ପୁଣି କରୋନା ସଂକ୍ରମଣ ବୃଦ୍ଧିର ୩ କାରଣ…

ଜେନେଭା, ୧୯।୩ : ପୃଥିବୀରେ ବିଭିନ୍ନ ଦେଶରେୀ ପୁଣି କରୋନା ମହାମାରୀ ସଂକ୍ରମଣ ବଢ଼ିିବାରେ ଲାଗିଛି। ନୂଆ ଆକ୍ରାନ୍ତଙ୍କ ବୃଦ୍ଧି ପାଇବା ଲାଗି ୩ ଟି କାରଣ ଦାୟୀ ବୋଲି ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ କୁହାଯାଇଛି। ପ୍ରଥମ କାରଣ ହେଉଛି. କରୋନାର ସବ-ଭାରିଆଣ୍ଟ ଓମିକ୍ରନ ଏହାର ମୁଖ୍ୟ କାରଣ ପାଲଟିଛି।

ଓମିକ୍ରନ ସବଭାରିଆଣ୍ଟରେ ସ୍ପାଇକ ପ୍ରୋଟିନରେ ଜଟିଳ ପରିବର୍ତ୍ତନ ହୋଇନଥାଏ। ତେଣୁ ସଂକ୍ରମିତ ଚିହ୍ନଟ କରିବା ପାଇଁ ଦ୍ରୁତ ପିସିଆରପରୀକ୍ଷା ଜରୁରୀ। ଅନ୍ୟ ଏକ ଚିନ୍ତାର ବିଷୟ ହେଉଛି ମିଶ୍ରିତ ଓମିକ୍ରନ ଯାହା ପ୍ରଥମେ ଇସ୍ରାଏଲର ବେନ ଗୁରିଅନ ବିମାନବନ୍ଦରରେ ଚିହ୍ନଟ ହୋଇଛି। ଏହାକୁ ବିଏ.୧ ଏବଂ ବିଏ.୨ର ମିଶ୍ରିତ ରୂପ ଭାବେ ଚିହ୍ନଟ କରାଯାଇଛି।

ଦ୍ୱିତୀୟରେ ପ୍ରତିବନ୍ଧକ ହଟାଇବା ସହିତ ଜନସ୍ବାସ୍ଥ୍ୟ ପଦକ୍ଷେପରେ ହ୍ରାସ ଘଟିଛି। ମହାମାରୀର ଶୀର୍ଷ ସମୟରେ ବହୁ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିଲା। ଜନସାଧାରଣ ସମାବେଶ ଉପରେ ପ୍ରତିବନ୍ଧକ ଲଗାଯାଇଥିଲା, ଦୋକାନ ଏବଂ ରେଷ୍ଟୁରାଣ୍ଟ ବନ୍ଦ ରହିଥିଲା ଏବଂ ଲୋକଙ୍କୁ ଘର ଭିତରେ ରହିବାକୁ କୁହାଯାଇଥିଲା । କିନ୍ତୁ କରୋନା ମାମଲା ହ୍ରାସ ପାଇବା ଏବଂ ଟିକାକରଣର ସଂଖ୍ୟା ବଢ଼ିବା ମାତ୍ରେ ସରକାର ଅର୍ଥନୀତିକୁ ପୁନର୍ଜୀବିତ କରିବା ପାଇଁ କଟକଣାକୁ କୋହଳ କରିଥିଲେ। ଫଳରେ କରୋନା ସଂକ୍ରମଣ ପୁଣି ବଢ଼ିବାରେ ଲାଗିଥିବା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ କହିଛି।

ତୃତୀୟ କାରଣ ହେଉଛି ଟିକା ଏବଂ ମହାମାରୀ ସଂକ୍ରମଣ ବିଷୟରେ ଭୁଲ ସୂଚନା। ବିଶ୍ୱସ୍ବାସ୍ଥ୍ୟ ସଂଗଠନ ଅନୁସାରେ ଟିକାକରଣ ନେଇ ଲୋକଙ୍କ ମଧ୍ୟରେ ଭ୍ରାନ୍ତ ଧାରଣା ସୃଷ୍ଟି ହେବା ଯୋଗୁ ବହୁ ଲୋକ ଟିକାକରଣରୁ ଦୂରେଇ ଯାଉଛନ୍ତି। ଏହା ବ୍ୟତୀତ, ଓମିକ୍ରନ ଆସିବା ପରେ କରୋନା ମହାମାରୀ ସମାପ୍ତ ହୋଇଛି ବୋଲି ମିଥ୍ୟା ପ୍ରଚାର କରାଯାଇଥିଲା। ଫଳରେ ଲୋକେ କଟକଣାକୁ ଅମାନ୍ୟ କରିଥିଲେ। ଏହା ଦ୍ୱାରା ପୁଣି ସଂକ୍ରମଣରେ ବୃଦ୍ଧି ଘଟିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

ମୋଦିଙ୍କୁ ପ୍ରଶଂସାରେ ପୋତିଲେ ପୁଟିନ: ଦେଲେ ସବୁ ଶ୍ରେୟ

ମସ୍କୋ,୨୪।୮: ମସ୍କୋରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଠାରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର…

‘ମୁଁ ରାଜନୀତିରୁ ସନ୍ନ୍ୟାସ…’, TMCରେ ବିଦ୍ରୋହ ମଧ୍ୟରେ ମମତା ବାନାର୍ଜୀଙ୍କ ବଡ଼ ଘୋଷଣାକୁ ନେଇ ହଇଚଇ

ନୂଆଦିଲ୍ଲୀ,୨୪।୮: TMC ମୁଖ୍ୟ ମମତା ବାନାର୍ଜୀ ନିଜର ରାଜନୈତିକ ଭବିଷ୍ୟତକୁ ନେଇ ବଡ଼ ବୟାନ ଦେଇଛନ୍ତି। ସେ ସ୍ପଷ୍ଟ ଭାବେ କହିଛନ୍ତି ଯେ, ରାଜନୀତିରୁ ସନ୍ନ୍ୟାସ ନେବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri