୩ ଗ୍ରାମବାସୀଙ୍କ ଗଣଧାରଣା

ଝୁମ୍ପୁରା,୨୮ା୧(ଡି.ଏନ.ଏ): କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ଅନ୍ତର୍ଗତ ୩ ଗ୍ରାମର ବାସିନ୍ଦା ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ବଞ୍ଚତ୍ତ ପ୍ରତିବାଦରେ ଗଣଧାରଣା ଦେଇଛନ୍ତି। ଏନେଇ ଝୁମ୍ପୁରା ବିଡିଓଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ। ସମସ୍ୟାର ସମାଧାନ ନ ହେଲେ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରିବେ ବୋଲି ଚେତାବନୀ ଦେଇଛନ୍ତି।
ଅଭିଯୋଗ ମୁତାବକ, ବ୍ଲକ୍‌ର ନାରଦପୁର ପଞ୍ଚାୟତର ବଳଭଦ୍ରପୁର, ଜଗନ୍ନାଥପୁର ଓ ନିଶ୍ଚିନ୍ତପୁର ପଞ୍ଚାୟତର ଘୁଣ୍ଟୁପଶି ଗ୍ରାମବାସୀ ଆବାସ ଯୋଜନାରୁ ବଞ୍ଚତ୍ତ ରହିଛନ୍ତି। ୨୦୧୧ ଜନଗଣନାରେ ତ୍ରୁଟି କାରଣରୁ ସେମାନଙ୍କୁ ଅବାସ ଏବଂ ଅନ୍ୟାନ୍ୟ ମୌଳିକ ସୁବିଧା ମିଳୁ ନ ଥିବା ଜାଣିବା ପରେ ଜିଲାପାଳ, ଉପଜିଲାପାଳ, ଝୁମ୍ପୁରା ବିଡିଓଙ୍କ ନିକଟରେ ଅଭିଯୋଗ କରିଥିଲେ। ପ୍ରଶାସନ ପକ୍ଷରୁ ପ୍ରତିଶ୍ରୁତି ମିଳୁଥିଲେ ହେଁ ସମସ୍ୟାର ସମାଧାନ ହୋଇ ପାରିନାହିଁ। ଏନେଇ ଗତ ପଞ୍ଚାୟତ ନିର୍ବାଚନରେ ବଳଭଦ୍ରପୁର ଓ ଜଗନ୍ନାଥପୁର ଗ୍ରାମବାସୀ ଭୋଟ ବର୍ଜନ ମଧ୍ୟ କରିଥିଲେ। ତତ୍‌କାଳୀନ ଚମ୍ପୁଆ ଉପଜିଲାପାଳ ସମାଧାନ ନିମନ୍ତେ ନିର୍ଭର ପ୍ରତିଶ୍ରୁତି ଦେଇଥିଲେ। ମାତ୍ର ବର୍ତ୍ତମାନ ପର୍ଯ୍ୟନ୍ତ ଏହାର ସମାଧାନ ହୋଇ ପାରିନାହିଁ। ଏଥିସହ ଗ୍ରାମଗୁଡ଼ିକରେ ରାସ୍ତା, ଶିକ୍ଷା, ସ୍ବାସ୍ଥ୍ୟ, ପାନୀୟଜଳ ଆଦି ସମସ୍ୟା ରହିଛି। ଦାବି ନେଇ ଗତ ମଙ୍ଗଳବାର ଘୁଣ୍ଟୁପଶିବାସିନ୍ଦା ବ୍ଲକ୍‌ କାର୍ଯ୍ୟାଳୟରେ ଦାବିପତ୍ର ଦେଇଥିଲେ। ଶୁକ୍ରବାର ଜଗନ୍ନାଥପୁର ଓ ବଳଭଦ୍ରପୁରବାସିନ୍ଦା ଶୋଭାଯାତ୍ରା, ଗଣଧାରଣା କରିବା ସହ ବିଡିଓଙ୍କୁ ଦାବିପତ୍ର ଦେଇଛନ୍ତି। ସମାଧାନ ନହେଲେ ଆନ୍ଦୋଳନାମତ୍କ ପନ୍ଥା ଗ୍ରହଣ କରାଯିବ ବୋଲି ୩ ଗ୍ରାମର ଗ୍ରାମବାସୀ ବାବୁଲାଲ ମହାନ୍ତ, ଲକ୍ଷ୍ମୀରାଣୀ ଦାସ, କିରଣ ଆରୁକ, ହୃଷିକେଶ ମହାନ୍ତ, ବେଣୁଧର ମହାନ୍ତ, ସସ୍ମିତା ମହାନ୍ତ, ବିକ୍ରମ ମୁଣ୍ଡା ପ୍ରମୁଖ ଆନ୍ଦୋଳନାମତ୍କ ପନ୍ଥା ଗ୍ରହଣ କରାଯିବ ବୋଲି କହିଛନ୍ତି। ଝୁମ୍ପୁରା ବିଡିଓ ଉମାକାନ୍ତ ପରିଡ଼ା କହିଛନ୍ତି, ୩ଟି ଗ୍ରାମର ଅଭିଯୋଗକୁ ନେଇ ଜିଲାପାଳଙ୍କୁ ରିପୋର୍ଟ କରାଯାଇଛି। ସମସ୍ୟା ସମାଧାନ କରିବାକୁ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri