୩ ସୋମବାର ଜଳଲାଗି

ଢେଙ୍କାନାଳ, ୫।୭(ରତନ ନାୟାର): ଯୋଡ଼ା ଶ୍ରାବଣରେ ଜଳାଭିଷେକକୁ ନେଇ ଦୂର ହୋଇଛି ଦ୍ୱନ୍ଦ୍ୱ। ବିଶ୍ୱପ୍ରସିଦ୍ଧ ଶୈବପୀଠ କପିଳାସ ସମେତ ଢେଙ୍କାନାଳ ଜିଲାର ୧୨ ଶୈବ କ୍ଷେତ୍ରରେ ଜୁଲାଇ ୧୦, ଅଗଷ୍ଟ ୨୧ ଏବଂ ୨୮ ତାରିଖରେ ପଡୁଥିବା ସୋମବାରରେ ଜଳଲାଗି କରାଯିବ। ରାଜପୁରୋଧା ପଞ୍ଚାନନ ମିଶ୍ରଙ୍କ ଗଣନା ଅନୁଯାୟୀ ଏହି ନୀତିନିର୍ଘଣ୍ଟ ସ୍ଥିରୀକୃତ ହୋଇଛି। କାଉଡ଼ିଯାତ୍ରାକୁ ଶୃଙ୍ଖଳିତ କରିବା ଲାଗି ମଙ୍ଗଳବାର ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଜିଲାପାଳ ସରୋଜ ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ବିସ୍ତୃତ ଆଲୋଚନା କରାଯାଇଛି।
କାଉଡ଼ିଯାତ୍ରା ସମୟରେ ଶୈବପୀଠଗୁଡ଼ିକ ଆବର୍ଜନାମୟ ହୋଇପଡୁଛି। ଏହାକୁ ରୋକିବା ଲାଗି ପ୍ଲାଷ୍ଟିକ ଓ ପଲିଥିନ ବ୍ୟବହାରକୁ ସମ୍ପୂର୍ଣ୍ଣ ନିଷିଦ୍ଧ କରାଯାଇଛି। ଶୋଭାଯାତ୍ରାରେ ଡିଜେ ସାଉଣ୍ଡ୍‌ ଉପରେ କଟକଣା ଜାରି କରାଯାଇଛି। କେବଳ କାଉଡ଼ିଯାତ୍ରା ନୁହେଁ, ଏଣିକି ଜିଲାର କୌଣସି ପୂଜା ଉତ୍ସବ, ସମାରୋହ ଏବଂ କାର୍ଯ୍ୟକ୍ରମରେ ଡିଜେ ସାଉଣ୍ଡ ବାଜିବ ନାହିଁ ବୋଲି ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। କପିଳାସ ପୀଠକୁ ଲକ୍ଷାଧିକ କାଉଡ଼ିଆଙ୍କ ସମାଗମ ହେଉଥିବାରୁ ସେଠାରେ ଅସ୍ଥାୟୀ ଶୌଚାଳୟ ଏବଂ ପାନୀୟ ଜଳଯୋଗାଣକୁ ସୁନିଶ୍ଚିତ କରିବା ପାଇଁ ପୌର କର୍ତ୍ତୃପକ୍ଷଙ୍କୁ ପରାମର୍ଶ ଦିଆଯାଇଛି। କାଉଡ଼ିଆଙ୍କଠାରୁ କୌଣସି ପ୍ରକାର ଅର୍ଥ ଆଦାୟ ହେବନାହିଁ। ଶ୍ରଦ୍ଧାଳୁଙ୍କୁ ନେବାଆଣିବାରେ ନିୟୋଜିତ ଗାଡ଼ି ଯେପରି ଧାର୍ଯ୍ୟ ଭଡ଼ାଠାରୁ ଅଧିକ ନେବେନାହିଁ, ସେଥିପ୍ରତି ଧ୍ୟାନ ଦେବାକୁ ଜିଲାପାଳ ଆଞ୍ଚଳିକ ପରିବହନ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି କାଉଡ଼ିଆଙ୍କ ସୁରକ୍ଷା ଦୃଷ୍ଟିରୁ ହାତୀଙ୍କ ଗତିବିଧି ଉପରେ ନଜର ରଖିବା, ନଦୀରୁ ଜଳ ଉଠାଇବା ବେଳେ ସତର୍କତା ଅବଲମ୍ବନ କରିବା, ଶ୍ରଦ୍ଧାଳୁଙ୍କ ସୁରକ୍ଷା ଲାଗି ନଦୀ କୂଳରେ ଓଡ୍ରାଫ୍‌, ଅଗ୍ନିଶମ ବାହିନୀ ମୁତୟନ କରିବା ଆଦି ବିଷୟରେ ଆଲୋଚନା ହୋଇଛି। କାଉଡ଼ିଆଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ କପିଳାସ ପୀଠ ପରିସର ଏବଂ ପାଦଦେଶରେ ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିର, ଆମ୍ବୁଲାନ୍ସ ବ୍ୟବସ୍ଥା କରାଯିବ। ଖାଦ୍ୟର ମାନ ଯାଞ୍ଚ ହେବ। ଟ୍ରାଫିକ୍‌ ଓ ଆଇନଶୃଙ୍ଖଳା ରକ୍ଷା ପାଇଁ ଯଥେଷ୍ଟ ପୋଲିସ ଫୋର୍ସ ମୁତୟନ ହେବେ। ଭିଡ଼ ନିୟନ୍ତ୍ରଣରେ ଏନ୍‌ସିସି, ସ୍କାଉଟ୍ସ, ସ୍ବେଚ୍ଛାସେବୀ ନିୟୋଜିତ ହେବେ ବୋଲି ନିଷ୍ପତ୍ତି ହୋଇଛି।
ପ୍ରାରମ୍ଭରେ ଜିଲା ଦେବୋତ୍ତର ନିର୍ବାହୀ ଅଧିକାରୀ ତଥା ଉପଜିଲାପାଳ ସ୍ନିଗ୍ଧାରାଣୀ ଧଳ କାଉଡ଼ି ଯାତ୍ରାର ସୁପରିଚାଳନା ସମ୍ପର୍କରେ ସୂଚନା ଦେଇଥିଲେ। ଏସ୍‌ପି ଜ୍ଞାନରଞ୍ଜନ ମହାପାତ୍ର, ଅତିରିକ୍ତ ଏସ୍‌ପି ସୂର୍ଯ୍ୟମଣି ପ୍ରଧାନ, ଜିଲା ବନଖଣ୍ଡ ଅଧିକାରୀ ସୁମିତ କର, କାମାକ୍ଷାନଗର ଉପଜିଲାପାଳ ନାରାୟଣ ନାୟକ, ଜିଲା ପରିଷଦର ଅତିରିକ୍ତ ଉନ୍ନୟନ ଅଧିକାରୀ ସରୋଜ କୁମାର ଦତ୍ତ, କାମାକ୍ଷାନଗର ଏସ୍‌ଡିପିଓ ରଞ୍ଜନ ଦେ, ସଦର ବିଡିଓ ସୁଧୀର ନାୟକ, ଗଁଦିଆ ବିଡିଓ ଆଶିଷ ସାହୁଙ୍କ ସମେତ ଟାଉନ, ସଦର, ଗଁଦିଆ, ଭୁବନ, ମୋଟଙ୍ଗା, କଣ୍ଟବଣିଆ ଥାନାର ଅଧିକାରୀମାନେ ବୈଠକରେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପୂର୍ବରୁ CJPର ବଡ଼ ବୟାନ, ଆମେ କାହାକୁ….

ନୂଆଦିଲ୍ଲୀ,୧।୧୦ : ଦେଶରେ ପରିବର୍ତ୍ତନ ସେତେବେଳେ ସମ୍ଭବ, ଯେତେବେଳେ ପ୍ରତ୍ୟେକ ନାଗରିକ ନିଜ ଭୂମିକା ନିଭାଇବେ । ଏଭଳି ମତ ରଖିଛନ୍ତି କକ୍ରୋଚ୍ ଜନତା ପାର୍ଟି (CJP)ର…

ସେତୁ ଆପ୍ରୋଚ ରାସ୍ତା ନ କରି ଖୋଲିଦେଲେ: ସ୍କୁଲ କଲେଜ ଯିବା ପାଇଁ ଦୁର୍ଦ୍ଦଶା ଭୋଗୁଛନ୍ତି ଛାତ୍ରୀଛାତ୍ର

ରାଜନଗର, ୧ା୧୦(ଭାସ୍କର ରାଉତରାୟ): ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ଓ ସେତୁ ନିର୍ମାଣ କରାଯାଉଛି। ସେତୁ ତିଆରି ଓ ସେତୁ ଆପ୍ରୋଜ ରୋଡ କାମ ନ ସାରି…

କ୍ୟାପଟେନ ସ୍ମିତ ମଚ୍ଛରଙ୍କ ପରିବାର ସହ କଥା ହେଲେ ମୋଦି, ବଡ଼ ଘୋଷଣା କରି….

ନୂଆଦିଲ୍ଲୀ,୧।୧୦ : ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇ FZ1073 ବିମାନରେ ଘଟିଥିବା ଘଟଣାରେ ଆହତ ଭାରତୀୟ ପାଇଲଟ୍ କ୍ୟାପ୍ଟେନ୍ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଭୁବନେଶ୍ବରରେ ଚାଞ୍ଚଲ୍ୟ; ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର

ଭୁବନେଶ୍ବର,୧।୧୦: ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଛି ଏହି ଲଜ୍ଜାଜନକ ଘଟଣା…

‘ଏହା କ୍ରିକେଟ୍‌ ନୁହେଁ, କେବଳ ବ୍ୟାଟିଂ’: ୪୦୬ ରନ୍‌ ଚେଜ୍‌ କରିବା ପରେ ବି ରାଗିଗଲେ ହେଡ୍‌ କୋଚ୍‌ ଗମ୍ଭୀର…ଜାଣନ୍ତୁ କାରଣ

ଗୁଆହାଟି,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଏକଦିବସୀୟ (ODI) ମ୍ୟାଚ୍‌ରେ ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ହାସଲ କରି ସିରିଜ କବ୍ଜା କରିବା ସତ୍ତ୍ୱେ ଗୁଆହାଟି ପିଚ୍‌କୁ ନେଇ…

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍‌, ୨ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୧ା୯(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ…

ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?