ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର ଲିକ୍‌୍‌ହେବା ଘଟଣା ସାମ୍ନାକୁ ଆସିଛି। ଏହା ପରେ ଶନିବାର ହେବାକୁ ଥିବା ପରୀକ୍ଷାକୁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ସ୍ଥଗିତ କରିଛନ୍ତି। ଅବିଭକ୍ତ କୋରାପୁଟ ଜିଲା ରାୟଗଡ଼ା, ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଜିଲାର ପ୍ରାୟ ୫୨ କେନ୍ଦ୍ରରେ ପରୀକ୍ଷାକୁ ସ୍ଥଗିତ କରାଯାଇଛି।

ବିଶ୍ୱବିଦ୍ୟାଳୟ ପରୀକ୍ଷା ନିୟନ୍ତ୍ରକ ରଞ୍ଜନ କୁମାର ପ୍ରଧାନଙ୍କ ସୂଚନା ଅନୁସାରେ, ଶନିବାର ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ଅପରାହ୍ନ ୨ଟାରୁ ୫ଟା ଯାଏ + ୩ ଦ୍ବିତୀୟ ସେମିଷ୍ଟରର ଏଇସିସି ଇଂଲିଶ୍‌ ପରୀକ୍ଷା ହେବାର ଥିଲା। କିନ୍ତୁ ପୂର୍ବାହ୍ନ ୧୧ଟାରେ କେତେଜଣ ଛାତ୍ରୀଛାତ୍ର ହ୍ବାଟ୍ସଆପ୍‌ରେ ଏଇସିସି ପ୍ରଶ୍ନପତ୍ର ଘୂରି ବୁଲୁଥିବା ପରୀକ୍ଷା ନିୟନ୍ତ୍ରକ ପ୍ରଧାନଙ୍କୁ ଜଣାଇଥିଲେ। ଛାତ୍ରୀଛାତ୍ରମାନେ ତାଙ୍କୁ ୪ରୁ ୫ଟି ଭିନ୍ନ ପ୍ରଶ୍ନପତ୍ର ଦେଖାଇଥିଲେ। ସେଥିରୁ ଗୋଟିଏ ପ୍ରଶ୍ନପତ୍ର ଶନିବାର ହେବାକୁ ଥିବା ଏଇସିସି ଇଂଲିଶ ପରୀକ୍ଷାର ମୂଳ ପ୍ରଶ୍ନପତ୍ର ସହ ମେଳ ଖାଉଥିବା ଜଣାପଡ଼ିଥିଲା।

ପରୀକ୍ଷାର ସ୍ବଚ୍ଛତା ଏବଂ ବିଶ୍ୱସନୀୟତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ତୁରନ୍ତ ପରୀକ୍ଷାକୁ ସ୍ଥଗିତ କରିଥିଲେ। ଏହାକୁ ନେଇ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ କୋରାପୁଟ ସାଇବର ଥାନାରେ ଅଭିଯୋଗ କରାଯାଇଛି। ପରୀକ୍ଷା ସ୍ଥଗିତ କରାଯାଇଥିବା ନେଇ ଅବିଭକ୍ତ କୋରାପୁଟ ଜିଲାର ପ୍ରାୟ ୫୨ ପରୀକ୍ଷା କେନ୍ଦ୍ରର ଅଧୀକ୍ଷକଙ୍କୁ ଅବଗତ କରାଯାଇଛି।

ଘଟଣା ପଛରେ କିଛି ଅସାମାଜିକ ବ୍ୟକ୍ତିଙ୍କ ହାତ ଥାଇପାରେ ଓ ଛାତ୍ରୀଛାତ୍ରଙ୍କୁ ବିଭ୍ରାନ୍ତ କରିବା ଉଦ୍ଦେଶ୍ୟରେ ଏଭଳି ପ୍ରଶ୍ନପତ୍ର ଲିକ୍‌ କରାଯାଇଥିବା ପରୀକ୍ଷା ନିୟନ୍ତ୍ରକ ପ୍ରଧାନ କହିଛନ୍ତି। ଏ ନେଇ ତଦନ୍ତ ପରେ ପ୍ରକୃତ ତଥ୍ୟ ସ୍ପଷ୍ଟ ହେବ। ଛାତ୍ରୀଛାତ୍ର କୌଣସି ଗୁଜବ କିମ୍ବା ହ୍ବାଟ୍ସଆପ୍‌ରେ ପ୍ରଚାରିତ ବାର୍ତ୍ତାରେ ବିଭ୍ରାନ୍ତ ନ ହେବାକୁ ବିଶ୍ବବିଦ୍ୟାଳୟ ପକ୍ଷରୁ ପରାମର୍ଶ ଦିଆଯାଇଛି। ସ୍ଥଗିତ ପରୀକ୍ଷା ପାଇଁ ନୂତନ ପ୍ରଶ୍ନପତ୍ର ପ୍ରସ୍ତୁତ କରାଯିବା ପରେ ପରୀକ୍ଷାର ନୂତନ ତାରିଖ ଓ ସମୟ ବିଶ୍ବବିଦ୍ୟାଳୟ ପକ୍ଷରୁ ଘୋଷଣା କରାଯିବ ବୋଲି ପରୀକ୍ଷା ନିୟନ୍ତ୍ରକ ପ୍ରଧାନ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଞ୍ଚସ୍ଥ ହୋଇ ଦର୍ଶକଙ୍କ ମନ ଜିଣିଲା ସାମାଜିକ ନାଟକ ‘ଅବୁଝା ଲୁହ’; ଉଦ୍‌ଘାଟନ କଲେ ଦିଗପହଣ୍ଡି ବିଧାୟକ

ଦିଗପହଣ୍ଡି,୧୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମର ଠାକୁରାଣୀ ଛକଠାରେ ଶ୍ରୀ ଗଣେଶ ପୂଜା ଅବସରରେ ସାମାଜିକ ନାଟକ ‘ଅବୁଝା ଲୁହ’…

‘ଏକ ପେଡ୍‌ ମା’ କେ ନାମ୍‌’: ସିମନବାଡ଼ିରେ ଛାତ୍ରଛାତ୍ରୀଙ୍କ ନିଶାମୁକ୍ତ ସଚେତନତା ପଦଯାତ୍ରା-ବୃକ୍ଷରୋପଣ

ଦାରିଙ୍ଗବାଡ଼ି,୧୯ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ପାଦ୍ରୀ ପିଓ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ନିଶାମୁକ୍ତ ସଚେତନତା କାର୍ଯ୍ୟକ୍ରମ ଓ ପଦଯାତ୍ରା…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ଗଞ୍ଜାମ ଜିଲାକୁ ଅରେଞ୍ଜ ଆଲର୍ଟ: ୪ ଦିନ ଅତି ପ୍ରବଳ ବର୍ଷା, ଅଶାନ୍ତ ରହିବ…

ଛତ୍ରପୁର,୧୯ା୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ): ଆଗାମୀ ୨୧ ତାରିଖରୁ ଗଞ୍ଜାମ ଜିଲା ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭାରତୀୟ…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ଦିଗପହଣ୍ଡି ରେ  ମା ‘ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶୁଭାରମ୍ଭ  

ଦିଗପହଣ୍ଡି,୧୯|୯(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୩ ନଂ. ୱାର୍ଡ ନୂଆସାହି ସ୍ଥିତ ଆରାଧ୍ଯା ଦେବୀ ମା’ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶନିବାର ଠାରୁ ଆରମ୍ଭ…

ଅବ୍ୟବସ୍ଥାରେ ରିଷିଡ଼ା ବସ୍‌ଷ୍ଟାଣ୍ଡ

ରିଷିଡ଼ା,୧୯ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ବସ୍‌ଷ୍ଟାଣ୍ଡ ଏବେ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ସାମାନ୍ୟ ବର୍ଷାରେ ବସ୍‌ଷ୍ଟାଣ୍ଡ ପରିସର ତଥା ମୁଖ୍ୟ ରାସ୍ତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?