୩ ବିଶ୍ରାମାଗାରର ଉନ୍ନତୀକରଣ ହେଉନି

ବଅଁରପାଳ,୨୫।୫(ଡି.ଏନ.ଏ) ବଅଁରପାଳ ବଜାରରେ ଥିବା ୩ଟି ବିଶ୍ରାମାଗାର ଭଗ୍ନ ଅବସ୍ଥାରେ ରହିଛି। ଏହାକୁ ମରାମତି କରାଯାଉ ନ ଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ୫୫ ନଂ. ଜାତୀୟ ପଥରେ ରହିଥିବା ବଅଁରପାଳ ବସ୍‌ଷ୍ଟାଣ୍ଡ ଉପରେ ଦୈନିକ ଶତାଧିକ ଯାତ୍ରୀ ନିର୍ଭର କରନ୍ତି। ଏଠାରୁ କଟକ, ଭୁବନେଶ୍ୱର, ସମ୍ବଲପୁର, ଢେଙ୍କାନାଳ, ତାଳଚେର, ରାଉରକେଲା, ଅନୁଗୋଳ ଆଦି ସ୍ଥାନକୁ ଯିବା ପାଇଁ ଲୋକେ ବସ୍‌ ଧରିଥାନ୍ତି। ବଅଁରପାଳ, ବୁଢ଼ାପଙ୍କ, ନୂଆହତା, ଗଡସନ୍ତ୍ରୀ, ଭାଗବତପୁର, ଗୋତମରା, ସାଲଗାଡିୟା, ତାଳମୂଳ, ବଉଳିଗଡ଼ ସମେତ ଆଖପାଖ ଅଞ୍ଚଳର ଲୋକେ ଏହି ବସ୍‌ଷ୍ଟାଣ୍ଡ ଉପରେ ନିର୍ଭରଶୀଳ। ମାତ୍ର ଏହି ବଜାରରେ ଥିବା ୩ଟି ବିଶ୍ରାମାଗାର ପରିତ୍ୟକ୍ତ ଅବସ୍ଥାରେ ପଡ଼ିଥିଲେ ମଧ୍ୟ ଏହାର ଉନ୍ନତୀକରଣ କରାଯାଉ ନାହିଁ। ଗୋଟିଏ ବିଶ୍ରାମାଗାର ତାଳଚେର ରାସ୍ତା ପାର୍ଶ୍ୱରେ ରହିଥିବାବେଳେ ଆଉ ଗୋଟିଏ ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଓ ଅନ୍ୟଟି କୃଷି କାର୍ଯ୍ୟାଳୟ ନିକଟରେ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଫଳରେ ଯାତ୍ରୀମାନେ ଖରା, ବର୍ଷା ସମୟରେ ରାସ୍ତା ପାର୍ଶ୍ୱରେ ଠିଆ ହୋଇ ଗାଡ଼ିକୁ ଅପେକ୍ଷା କରୁଛନ୍ତି। ଅନେକ ସମୟରେ ଗଛମୂଳ କିମ୍ବା କାହା ଦୋକାନ ବାରଣ୍ଡାରେ ଆଶ୍ରା ନେଉଛନ୍ତି। ପରିତ୍ୟକ୍ତ ଅବସ୍ଥାରେ ଥିବା ଉକ୍ତ ବିଶ୍ରାମାଗାରରେ ଅନେକ ସମୟରେ ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଉଥିବା ଅଭିଯୋଗ ହେଉଛି। ତେଣୁ ଏହାର ଉନ୍ନତୀକରଣ କରିବା ପାଇଁ ଅଞ୍ଚଳବାସୀଙ୍କ ପକ୍ଷରୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର…

ରୋଗୀସେବା ଦାବି, ୧୨ ଘଣ୍ଟିଆ ତାଳଚେର ବନ୍ଦ

ତଳଚେର,୮।୫(ମନୋଜ ନନ୍ଦ): ଅନୁଗୋଳ ଜିଲା ତଳଚେର ପବିତ୍ର ମୋହନ ମେଡିକାଲ କଲେଜରେ ରୋଗୀ ସେବା ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳିତ ହୋଇଛି । ଆଗରୁ କ୍ରିୟାନୁଷ୍ଠାନ…

ସ୍ପଞ୍ଜ ଆଇରନ କାରଖାନାରେ ବଡ଼ ଅଘଟଣ, ଚାଲିଗଲା ୩ ଶ୍ରମିକଙ୍କ ଜୀବନ

ଅନୁଗୋଳ,୫।୫(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ଜିଲା ନିଶା ଥାନା ଅଞ୍ଚଳରେ ଥିବା ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ବଡ଼ ଧରଣର ଦୁର୍ଘଟଣା ହୋଇଛି । ୩ ଜଣ ଶ୍ରମିକଙ୍କ…

କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଦଳିଦେଲା ଦନ୍ତା

ମାଧପୁର,୪।୫(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ମାଧପୁର ପଂଚାୟତ ଅଧୀନ ମାଧପୁର ଗ୍ରାମର ଜଣେ ମହିଳା ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି । ମୃତ ମହିଳା…

ପ୍ରେମିକଙ୍କ ଆତ୍ମହତ୍ୟାର ୨୪ ଘଣ୍ଟା ପରେ ଓଢ଼ଣିରେ ଝୁଲିପଡ଼ିଲେ ୧୩ ବର୍ଷୀୟା ପ୍ରେମିକା

ଅନୁଗୋଳ,୨୬।୪(ଦିବ୍ୟଶାନ୍ତନୁ ନାଥ): ମାତ୍ର ୧୩ ବର୍ଷ ବୟସରେ ସଂସାର କରିବାକୁ ଘରୁ ଗୋଡ଼ କାଢ଼ିଥିଲେ। ୨୩ ବର୍ଷୀୟ ପ୍ରେମିକଙ୍କ ହାତଧରି ମୁମ୍ୱାଇ ଚାଲିଯାଇଥିଲେ। ହେଲେ ପ୍ରେମିକଙ୍କ ମା’…

ମୋ ପ୍ରେମିକାଙ୍କୁ ଡାକ, ନଚେତ୍‌ ମୁଁ… ପ୍ରେମ ପାଇଁ ଗଛ ଉପରେ ନାବାଳକ

ଅନୁଗୋଳ,୨୩ା୪ (ଜ୍ୟୋତିରଞ୍ଜନ ସାହୁ):ନାବାଳିକା ପ୍ରେମିକାଙ୍କୁ ଦେଖାକରିବାକୁ ନ ଦେଲେ ଆତ୍ମହତ୍ୟା କରିଦେବି। ବେକରେ ଗାମୁଛା ବାନ୍ଧି ଝୁଲିପଡ଼ିବି। ଏକ ଗଛର ୧୦୦ ଫୁଟ୍‌ ଉପରୁ ଜଣେ ନାବାଳକ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri