Posted inଖେଳ

ଶ୍ରୀଲଙ୍କା ଗସ୍ତରେ ଏହି ୩ ଷ୍ଟାର ଖେଳାଳିଙ୍କ ପାଇଁ କର ବା ମର ପରିସ୍ଥିତି, ବିଫଳ ହେଲେ ଟିମ ଇଣ୍ଡିଆରୁ ବିଦାୟ!

ନୂଆଦିଲ୍ଲୀ, ୩୧।୭: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଅଗଷ୍ଟ ୧୫ରୁ ଦୁଇଟି ଟେଷ୍ଟ ମ୍ୟାଚର ସିରିଜ ଆରମ୍ଭ ହେଉଛି। ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଦୃଷ୍ଟିରୁ ଏହି ସିରିଜ ଟିମ ଇଣ୍ଡିଆ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଅଟେ। ଶ୍ରୀଲଙ୍କା ବିପକ୍ଷ ଏହି ସିରଜରେ ରବୀନ୍ଦ୍ର ଜାଡେଜା ଏବଂ ଜସପ୍ରୀତ ବୁମରା ଦଳକୁ ପ୍ରତ୍ୟାବର୍ତ୍ତନ କରୁଛନ୍ତି। ଏଭଳି ୩ ଜଣ ଖେଳାଳି ଅଛନ୍ତି, ଯେଉଁମାନଙ୍କର ଟେଷ୍ଟ ଦଳରେ ସ୍ଥାନ ପକ୍କା ଲାଗୁନାହିଁ ଏବଂ ବର୍ତ୍ତମାନ ଶ୍ରୀଲଙ୍କା ଗସ୍ତରେ ମଧ୍ୟ ଯଦି ସେମାନେ ନିଜକୁ ପ୍ରମାଣ କରିପାରିବେ ନାହିଁ, ତେବେ ଟିମ ଇଣ୍ଡିଆର ସ୍କୱାଡ୍‌ରୁ ବାହାରି ଯାଇପାରନ୍ତି।

ପ୍ରସିଦ୍ଧ କ୍ରିଷ୍ଣା ଆଫଗାନିସ୍ତାନ ବିପକ୍ଷ ଶେଷ ଟେଷ୍ଟ ମ୍ୟାଚରେ ତିନୋଟି ଉଇକେଟ୍‌ ଅକ୍ତିଆର କରିଥିଲେ। ପ୍ରସିଦ୍ଧ ବର୍ତ୍ତମାନ ପର୍ଯ୍ୟନ୍ତ ୭ଟି ଟେଷ୍ଟ ଖେଳିଛନ୍ତି ଏବଂ ୨୫ଟି ଉଇକେଟ୍‌ ନେଇଛନ୍ତି। ତାଙ୍କର ରେକର୍ଡ ସେତେଟା ବିଶେଷ ଭଲ ନାହିଁ ଏବଂ ବର୍ତ୍ତମାନ ଶ୍ରୀଲଙ୍କା ବିପକ୍ଷରେ ତାଙ୍କ ପାଖରେ ନିଜକୁ ପ୍ରମାଣ କରିବାର ଶେଷ ସୁଯୋଗ ରହିଛି। ଯଦି ସେ ବିଫଳ ହୁଅନ୍ତି, ତେବେ ସିଲେକ୍ଟରମାନେ ଅନ୍ୟ କୌଣସି ବୋଲରଙ୍କୁ ସୁଯୋଗ ଦେଇପାରନ୍ତି।

କୁଲଦୀପ ଯାଦବ ଟି-୨୦ ଅନ୍ତର୍ଜାତୀୟ ଦଳରୁ ବାହାରି ଯାଇଛନ୍ତି ଏବଂ ଦିନିକିଆରେ ତାଙ୍କୁ ସୁଯୋଗ ଦିଆଯାଉ ନାହିଁ। ରବୀନ୍ଦ୍ର ଜାଡେଜା ହେଉଛନ୍ତି ଦଳର ମୁଖ୍ୟ ସ୍ପିନର୍‌ ଏବଂ ଏବେ ମାନବ ସୁଥାରଙ୍କୁ ସୁଯୋଗ ଦିଆଯାଉଛି। ଦଳ ଯୁବ ବୋଲରମାନଙ୍କ ଉପରେ ଫୋକସ କରୁଛି। କୁଲଦୀପ ତାଙ୍କର ପୂର୍ବ ଟେଷ୍ଟରେ ତିନୋଟି ଉଇକେଟ୍‌ ନେଇଥିଲେ। ଯଦି କୁଲଦୀପ ଯାଦବ ଶ୍ରୀଲଙ୍କା ଗସ୍ତରେ ଉଇକେଟ୍‌ ନ ନେଇପାରନ୍ତି, ତେବେ ସେ ଦଳରୁ ବାହାରି ଯାଇପାରନ୍ତି।

ସାରାଂଶ ଜୈନ ପ୍ରଥମ ଥର ପାଇଁ ଭାରତୀୟ ଟେଷ୍ଟ ଦଳରେ ସ୍ଥାନ ପାଇଛନ୍ତି। ତଥାପି, ସାରାଂଶଙ୍କୁ ୱାଶିଂଟନ ସୁନ୍ଦରଙ୍କ ବିକଳ୍ପ (ରିପ୍ଲେସମେଣ୍ଟ) ଭାବରେ ଅଣାଯାଇଛି। ସୁନ୍ଦର ସୁସ୍ଥ ହେବା ପରେ ସାରାଂଶଙ୍କ ସ୍ଥାନ ଦଳରେ ବିପଦରେ ପଡ଼ିପାରେ। ଏହି କାରଣରୁ ଶ୍ରୀଲଙ୍କା ଗସ୍ତରେ ସାରାଂଶଙ୍କୁ ତାଙ୍କର ଅଲରାଉଣ୍ଡ ପ୍ରଦର୍ଶନ ଦ୍ୱାରା ପ୍ରଶଂସକଙ୍କ ହୃଦୟ ଜିତିବାକୁ ପଡ଼ିବ, ତେବେ ଯାଇ ସେ ଦଳରେ ବଜାୟ ରହିପାରିବେ।

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ନଜରରେ ୬ ରାଶି! ୨୦୨୭ ପୂର୍ବରୁ ବଦଳିବ ଭାଗ୍ୟ, ଧନଲାଭ ଯୋଗକୁ ମିଳିବ ବଡ଼ ଚାକିରିର ସୁଯୋଗ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନର ଏକ ବିଶେଷ ମହତ୍ତ୍ୱ ରହିଛି। ଶନି ସମସ୍ତ ଗ୍ରହଙ୍କ ମଧ୍ୟରେ ସବୁଠାରୁ ମନ୍ଥର ଗତିରେ ଚଳନ କରୁଥିବା ଗ୍ରହ ଏବଂ ସେ…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ସେପ୍ଟେମ୍ୱର ୧୬ ସକାଳ ୯ଟାରେ ୫ ରାଶିଙ୍କ ଖୋଲିବ ଭାଗ୍ୟ; ପାଇବେ ପ୍ରଚୁର ଧନ, ଚାକିରିରେ ବଡ଼ ଅଫର୍‌

୧୬ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ ଶୁକ୍ଳ ପକ୍ଷର ପଞ୍ଚମୀ ତିଥି ଏବଂ ବୁଧବାର। ଏହା ସହିତ ଏହା ଦ୍ୱିତୀୟ ଚାତୁର୍ମାସ୍ୟର ୨୪ତମ ଦିନ। ଏହି…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ବ୍ୟାଙ୍କରେ ପଶି ଡକାୟତି, ଧରାପଡ଼ିଲେ ୭ ଡ଼କାୟତ

ବୈଶିଙ୍ଗା,୧୫।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରରେ ଥିବା ୟୂନିୟନ ବ୍ୟାଙ୍କରେ ସୋମବାର ରାତିରେ ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି ବ୍ୟାଙ୍କରେ ଲାଗିଥିବା…

ଋଷିକୂଲ୍ୟାରେ ଭାସୁଛି ମୃତଦେହ

ଛତ୍ରପୁର,୧୫।୯(ଅନାଥ ତରାଇ/ଦିଲୀପ ସାମଲ): ଗଞ୍ଜାମ ବ୍ଲକ ଅଧୀନ ଗୋଖୁରୁକୁଦା ଫରେଷ୍ଟ ଅଫିସ ନିକଟସ୍ଥ ଋଷିକୂଲ୍ୟା ନଦୀରେ ମଙ୍ଗଳବାର ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି।…

ଛୁରୀ ଭୁଶି ଯୁବକଙ୍କୁ ହତ୍ୟା: ପୂର୍ବ ଶତ୍ରୁତାରୁ ଆକ୍ରମଣ, ଦୁଇ ଯୁବକ ଫେରାର

ଖଲ୍ଲିକୋଟ, ୧୫।୯ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ଛୁରୀ ଭୁଶି ହତ୍ୟା କରାଯାଇଛି। ମୃତକ ହେଲେ ଖୋଜାପଲ୍ଲୀ ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?