ବିପଦସଙ୍କୁଳ ରାସ୍ତା ଉପରେ ନିର୍ଭର କରୁଛନ୍ତି ୩ ସାହିବାସିନ୍ଦା

ପଟ୍ଟାଙ୍ଗି,୨୭ା୭(ଶରତ ଧଳ): ରାସ୍ତାଘାଟର ପୁନରୁଦ୍ଧାର ପାଇଁ ସରକାର ଆର୍ଥିକ ସହାୟତା ଯୋଗାଇ ଦେଉଛନ୍ତି। ମାତ୍ର ବ୍ଲକ ପ୍ରଶାସନ କିଛି ହାତ ଗଣତି ଠିକାଦାରଙ୍କ ମାଧ୍ୟମରେ ପରିଚାଳିତ ହୋଇ ଲୋକଙ୍କ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକୁ ଦିଗହରା କରୁଛି। କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟଠାରୁ ମାତ୍ର ୩୦୦ ମିଟର ଦୂରତାରେ ଥିବା ବସଷ୍ଟାଣ୍ଡ ନିକଟରୁ ବଡଗାଁ ଗ୍ରାମକୁ ସଂଯୋଗ କରୁଥିବା ରାସ୍ତା କ୍ଷେତ୍ରରେ ଏପରି ଦେଖିବାକୁ ମିଳିଛି। ଏହି ରାସ୍ତା ଉପରେ ବଡଗାଁ, ଟିକିରାସାହି, ଉପରସାହି ବାସିନ୍ଦା ନିର୍ଭର କରନ୍ତି। ମାତ୍ର ଏବେ ଏହି ରାସ୍ତା ବିପଦ ସଙ୍କୁଳ ଅବସ୍ଥାରେ ପହଞ୍ଚତ୍ଥିଲେ ମଧ୍ୟ ଏଥିପ୍ରତି ଦୃଷ୍ଟି ଜନପ୍ରତିନିଧିମାନଙ୍କ ଠାରୁ ଆରମ୍ଭ କରି ପ୍ରଶାସନ ପର୍ଯ୍ୟନ୍ତ କେହି ସମସ୍ୟା ସମାଧାନ ଦିଗରେ କେହି ଆଗ୍ରହ ପ୍ରକାଶ କରୁନାହାନ୍ତି। ଅନ୍ୟପକ୍ଷରେ ଏହି ରାସ୍ତାର କିଛି ଅଂଶ (୧୩୦ ମିଟର) ରାସ୍ତା ନିର୍ମାଣ ପାଇଁ ୨୦୧୭/୧୮ରେ ବିଜୁ କେବିକେ ଯୋଜନାରେ ୨ ଲକ୍ଷ ଟଙ୍କା ମଞ୍ଜୁର ହୋଇଥିଲା। ଏହାର ରେକର୍ଡ ନଂ. ୨୪/୧୭। ୭ ବର୍ଷ ବିତି ଯାଇଥିଲେ ମଧ୍ୟ ଉକ୍ତ ୧୩୦ ମିଟର ରାସ୍ତା ନିର୍ମାଣ ଏଯାଏ ହୋଇପାରିନି। ଇତି ମଧ୍ୟରେ ୮ ଜଣ ବିଡ଼ିଓ ବ୍ଲକରୁ ଅନ୍ୟତ୍ର ବଦଳିହୋଇ ଚାଲିଗଲେଣି। ତଥାପି ରାସ୍ତାର ଅବସ୍ଥା ସୁଧୁରିନି। ଏ ଦିଗରେ ବ୍ଲକ ପ୍ରଶାସନ ଦୃଷ୍ଟି ଦେବା ଆବଶ୍ୟକ ବୋଲି ଜିଲା ପରିଷଦ ସଭ୍ୟା ଟିକାଇ ଗେମେଲ କହିଛନ୍ତି। ବ୍ଲକ ସଦର ମହକୁମା ରାସ୍ତାର ଯଦି ଏପରି ଅବସ୍ଥା ତେବେ ଗ୍ରାମାଞ୍ଚଳ ରାସ୍ତା ଗୁଡିକର ଅବସ୍ଥା କିପରି ରହିଥିବ ତାହା ସହଜରେ ଅନୁମେୟ। ଏନେଇ ବର୍ତ୍ତମାନ ବିଡ଼ିଓଙ୍କ ଦାୟିତ୍ୱରେ ଥିବା ତହସିଲଦାର ଦେବେନ୍ଦ୍ର ବାହାଦୂର ସିଂ ଧାରୁଆଙ୍କୁ ପଚାରିବାରୁ ଉକ୍ତ ସମସ୍ୟା କିପରି ସମାଧାନ ହୋଇପାରିବ ସେଥିପ୍ରତି ମୁଁ ଦୃଷ୍ଟି ଦେବି ବୋଲି କହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri