୩ ସରପଞ୍ଚ, ୭ ୱାର୍ଡମେମ୍ବର ଅଯୋଗ୍ୟ ଘୋଷିତ

ନବରଙ୍ଗପୁର,୧୪।୧୨(ବି.ପ୍ର.): ନବରଙ୍ଗପୁର ଜିଲାର ୩ଜଣ ସରପଞ୍ଚ ଓ ୭ ଜଣ ୱାର୍ଡମେମ୍ବରଙ୍କୁ ଜିଲାପାଳ ତଥା ଜିଲା ମାଜିଷ୍ଟ୍ରେଟ ୧୨ ତାରିଖରେ ଅଯୋଗ୍ୟ ଘୋଷିତ କରିଛନ୍ତି। ଜିଲା ପଞ୍ଚାୟତ ଅଧିକାରୀ ନିର୍ଦ୍ଦେଶନାମା ପାଇବା ପରେ ସମ୍ପୃକ୍ତ ବ୍ଲକର ବିଡିଓମାନଙ୍କୁ ଚିଠିକରି ଜଣାଇଛନ୍ତି। ଅଯୋଗ୍ୟ ଘୋଷିତ ଲୋକ ପ୍ରତିନିଧିମାନଙ୍କର ଦୁଇରୁ ଅଧିକ ସନ୍ତାନ ଥିବା ନେଇ ଅଭିଯୋଗ ହୋଇଥିଲା। ଜିଲା ମାଜିଷ୍ଟ୍ରେଟଙ୍କ କୋର୍ଟରେ ବିଚାରଣା ପରେ ସେମାନଙ୍କୁ ଅଯୋଗ୍ୟ ଘୋଷଣା କରାଯାଇଛି।
ଝରିଗାଁ ବ୍ଲକ ଚିତାବେଡ଼ା ସରପଞ୍ଚ ତୁଳାବତୀ ସାନ୍ତାଙ୍କ ନାମରେ ଅଭିଯୋଗକୁ ନେଇ ଆର୍‌ଏମ୍‌ସି(ଜିପି) କେସ୍‌ ନମ୍ବର ୧/୨୦୨୨ ରୁଜୁ ହୋଇଥିଲା। ସମସ୍ତ ତଥ୍ୟ ପ୍ରମାଣକୁ ଭିତ୍ତିକରି ଜିଲା ମାଜିଷ୍ଟ୍ରେଟ୍‌ ତାଙ୍କୁ ଅଯୋଗ୍ୟ ଘୋଷଣା କରିଛନ୍ତି। ସେହିଭଳି କୋଷାଗୁମୁଡ଼ା ବ୍ଲକ ବାଲେଗାଁ ସରପଞ୍ଚ ଭଗବତୀ ଭତରା ଓ ଚନ୍ଦାହାଣ୍ଡି ବ୍ଲକ ଦଲବେଡ଼ା ସରପଞ୍ଚ ଭଗବାନ ମାଝିଙ୍କୁ ମଧ୍ୟ ଅଯୋଗ୍ୟ ଘୋଷଣା କରାଯାଇଛିି ା ଏନେଇ କେସ୍‌ ନଂ. ଯଥାକ୍ରମେ ୩/୨୦୨୨ ଓ ୬/୨୨ରେ ମାମଲା ବିଚାରାଧୀନ ଥିଲା। ସେହିଭଳି ବି.ଏମ୍‌.ସେମଳା ପଞ୍ଚାୟତ ୭ ନଂ ୱାର୍ଡମେମ୍ବର ଈଶ୍ୱରୀ ଗୌଡ଼, ନନ୍ଦାହାଣ୍ଡି ବ୍ଲକ ଜଗନ୍ନାଥପୁର ପଞ୍ଚାୟତ ୧ନଂ. ୱାର୍ଡମେମ୍ବର ଡମ୍ବରୁ ମାଳି, ୯ ନଂ. ଓ୍ବାର୍ଡମେମ୍ବର ଧନମତି ମୁଦୁଲି, ନବରଙ୍ଗପୁର ବ୍ଲକ ତାରାଗାଁ ୧ ନଂ. ୱାର୍ଡର ତପସ୍ବିନୀ ଭଟ୍ଟ, ୨ନଂ ୱାର୍ଡ ମେମ୍ବର ଅର୍ଜୁନ ଭତରା, ୩ ନଂ. ୱାର୍ଡମେମ୍ବର ଭୁବନ ଭତରା ଓ ୯ ନଂ. ୱାର୍ଡମେମ୍ବର ତୁଳାବତୀ ମୁଦୁଲିଙ୍କୁ ସମସ୍ତ ତଥ୍ୟ ଓ ସାକ୍ଷ୍ୟକୁ ଭିତ୍ତିକରି ଜିଲା ମାଜିଷ୍ଟ୍ରେଟ ଅଯୋଗ୍ୟ ଘୋଷିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ନବ ନିଯୁକ୍ତ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କଲା କଂଗ୍ରେସ

କର୍ଲାମୁଣ୍ଡା:୧୪।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ବିଜାପାଟିଠାରେ କଂଗ୍ରେସ ଦଳର ନବ ନିଯୁକ୍ତ କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ଏକ ସମ୍ବର୍ଦ୍ଧନା ସଭା ଶନିବାର…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ଲକ୍ଷ ଲକ୍ଷ ଟଙ୍କା ଠକେଇ: ଜୟଦୂର୍ଗା ଫାଉଣ୍ଡେସନ ଅଧ୍ୟକ୍ଷା ଗିରଫ

ହାଟଡିହୀ,୧୪।୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ସୁରେଶରୀ ସାଗରିକା ଜେନା ନାମ୍ନୀ ଜଣେ ମହିଳାଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ସହାୟତାରେ ଖଣ୍ଡଗିରି…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri