୩ ରାଜସ୍ବ ଗ୍ରାମବାସୀ ମୌଳିକ ସୁବିଧାରୁ ବଞ୍ଚିତ

କେନ୍ଦ୍ରାପଡ଼ା ଅଫିସ, ୨୮ା୩:କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ସିଂହଗଁା ପଞ୍ଚାୟତର କଣ୍ଠିଆନାଳ ଉପରେ ସେତୁ ନିର୍ମାଣ ଦୀର୍ଘ ୧୭ ବର୍ଷ ତଳେ ଆରମ୍ଭ ହୋଇଥିଲା। ତାହା ଅଦ୍ୟାବଧି ଶେଷ ହୋଇନାହିଁ। ଆଗକୁ ବର୍ଷାଋତୁ ଆସୁଥିବାରୁ ଏହି ପଞ୍ଚାୟତର ୩ ରାଜସ୍ବ ଗ୍ରାମବାସୀ ମୌଳିକ ସୁବିଧା ମିଳିବା ନେଇ ଆଶଙ୍କାରେ ଅଛନ୍ତି। ତୁରନ୍ତ ସେତୁ ନିର୍ମାଣ ପାଇଁ ସ୍ଥାନୀୟ ଅଞ୍ଚଳବାସୀ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିରରେ ସୋମବାର ଦାବି କରିଛନ୍ତି।
ଏ ସମ୍ପର୍କରେ ସିଂହଗଁା ଗ୍ରାମର ହରିହର ଜେନା କହିଛନ୍ତି, ସହରଠାରୁ ସିଂହଗଁା ମାତ୍ର ୨୬ କି.ମି. ଦୂର। ସିଂହଗଁାର ପ୍ରସୂତିଙ୍କ ପାଇଁ ୧୦୨ ଆମ୍ବୁଲାନ୍ସ ସେବା ଏବେ ବି ଅପହଞ୍ଚ। ଗର୍ଭବତୀଙ୍କୁ ଭାର ସାହାଯ୍ୟରେ ୧୦ କି.ମି. ଦୂର ଅଣ୍ଡରା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଅଥବା ୨୨ କି.ମି. ଦୂର ଆଳି ସିଏଚ୍‌ସିକୁ ନିଆଯାଉଛି। ସିଂହଗଁା, ରାଉଳିଆଢ଼ିଆ ଓ କୃଷ୍ଣଦାସପୁର ରାଜସ୍ବ ଗ୍ରାମରେ ନିଅଁା ଲାଗିଲେ ଅଗ୍ନିଶମ ଗାଡ଼ି ପହଞ୍ଚତ୍ପାରୁନାହିଁ। କେବଳ ଏତିକି ନୁହେଁ, ଏହି ୩ ରାଜସ୍ବ ଗ୍ରାମର ଛାତ୍ରୀଛାତ୍ର ନିକଟସ୍ଥ ବ୍ରାହ୍ମଣୀ କଲେଜକୁ ଯିବା ପାଇଁ କଣ୍ଠିଆନାଳ ବାଧା ସୃଷ୍ଟି କରୁଛି। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସମନ୍ବୟ ଅଭାବରୁ ସିଂହଗଁା ସେତୁ ନିର୍ମାଣ ହୋଇପାରୁନାହିଁ। ଗ୍ରାମର ରମେଶ ଚନ୍ଦ୍ର ଜେନା କହିଛନ୍ତି, ୨୦୦୮ ମସିହାରେ ଭାରତୀୟ ଅନ୍ତର୍ଦେଶୀୟ ଜଳପଥ ପ୍ରାଧିକରଣ ଅଧୀନରେ ଥିବା ୬୨୩ କି.ମି. ଲମ୍ବର ୫ ନଂ. ଜାତୀୟ ଜଳପଥ ପ୍ରକଳ୍ପକୁ ମଞ୍ଜୁରୀ ମିଳିଥିଲା। ବ୍ରାହ୍ମଣୀ ନଦୀର ତାଳଚେରଠାରୁ ଧାମରା ପର୍ଯ୍ୟନ୍ତ ପ୍ରାଥମିକ ପର୍ଯ୍ୟାୟରେ ଉପଯୋଗୀ ପାଇଁ ଅର୍ଥ ମଞ୍ଜୁରୀ ଦିଆଯାଇଛି। ଏହି ଜଳପଥ ପ୍ରକଳ୍ପ କେତେକ କାରଣରୁ ନିର୍ମାଣ ବନ୍ଦ ହୋଇଥିବା ବେଳେ ଉଭୟ ସରକାରଙ୍କ ସମନ୍ବୟ ଅଭାବରୁ ଏହାର ଅଗ୍ରଗତି ହୋଇପାରୁନାହିଁ। ଏହି ଜଳପଥ ମଧ୍ୟରେ ସିଂହଗଁା କଣ୍ଠିଆନାଳ ଅନ୍ତର୍ଭୁକ୍ତ ହୋଇଛି। ଏଠାରେ ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୦୮ରେ ସେତୁ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲା। ତେବେ ଏହି ସେତୁ ନିର୍ମାଣ ସମୟରେ ଜାତୀୟ ଜଳପଥ ଅନ୍ତର୍ଭୁକ୍ତ ହେବାରୁ ତାହା ବନ୍ଦ ହୋଇଛି। ଜାତୀୟ ଜଳପଥ ନିର୍ମାଣର ଅହେତୁକ ବିଳମ୍ବ ଏବେ ଜିଲାର ଏହି ଧୋୟାଞ୍ଚଳବାସୀଙ୍କ ପାଇଁ କାଳ ସାଜିଛି। ସିଂହଗଁାର ପୂର୍ବତନ ସରପଞ୍ଚ ନିର୍ମଳ ଚନ୍ଦ୍ର ମଲ୍ଲିକ କହିଛନ୍ତି, ଏହି ସେତୁ ନିର୍ମାଣ ପରେ ୩ ରାଜସ୍ବ ଗ୍ରାମର ୩୦୦୦ରୁ ଅଧିକ ଅଧିବାସୀଙ୍କ ସମସ୍ୟାର ସମାଧାନ ହେବ। କେନ୍ଦ୍ରାପଡ଼ା ସଦରକୁ ରାସ୍ତା ମିଳିବା ସହ କେନ୍ଦ୍ରାପଡ଼ା ଓ ଯାଜପୁର ଜିଲାର ସଂଯୋଗ ହେବ। ୨୦୦୮ରେ ସେତୁ ନିର୍ମାଣ ପାଇଁ ଜମି ସମସ୍ୟା ଦେଖା ଦେଇଥିଲା। ୨୦୧୨ ମସିହାରେ ସରପଞ୍ଚ ଦାୟିତ୍ୱ ନେବା ପରେ ସ୍ଥାନୀୟ ଲୋକଙ୍କ ସହ ବୁଝାମଣା କରି ଜମି ଅଧିଗ୍ରହଣ ସମସ୍ୟାର ସମାଧାନ ହୋଇଛି। ଏହାପରେ ସେତୁ ନିର୍ମାଣ ବିଳମ୍ବକୁ ବରଦାସ୍ତ କରା ନ ଯାଇ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବାରମ୍ବାର ଆନ୍ଦୋଳନ ହୋଇଛି। କଣ୍ଠିଆନାଳରେ ଏବେ କୁମ୍ଭୀର ଆତଙ୍କ ଦେଖାଦେଇଛି। ସେତୁ ନିର୍ମାଣ ହୋଇଥିଲେ ସ୍ଥାନୀୟ ଲୋକଙ୍କ କୁମ୍ଭୀର ଆତଙ୍କ କମିଥାନ୍ତା। ତୁରନ୍ତ ସେତୁ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ବିତ କରିବାକୁ ସେ ଦାବି କରିଛନ୍ତି। ପୂର୍ବତନ ସରପଞ୍ଚ ଜୟନ୍ତୀ ଦାସ କହିଛନ୍ତି, ସିଂହଗଁା ସେତୁ ନିର୍ମାଣ ବିଳମ୍ବ ଯୋଗୁ ପଞ୍ଚାୟତର ଉନ୍ନୟନ କାର୍ଯ୍ୟକୁ ବାଧା ସୃଷ୍ଟି କରିଛି। ଆବାସ ଯୋଜନାଠାରୁ ଆରମ୍ଭକରି ଶିକ୍ଷା, ସ୍ବାସ୍ଥ୍ୟ, ବିଦ୍ୟୁତ୍‌, ପାନୀୟ ଜଳ ଆଦି ମୌଳିକ ସୁବିଧା ଲୋକଙ୍କ ପାଇଁ କାର୍ଯ୍ୟକାରୀ ହୋଇପାରୁନାହିଁ। ଜଳପଥ ପ୍ରକଳ୍ପ ବନ୍ଦ ହୋଇଥିବାରୁ ରାଜ୍ୟ ସରକାର ଏହି ସେତୁ ନିର୍ମାଣକୁ ଗୁରୁତ୍ୱ ଦେବା କଥା। ଏ ନେଇ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ବୃଦ୍ଧି ପାଉଛି। ଏ ସମ୍ପର୍କରେ ଏଡିଏମ୍‌ ପୀତାମ୍ବର ସାମଲଙ୍କୁ ପଚାରିବାରେ ସେତୁ ପାଇଁ ପ୍ରାଥମିକ ଅବସ୍ଥାରେ ବାଧା ସୃଷ୍ଟି କରୁଥିବା ଜମି ସମସ୍ୟାର ସମାଧାନ ହୋଇଛି। ଏହି ସ୍ଥାନ ଦେଇ ଜାତୀୟ ଜଳପଥ ଯାଉଥିବାରୁ ସିଂହଗଁା ସେତୁ ନିର୍ମାଣ ବିଳମ୍ବ ହୋଇଛି। ତେବେ ଏହାର ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ବିତ ପାଇଁ ଜିଲା ପ୍ରଶାସନ ପକ୍ଷରୁ ଉଦ୍ୟମ ଅବ୍ୟାହତ ରହିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?