ଯୁକ୍ତ୩ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ସଂଶୋଧିତ ବିଜ୍ଞପ୍ତି

ଭୁବନେଶ୍ୱର, ୧୧।୯(ଅସମାପିକା ସାହୁ): ୨୦୨୩-୨୪ ଶିକ୍ଷାବର୍ଷରେ ଯୁକ୍ତ୩ ପ୍ରଥମ ପର୍ଯ୍ୟାୟରେ ନାମଲେଖାଇଥିଲେ ବି ଦ୍ୱିତୀୟ ପର୍ଯ୍ୟାୟରେ ନାମଲେଖା ପାଇଁ ଆବେଦନ କରିପାରିବେ। ଛାତ୍ରୀଛାତ୍ରଙ୍କଠାରୁ ଅଭିଯୋଗ ପାଇବା ପରେ ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସଂଶୋଧିତ ବିଜ୍ଞପ୍ତି ପ୍ରକାଶ ପାଇଛି। ଆବେଦନ ପ୍ରକ୍ରିୟା ୪ ତାରିଖରୁ ଆରମ୍ଭ ହୋଇଥିବାବେଳେ ଏହା ୧୬ ତାରିଖ ରାତି ୧୧ଟା ୪୫ରେ ଶେଷ ହେବ। ସୂଚନାଯୋଗ୍ୟ, ଯୁକ୍ତ୩ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ପୂର୍ବରୁ ଆବେଦନ ଶେଷ ତାରିଖ ୧୩ ଥିବାବେଳେ ଏବେ ତାହା ୧୬କୁ ଘୁଞ୍ଚାଇ ଦିଆଯାଇଛି। ୨୬ ତାରିଖ ଅପରାହ୍ନ ୧୨ଟାରେ ମେଧା ତାଲିକା ପ୍ରକାଶ ପାଇବ। ମନୋନୀତ ଛାତ୍ରୀଛାତ୍ର ୨୭ତାରିଖ ସକାଳ ୯ଟାରୁ ୩୦ତାରିଖ ଅପରାହ୍ନ ୫ଟା ଭିତରେ(ଛୁଟିଦିନ ବ୍ୟତୀତ) ନାମଲେଖାଇବେ। ବଳକା ସିଟ୍‌ରେ ନାମଲେଖା ପାଇଁ ଅକ୍ଟୋବର ୬ ଅପରାହ୍ନ ୨ଟାରେ ପୁନର୍ବାର ମେଧା ତାଲିକା ପ୍ରକାଶ ପାଇବ। ଏଥିରେ ଚୟନ ହୋଇଥିବା ଛାତ୍ରୀଛାତ୍ର ୧୦ତାରିଖ ଦିନ ନାମଲେଖାଇବେ।
ଏପଟେ ଅଗଷ୍ଟ ୨୧ରୁ ଯୁକ୍ତ୩ ପ୍ରଥମ ବର୍ଷ ପାଠପଢ଼ା ଆରମ୍ଭ ହୋଇଛି। କିନ୍ତୁ ପ୍ରଥମ ପର୍ଯ୍ୟାୟ ନାମଲେଖାରେ ସିଟ୍‌ ପୂରଣ ନ ହେବାରୁ ଉଚ୍ଚଶିକ୍ଷା ବିଭାଗ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ କରିଥିଲା। ରାଜ୍ୟର ମୋଟ ୧,୦୪୦ ଡିଗ୍ରୀ କଲେଜରେ ୨,୭୦,୧୬୩ ସିଟ୍‌ ରହିଛି। ସେଥିମଧ୍ୟରୁ ୧,୫୯,୦୫୫ଜଣ ନାମ ଲେଖାଇଥିବାବେଳେ ୧,୧୧,୧୦୮ ସିଟ୍‌ ଖାଲି ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri