୂରଣ ଦାବି କରିବା ସହ ତୁରନ୍ତ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଦାବି ହୋଇଛି। ଖବର ପାଇ ପୋଲିସ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରୁଛି। ଏନେଇ ପୋଲିସ ଘଟଣାର ତଦନ୍ତ ଚଳାଇଛି।

ଅନ୍ୟପକ୍ଷେ ଦୁର୍ଘଟଣା ଘଟାଇଥିବା ଗାଡିର ସନ୍ଧାନ ମିଳିଛି। ଦୁର୍ଘଟଣା ଘଟାଇବା ପରେ ଡ୍ରାଇଭର ଏବଂ ହେଲପର ଟ୍ରକଟି ଦ୍ରୁତ ଗତିରେ ନେଇ ଏକ ଜଙ୍ଗଲ ମଧ୍ୟରେ ଛିଡା କରି ଫେରାର ହୋଇଯାଇଛନ୍ତି। ପୋଲିସ ପହଞ୍ଚି ଏକ ଟ୍ରକ(ନଂ.ଓଡି ୧୪ଏକ୍ସ ୯୩୧୧)କୁ ଜବତ କରି ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ପ୍ରେମିକାଙ୍କୁ ଡାକ୍ତରଖାନାରେ ଛାଡି ପଳାଇଥିବା ପ୍ରେମିକ ଗିରଫ

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ ): ଅସୁସ୍ଥ ପ୍ରେମିକାଙ୍କୁ ଏମ୍‌କେସିଜି ମେଡିକାଲରେ ଛାଡି ପଳାଇଥିବା ଯୁବକ ବ୍ରହ୍ମପୁର ଶ୍ରୀରାମନଗର ୧୦ମ ଲାଇନର ତ୍ରିନାଥ ସାହୁ(୩୦)ଙ୍କୁ ବଡବଜାର ଥାନା ପୋଲିସ…

ମୁଜାଗଡ଼ ବିଦ୍ୟାଳୟରେ ଯୋଗ ଦିବସ

ଭଞ୍ଜନଗର,୨୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖେଳ ପଡ଼ିଆରେ ରବିବାର ପଞ୍ଚାୟତସ୍ତରୀୟ ଜନ କଲ୍ୟାଣ ଶିବିର ସହ ଯୋଗ…

ଇରାନକୁ ପୁଣି ଆକ୍ରମଣ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୧।୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଧରାପଡ଼ିଲା ମଇଁଷି ବୋଝେଇ କଣ୍ଟେନର

କୋକସରା,୨୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ଙ୍ଗରିଗୁଡ଼ା ନିକଟରେ ରବିବାର ବେଆଇନ ଭାବେ ଚାଲାଣ ହେଉଥିବା ମଇଁଷି ବୋଝେଇ କଣ୍ଟେନରକୁ ପୋଲିସ ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri