ଜାପାନ ସହଯୋଗରେ ଓଡ଼ିଶାରେ ହେବ ୩ ପ୍ରକଳ୍ପ: ୭,୬୦୦ ନିଯୁକ୍ତି ସୁଯୋଗ ସୃଷ୍ଟି

ଭୁବନେଶ୍ୱର,୪।୭(ସୁନିତ୍‌ ମିଶ୍ର):ଓଡ଼ିଶାର ଶିଳ୍ପ ଅଭିବୃଦ୍ଧିର ପରବର୍ତ୍ତୀ ଅଧ୍ୟାୟ ଏବେ ପ୍ରଯୁକ୍ତିବିଦ୍ୟା, ନବସୃଜନ ଓ ସବୁଜ ଅର୍ଥନୀତି(ଗ୍ରୀନ୍‌ ଇକୋନୋମି) ଦ୍ୱାରା ପରିଚାଳିତ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ସ୍ଥାନୀୟ ଲୋକସେବା ଭବନ କନ୍‌ଭେନସନ ସେଣ୍ଟରଠାରେ ଶୁକ୍ରବାର ଆୟୋଜିତ କାର୍ଯ୍ୟକ୍ରମରେ ଜାପାନର ବିଜ୍‌ନେସ୍‌ ପ୍ରତିନିଧିମାନଙ୍କ ସହ ମୁଖ୍ୟମନ୍ତ୍ରୀ ଓଡ଼ିଶାର ପୁଞ୍ଜିନିବେଶ ସମ୍ପର୍କରେ ବିଶେଷକରି ସବୁଜ ଅର୍ଥନୀତିର ଅଭିବୃଦ୍ଧି ସମ୍ପର୍କରେ ଆଲୋଚନା କରିଛନ୍ତି। ଜାପାନୀ ଶିଳ୍ପ ବ୍ୟବସାୟିକ ପ୍ରତିନିଧିମଣ୍ଡଳୀଙ୍କ ସହ କଥାବାର୍ତ୍ତା ବେଳେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଧୁନିକ ପ୍ରଯୁକ୍ତି ପ୍ରୟୋଗରେ ଓଡ଼ିଶାକୁ ଏକ ‘ଗ୍ଲୋବାଲ ଗ୍ରୀନ୍‌ ହବ୍‌’ରେ ପରିଣତ କରାଯିବ। ରାଜ୍ୟ ସରକାର ଏସିଏମ୍‌ଇ ଗ୍ରୁପ୍‌ ଓ ଆଇଏଚ୍‌ଆଇ କର୍ପୋରେଶନ ସହ ଏକ ସହଯୋଗପତ୍ର ବା ମେମୋରାଣ୍ଡମ ଅଫ୍‌ କୋଅପ୍‌ରେଶନ (ଏମ୍‌ଓସି) ସ୍ବାକ୍ଷର କରିଛନ୍ତି। ଏହାଦ୍ୱାରା ୨ଟି କମ୍ପାନୀ ଓଡ଼ିଶାରେ ସ୍ବଚ୍ଛ ଶକ୍ତି ଏବଂ ଅନ୍ୟାନ୍ୟ ଶିଳ୍ପ ପ୍ରକଳ୍ପରେ ବ୍ୟାପକ ରୂପରେ ନିବେଶକରିବା ପାଇଁ ଉଦ୍ୟମ କରିବେ। ଏହି ସହଯୋଗ ଦ୍ୱାରା ୨ କମ୍ପାନୀ ଏସିଏମ୍‌ଇ ଓ ଆଇଏଚ୍‌ଆଇ ଓଡ଼ିଶାରେ ୩ଟି ପ୍ରକଳ୍ପ ସ୍ଥାପନକରିବା ପାଇଁ ସହଯୋଗର ହାତ ବଢ଼ାଇଛନ୍ତି। ଏହାର ସମୁଦାୟ ନିବେଶ ମୂଲ୍ୟ ପ୍ରାୟ ୬୭,୦୦୦ କୋଟି ଟଙ୍କା ଏବଂ ଏହାଦ୍ୱାରା ୭,୬୦୦ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ।
ଏସିଏମ୍‌ଇ ଓ ଆଇଏଚ୍‌ଆଇ କମ୍ପାନୀ ଓଡ଼ିଶାର ଗୋପାଳପୁରଠାରେ ୦.୪ ଏମ୍‌ଟିପିଏ କ୍ଷମତା ବିଶିଷ୍ଟ ଗ୍ରୀନ୍‌ ଆମୋନିଆ ପ୍ରକଳ୍ପରେ ୨୦ ହଜାର କୋଟି ଟଙ୍କା ନିବେଶ ହେବ ଏବଂ ଏହାଦ୍ୱାରା ୩୪୦୦ ନିଯୁକ୍ତି ସୃଷ୍ଟି ହେବ। ଏହା ସହ ଉକ୍ତ ପ୍ରକଳ୍ପରେ ଅତିରିକ୍ତ ହଜାରେ କୋଟି ଟଙ୍କା ନିବେଶରେ ଏକ ଜେଟି ବିହୀନ ଫ୍ଲୋଟିଂ ଟର୍ମିନାଲ ଭିତ୍ତିଭୂମି ସୃଷ୍ଟି କରାଯିବ। ଏହାସହ ପାରାଦୀପରେ ୩୪ ହଜାର କୋଟି ଟଙ୍କା ବିନିଯୋଗରେ ୦.୮ ଏମ୍‌ଟିପିଏ କ୍ଷମତା ବିଶିଷ୍ଟ ଏକ ଗ୍ରୀନ୍‌ ଆମୋନିଆ ପ୍ରକଳ୍ପ ପ୍ରତିଷ୍ଠା କରାଯିବ। ଏହାଦ୍ୱାରା ୩୬୦୦ ନିଯୁକ୍ତି ସୃଷ୍ଟି ହେବ। ସେହିପରି ୧୨୦୦୦ କୋଟି ଟଙ୍କା ବିନିଯୋଗରେ ପାରାଦୀପରେ ୦.୧ ଏମ୍‌ଟିପିଏ କ୍ଷମତା ବିଶିଷ୍ଟ ଏକ ଗ୍ରୀନ୍‌ ମିଥାନଲ୍‌ ପ୍ରକଳ୍ପ କରାଯିବ। ଏହାଦ୍ୱାରା ୬୦୦ ନିଯୁକ୍ତି ସୃଷ୍ଟିହେବ। ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ଓଡ଼ିଶାରେ ବର୍ତ୍ତମାନ ସୁଦ୍ଧା ୧୨ଟି ପ୍ରମୁଖ ଗ୍ରୀନ୍‌ ହାଇଡ୍ରୋଜେନ ଏବଂ ଗ୍ରୀନ୍‌ ଆମୋନିଆ ପ୍ରକଳ୍ପକୁ ମଞ୍ଜୁରୀ ଦେଇସାରିଛି। ଏହାଦ୍ୱାରା ରାଜ୍ୟକୁ ୨ ଲକ୍ଷ କୋଟିରୁ ଅଧିକ ଟଙ୍କାର ପୁଞ୍ଜିନିବେଶ ଆସିବା ସହ ୩୬ ହଜାରରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟିହେବ। ପାରାଦୀପ, କେନ୍ଦ୍ରାପଡ଼ା ଏବଂ ଗୋପାଳପୁରକୁ ନେଇ ୨ଟି ସବୁଜ ଶିଳ୍ପ କରିଡର ବିକାଶ କରାଯାଉଛି, ଯାହା ଭାରତର ଇସ୍ପାତ ରାଜଧାନୀ ଓଡ଼ିଶାକୁ ଗ୍ରୀନ୍‌ ଷ୍ଟିଲ୍‌ ଉତ୍ପାଦନରେ ବିଶ୍ୱସ୍ତରୀୟ ଅଗ୍ରଣୀ କରାଇବ। ଏହି କାର୍ଯ୍ୟକ୍ରମରେ ଏସିଏମ୍‌ଇ, ଆଇଏଚ୍‌ଆଇ ଓ ମିତ୍‌ସୁବିସି ଆଦି ଅନ୍ତର୍ଜାତୀୟ ସ୍ତରର କମ୍ପାନୀର ପ୍ରତିନିଧିମାନେ ଯୋଗଦେଇଛନ୍ତି। ଗତ ଦେଢ ବର୍ଷ ମଧ୍ୟରେ ଓଡ଼ିଶା ସରକାର ୧୦ ଲକ୍ଷ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପକୁ ଅନୁମୋଦନ ଦିଆଯାଇଛି। ରାଜ୍ୟର ୨୯ ଜିଲାରେ ଶିଳ୍ପାୟନ ପ୍ରକ୍ରିୟା ତ୍ୱରାନ୍ବିତ ହେଉଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି। ଆଗାମୀ କିଛିଦିନ ମଧ୍ୟରେ ରାଜ୍ୟର ସବୁ ଜିଲାରେ ଉଦ୍ୟୋଗ ପ୍ରତିଷ୍ଠା କରାଯାଇ ସମାବେଶୀ ଶିଳ୍ପାୟନ ଲକ୍ଷ୍ୟ ହାସଲ କରାଯିବ। ଏହି ଆଲୋଚନାରେ ଆଇଏଚ୍‌ଆଇ କର୍ପୋରେଶନର ପ୍ରେସିଡେଣ୍ଟ ଓ ସିଇଓ ହିରୋଶି ଲେଡ୍‌ ଓଡ଼ିଶାର ସବୁଜ ଶକ୍ତି ନୀତି ଏବଂ ପୁଞ୍ଜିନିବେଶ ପରିବେଶକୁ ପ୍ରଶଂସାକରି କହିଛନ୍ତି, ଏଠାର ଶକ୍ତିକ୍ଷେତ୍ରର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଆନ୍ତରିକ ସହଯୋଗ ଓ ସରକାରଙ୍କ ଦୂରଦୃଷ୍ଟିସମ୍ପନ୍ନ ଶକ୍ତିନୀତି ବେଶ୍‌ ପ୍ରଶଂସନୀୟ। ଏସିଏମ୍‌ଇ ଗ୍ରୁପ୍‌ର ଚେୟାରମ୍ୟାନ ତଥା ମ୍ୟାନେଜିଂ ଡିରେକ୍ଟର ମନୋଜ କୁମାର ଉପାଧ୍ୟାୟ ଓଡ଼ିଶାର ଶିଳ୍ପାନୁକୂଳ ପରିବେଶକୁ ପୁଞ୍ଜିନିବେଶରେ ଶ୍ରେଷ୍ଠ ଗନ୍ତବ୍ୟସ୍ଥଳ ବୋଲି କହିଛନ୍ତି। ଏହି ଅବସରରେ ଶିଳ୍ପମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ, ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ପ୍ରମୁଖ ଉପସ୍ଥିତ ଥିଲେ। ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା ସ୍ବାଗତ ଭାଷଣ ପ୍ରଦାନ କରିଥିଲେ । ଇପିକଲ୍‌ ପରିଚାଳନା ନିର୍ଦ୍ଦେଶକ ଆବୋଲି ସୁନୀଲ ନରଓ୍ବଣେ ଆଲୋଚନା ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍‌-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍‌

ନୂଆଦିଲ୍ଲୀ,୩।୧୦: କ୍ରିକେଟ୍‌ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍‌ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…

ମୋଦି, ଶାହା, ଜ୍ଞାନେଶ ‘ଗଣତନ୍ତ୍ର ଧ୍ୱଂସ’ କରିଛନ୍ତି: ରାହୁଲ

ନୂଆଦିଲ୍ଲୀ, ୩।୧୦: ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଏବଂ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

ବିମାନ ଯାତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ଜୀବନ ଦେଇଥିଲେ ନୀରଜା

ନୂଆଦିଲ୍ଲୀ,୩।୧୦: ବର୍ତ୍ତମାନ ସମଗ୍ର ବିଶ୍ୱରେ ଫ୍ଲାଏଦୁବାଇ ବିମାନ ଅପହରଣ ଘଟଣାର ହିରୋ ସ୍ମିତ୍‌ ମଚ୍ଛାରଙ୍କୁ ତାଙ୍କ ଅପୂର୍ବ ସାହସିକତା ପାଇଁ ପ୍ରଶଂସା କରାଯାଉଛି। ତେବେ ଏହି ଘଟଣା,…

ନିଜ ପୁଅଙ୍କୁ ନିୟନ୍ତ୍ରଣ କରିପାରି ନ ଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ

ନୂଆଦିଲ୍ଲୀ,୩ା୧୦: ଘରୋଇ ହିଂସା ଆଇନ ଅନୁଯାୟୀ ନିଜ ପ୍ରାପ୍ତବୟସ୍କ ପୁଅଙ୍କୁ ନିୟନ୍ତ୍ରଣ କରିବାରେ ବିଫଳ ହୋଇଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ ବୋଲି ଦିଲ୍ଲୀ ହାଇକୋର୍ଟ ରାୟ…

ପଞ୍ଜାବ ପ୍ରଦେଶ କଂଗ୍ରେସ କମିଟି ସଭାପତି ପଦରୁ ଓ୍ବାରିଙ୍ଗ୍‌ଙ୍କ ଇସ୍ତଫା

ନୂଆଦିଲ୍ଲୀ,୩ା୧୦: କଂଗ୍ରେସ ନେତା ଅମରିନ୍ଦର ସିଂ ରାଜା ଓ୍ବାରିଙ୍ଗ୍‌ ଶୁକ୍ରବାର ଦଳର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଭେଟି ପଞ୍ଜାବ ରାଜ୍ୟ କଂଗ୍ରେସ ସଭାପତି ପଦରୁ ଆନୁଷ୍ଠାନିକ…

ଫ୍ରାନ୍ସରେ ଛାତ୍ର-ପୋଲିସ ସଂଘର୍ଷ: ୪୦୦ ସ୍କୁଲ ବନ୍ଦ

ପ୍ୟାରିସ୍‌, ୩।୧୦: ଫ୍ରାନ୍ସରେ ଶୁକ୍ରବାର ବିକ୍ଷୋଭ ଆହୁରି ତୀବ୍ରତର ହୋଇଛି। ହାଇସ୍କୁଲ ଛାତ୍ରୀଛାତ୍ରମାନେ ବିଲ୍ଡିଂଗୁଡ଼ିକର ପ୍ରବେଶପଥ ଅବରୋଧ କରିବା, ପୋଲିସ ସହ ସଂଘର୍ଷ କରିବା ଏବଂ କେତେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?