ଲକ୍ଷ୍ୟଠାରୁ ଦୂରରେ ୩ ସାମୁଦ୍ରିକ ଥାନା

କେନ୍ଦ୍ରାପଡ଼ା, ୨୩ା୧ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ୪୮ କିଲୋମିଟର ତଟାଞ୍ଚଳରେ ୩ ସାମୁଦ୍ରିକ ଥାନା ପ୍ରତିଷ୍ଠା ହୋଇଛି। ଅନୁପ୍ରବେଶ ରୋକିବା ସହିତ ସ୍ଥାନୀୟ ଅଞ୍ଚଳର ଆଇନଶୃଙ୍ଗଳା ପରିସ୍ଥିତିର ସମୀକ୍ଷା ସହ କାର୍ଯ୍ୟାନୁଷ୍ଠାନ କରିବା ଏହାର ଲକ୍ଷ୍ୟ ଥିଲା। ତେବେ ଥାନା ପ୍ରତିଷ୍ଠାର ଦୀର୍ଘଦିନ ବିତିବା ସତ୍ତ୍ୱେ ବିଭିନ୍ନ କାରଣରୁ ଏହାର ପରିଚାଳନାରେ ତ୍ରୁଟି ହେଉଛି। ଏହି ଥାନାଗୁଡ଼ିକ ବଙ୍ଗଭାଷୀ ଅଧ୍ୟୁଷିତ ଅଞ୍ଚଳ ହୋଇଥିବା ବେଳେ ବାଂଲାଦେଶ ଅନୁପ୍ରବେଶକାରୀଙ୍କ ଅବାଧ ପ୍ରବେଶ ଜାରିରହିଛି। କର୍ମଚାରୀ ସମେତ ଭିତ୍ତିଭୂମି ଅଭାବ ମଧ୍ୟରେ ଏହି ୩ ସାମୁଦ୍ରିକ ଥାନା ନିଜର ଲକ୍ଷ୍ୟଠାରୁ ଦୂରେଇ ଯାଇଛି ବୋଲି ସ୍ଥାନୀୟ ବୁଦ୍ଧିଜୀବୀ ମତ ପ୍ରକାଶ କରିଛନ୍ତି।
ଏ ସମ୍ପର୍କରେ ସାମାଜିକ କର୍ମୀ ପ୍ରତାପ କୁମାର ତ୍ରିପାଠୀ କହିଛନ୍ତି, ୨୦୦୮ ନଭେମ୍ବର ୨୬ରେ ଜଳପଥ ମାଧ୍ୟମରେ ଆତଙ୍କବାଦୀମାନେ ଆସି ମୁମ୍ବାଇ ଆକ୍ରମଣ କରିଥିଲେ। ସାମୁଦ୍ରିକ ଜଳପଥକୁ ନଜର ରକ୍ଷା ସହ ସ୍ଥାନୀୟ ଅଞ୍ଚଳବାସୀଙ୍କ ପାଇଁ ଦେଶର ବିଭିନ୍ନ ସ୍ଥାନରେ ସାମୁଦ୍ରିକ ଥାନା ପ୍ରତିଷ୍ଠା ହେଲା। ଏହି କାରଣ ପାଇଁ କେନ୍ଦ୍ରାପଡ଼ା ଜିଲାର ଜମ୍ବୁ, ତାଳଚୁଆ ଓ ତନ୍ତିଆପାଳଠାରେ ୩ଟି ସାମୁଦ୍ରିକ ଥାନା ପ୍ରତିଷ୍ଠା ହେଲା। ସାମୁଦ୍ରିକ ଥାନା ପ୍ରତିଷ୍ଠା ସତ୍ତ୍ୱେ ଏହାର ଉଦ୍ଦେଶ୍ୟ ସଫଳ ହୋଇନାହିଁ। ବର୍ଷରେ ଦୁଇ ଥର ମକ୍‌ଡ୍ରିଲରେ ଭାଗ ନେବା ବ୍ୟତୀତ ଭିତ୍ତିଭୂମିର ଅଭାବ ପାଇଁ ସମୁଦ୍ର ଆଡ଼କୁ ନଜରରେ ରଖାଯାଇ ପାରୁନାହିଁ। ଏହି ୩ ସାମୁଦ୍ରିକ ଥାନା ମଧ୍ୟରେ ଜମ୍ବୁ ଥାନା ବୋଟ୍‌ ଜେଟିଠାରୁ ଅନୂ୍ୟନ ୫ କିଲୋମିଟର ଦୂରରେ ଅଛି। ୨୦୦୯ ମସିହାରେ ଖରିନାସୀଠାରେ ଥାନା ଆରମ୍ଭ ହୋଇଥିଲା। ୨୦୧୨ରେ ଜମ୍ବୁଠାରେ ନୂତନ ଥାନା ଗୃହ ପ୍ରତିଷ୍ଠା ହୋଇଥିଲା। ଏହି ଥାନା ନିକଟକୁ ବର୍ଷାଦିନେ ଦୁଇଚକିଆ ଗାଡ଼ି ଯିବା ଅସମ୍ଭବ ହୋଇପଡୁଛି। ସେହିପରି ସମୁଦ୍ର ପଥ ନଜର ପାଇଁ ଆବଶ୍ୟକ ସ୍ପିଡ୍‌ ବୋଟ୍‌ ଓ କର୍ମଚାରୀ ଅଭାବ ଥିବା ସେ କ୍ଷୋଭ ପ୍ରକାଶ କରିଛନ୍ତି। ବୁଦ୍ଧିଜୀବୀ ଲକ୍ଷ୍ମୀଧର ସ୍ବାଇଁ କହିଛନ୍ତି, କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶ ସମସ୍ୟା ରହିଛି। ଏଥିସହ ଗହୀରମଥା ସାମୁଦ୍ରିକ ଅଞ୍ଚଳର ସୁରକ୍ଷା ଅତି ଆବଶ୍ୟକ। ଏହାକୁ ଦୃଷ୍ଟିରେ ରଖି ସାମୁଦ୍ରିକ ଥାନା ପ୍ରତିଷ୍ଠା ହୋଇଛି। ପ୍ରତ୍ୟେକ ଥାନାରେ ୮୧ଜଣ କର୍ମଚାରୀ ରହିବାକୁ ନିୟମ ଅଛି। ୩ ଥାନାରେ ନାମକୁମାତ୍ର ପୋଲିସ କର୍ମଚାରୀ ଅଛନ୍ତି। ନାଭାଲ ଅଫିସର, ବୋଟ୍‌ ଚାଳକ ସହିତ ସ୍ପିଡ୍‌ ବୋଟର ଅଭାବ ରହିଛି। ୨୦୨୩ ନଭେମ୍ବରରୁ ୨୦୨୪ ମେ’ ଶେଷ ପର୍ଯ୍ୟନ୍ତ ବିରଳ ଅଲିଭ୍‌ରିଡ୍‌ଲେ କଇଁଛଙ୍କ ଅଣ୍ଡାଦାନ ପାଇଁ ସାମୁଦ୍ରିକ ଅଞ୍ଚଳକୁ କଟକଣା ବଳୟରେ ରଖାଯାଇଛି। ମାତ୍ର ଏହି କାର୍ଯ୍ୟକୁ ଏବେ ବନ ବିଭାଗ କରୁଛି। ସାମୁଦ୍ରିକ ଥାନା ପୋଲିସ ଏଥିରେ ସହାୟକ ହୋଇପାରୁନାହିଁି। ଅପରପକ୍ଷରେ ଖୋଲାମେଲା ସମୁଦ୍ରତଟ ଅନୁପ୍ରବେଶକାରୀଙ୍କ ପାଇଁ ସୁଯୋଗ ଦେଇଛି। ରାତି ଅନ୍ଧାରରେ ସମୁଦ୍ର ମଧ୍ୟଦେଇ ବୋଟ୍‌ରେ ଅନୁପ୍ରବେଶକାରୀ ଏଠାକୁ ଆସୁଥିବା ବେଳେ ଦେଶର ସୁରକ୍ଷା ଏବେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଭିତ୍ତିଭୂମି ସଜାଡ଼ି ସାମୁଦ୍ରିକ ଥାନାକୁ କାର୍ଯ୍ୟକ୍ଷମ କରିବାକୁ ସେ ଦାବି କରିଛନ୍ତି। ଏ ଅଞ୍ଚଳର ପ୍ରଭୁପ୍ରସାଦ ମହାପାତ୍ର କହିଛନ୍ତି, ସାମୁଦ୍ରିକ ଥାନା ହୋଇଥିଲେ ମଧ୍ୟ ସ୍ଥାନୀୟ କେତେକ ରାଜସ୍ବ ଗ୍ରାମର ଆଇନଶୃଙ୍ଖଳା ନିୟନ୍ତ୍ରଣ ପାଇଁ ଜିଲା ପୋଲିସ ପକ୍ଷରୁ ନିର୍ଦ୍ଦେଶନାମା ଅଛି। ଏହି ନିର୍ଦ୍ଦେଶ ପାଳନ କରିବାରେ ସାମୁଦ୍ରିକ ଥାନା କର୍ମଚାରୀମାନେ ବ୍ୟସ୍ତ ରହୁଛନ୍ତି। ଅଧିକ କର୍ମଚାରୀ ଓ ଭିତ୍ତିଭୂମି ଯୋଗାଇ ଦିଆଗଲେ ଅନୁପ୍ରବେଶ ରୋକିବା ସହ ସାମୁଦ୍ରିକ ଅଞ୍ଚଳର ସୁରକ୍ଷା ହୋଇପାରିବ। ଏ ସମ୍ପର୍କରେ ଏସ୍‌ଡିପିଓ ଦେବେନ୍ଦ୍ର ମଲ୍ଲିକଙ୍କୁ ପଚାରିବାରେ ଚଳିତ ଆର୍ଥିକ ବର୍ଷରେ ସାମୁଦ୍ରିକ ଥାନା କର୍ମଚାରୀଙ୍କ ସଂଖ୍ୟା ବଢ଼ାଯାଇଛି। ଖାଲିଥିବା ପଦବୀ ଓ ଆବଶ୍ୟକ ସ୍ପିଡ୍‌ ବୋଟ୍‌ ପାଇଁ ଯୋଜନା ଥିବା ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?