ବିଶ୍ୱର ଶ୍ରେଷ୍ଠ ବୈଜ୍ଞାନିକ ତାଲିକାରେ ଏଫ୍‌ଏମ୍‌ୟୁର ୩ ପ୍ରଫେସର

ବାଲେଶ୍ୱର, ୨୫।୯(ବାଞ୍ଛାନିଧି ଦେ): ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟ(ଏଫଏମ୍‌ୟୁ) ରସାୟନ ବିଜ୍ଞାନ ପ୍ରଫେସର ପଙ୍କଜ କୁମାର ପାଢ଼ୀ, ଗଣିତ ବିଭାଗର ଡ. ଗୌରାଙ୍ଗ ସି ସାମନ୍ତ ଏବଂ ପ୍ରାଣୀ ବିଜ୍ଞାନ ବିଭାଗର ଡ. ମନୋଜିତ୍‌ ଭଟ୍ଟାଚାର୍ଯ୍ୟ ୨୦୨୪ ପାଇଁ ଶ୍ରେଷ୍ଠ ୨% ବୈଜ୍ଞାନିକ ମାନ୍ୟତା ପାଇଁ ତାଲିକାଭୁକ୍ତ ହୋଇଛନ୍ତି। ପ୍ରଫେସର ପାଢ଼ୀଙ୍କ ଏହା କ୍ରମାଗତ ଭାବେ ୫ ବର୍ଷର ସଫଳତା, ଡ. ସାମନ୍ତ ଚତୁର୍ଥଥର ପାଇଁ ଏବଂ ଡ. ଭଟ୍ଟାଚାର୍ଯ୍ୟ କ୍ରମାଗତ ଦ୍ୱିତୀୟ ଥର ପାଇଁ ତାଲିକାଭୁକ୍ତ ହୋଇ ଏହି ସଫଳତାର ଯାତ୍ରାକୁ ବଜାୟ ରଖିଛନ୍ତି। ବିଗତ ବର୍ଷରେ ବ୍ୟକ୍ତିଗତ ଭାବେ ସେମାନେ ଅନେକ ଗବେଷଣା, ପ୍ରବନ୍ଧ, ପେଟେଣ୍ଟେ ଦାଖଲ, ପୁସ୍ତକ ଲେଖିବା ଆଦି ପ୍ରକାଶ କରିଛନ୍ତି। ମୋଟ୍‌ ଉପରେ ଷ୍ଟାନ୍‌ଫୋର୍ଡ଼/ଏଲ୍‌ସେଭିୟାର ଶ୍ରେଷ୍ଠ ୨% ବୈଜ୍ଞାନିକ ମାନ୍ୟତା ବିଶ୍ୱର ଅନୁସନ୍ଧାନ ଗୋଷ୍ଠୀ ମଧ୍ୟରେ କ୍ୟାରିୟର ସ୍ବୀକୃତି, ଅଗ୍ରଗତି ଏବଂ ଅନୁଷ୍ଠାନିକ ପ୍ରତିଷ୍ଠା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପ୍ଲାଟଫର୍ମ ପ୍ରଦାନ କରେ। ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ ସମସ୍ତଙ୍କୁ ଏହି ଗୌରବପୂର୍ଣ୍ଣ ସଫଳତା ପାଇଁ ଶୁଭେଚ୍ଛା ଜ୍ଞାପନ କରିଛନ୍ତି। ବିଶ୍ୱବିଦ୍ୟାଳୟକୁ ସେମାନଙ୍କ ଗବେଷଣାମତ୍କ ଉନ୍ନତୀକରଣରେ ସହଯୋଗ ପାଇଁ କୁଳପତି ସଫଳତାର ଶ୍ରେୟ ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଖୁସିଖବର ଦେଲେ ସୀମା ହାଇଦର: ବଢୁଛି ଚର୍ଚ୍ଚା

ଲକ୍ଷ୍ନୌ,୮।୧୨: ପାକିସ୍ତାନରୁ ପ୍ରବାସୀ ସୀମା ହାଇଦର ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ସୀମା ହାଇଦର ଏବେ ପୁଣି ଥରେ ଗର୍ଭବତୀ ଏବଂ ଷଷ୍ଠ ଥର ପାଇଁ...

ଫାଟୁଆ ରୋଗ ପାଇଁ ଆଗୁଆ ପ୍ରତିଷେଧକ, ୩୭ ହଜାର ଗୋରୁଙ୍କୁ ଟିକାକରଣ ଲକ୍ଷ୍ୟ

ଦାରିଙ୍ଗବାଡ଼ି,୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ୨୫ ଟି ପଞ୍ଚାୟତରେ ଗାଈ ଓ ବଳଦଙ୍କ ପାଇଁ ଅଣ୍ଟା ଭଡ଼ିଛି ମତ୍ସ୍ୟ ଓ...

ନେଟ୍‌ ପ୍ରାକ୍ଟିସ ପାଇଁ ବାରବାଟୀ ଯିବେ ଦୁଇ ଦଳ: ଜାଣନ୍ତୁ କେତେବେଳେ…

ଭୁବନେଶ୍ୱର, ୭ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏଥିଲାଗି...

ପାରଦ ତଳ ମୁହାଁ: ଶୀତରେ ଥରୁଛନ୍ତି ବାସହୀନ

ସୋନପୁର,୮।୧୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ପାରଦ ତଳ ମୁହାଁ ହୋଇଛି। ପ୍ରବଳ ଶୀତ ଓ କୁହୁଡି ଯୋଗୁ ଲୋକେ ଅସୁବିଧା ଭୋଗୁଛନ୍ତି। ବିଶେଷ କରି ବାସହୀନ...

ସକାଳୁ ସକାଳୁ ବରଗଡ଼ ସହରରେ ଅଗ୍ନିକାଣ୍ଡ: ଚଷମା ଦୋକାନ ଛାରଖାର

ବରଗଡ଼,୮ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସୋମବାର ସକାଳୁ ଏକ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କୋର୍ଟ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ଏକ ଚଷମା ଦୋକାନରୁ...

ଆଇଏସ୍‌ପିଏଲ୍‌ ନିଲାମରେ ଓଡ଼ିଆ ପୁଅ ରାଜେଶ

ଖୋର୍ଦ୍ଧା,୮ା୧୨(ପ୍ରଭାତ ପାଣିଗ୍ରାହୀ):ଏବେ ସବୁଆଡ଼େ କ୍ରିକେଟର କ୍ରେଜ୍‌। ଛୋଟଠୁ ବଡ଼ ସମସ୍ତେ କ୍ରିକେଟ୍‌ ମାନିଆ। ଏଥିରେ କ୍ୟାରିୟର କରିବା ପାଇଁ ଯୁବପିଢ଼ିଙ୍କ ମଧ୍ୟରେ ଏକପ୍ରକାର ଉତ୍ସାହ ରହିଛି।...

ଗୋଆ ଅଘଟଣ: ୨୫ ମୃତକଙ୍କ ମିଳିଲା ପରିଚୟ

ପଣଜୀ,୮ା୧୨(ପି.ଟି/ଏଜେନ୍ସି):ଗୋଆ ରାଜଧାନୀ ପଣଜୀରୁ ୨୫ କି.ମି. ଦୂରରେ ‘ବର୍ଚ ବାଇ ରୋମିଓ ଲେନ୍‌’ ନାଇଟ୍‌ କ୍ଲବ୍‌ ଅବସ୍ଥିତ। ବେଆଇନ ଭାବେ ନିର୍ମିତ ଏହି କ୍ଲ୍‌ବ୍‌କୁ ଭାଙ୍ଗିବା...

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri