୩ ସୁରକ୍ଷା କର୍ମୀ ସୁପରଭାଇଜର ବହିଷ୍କୃତ

ତରବୋଡ/ନୂଆପଡା ଅଫିସ,୩୦।୧ (ଡି.ଏନ.ଏ.): ନୂଆପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ କାର୍ଯ୍ୟରତ ସୁରକ୍ଷା କର୍ମଚାରୀ ନାନକରାମ କେଉଁଟ (୨୬)ଙ୍କ କୋଭିଡ୍‌ ଟିକା ଯୋଗୁ ମୃତ୍ୟୁ ଘଟଣାରେ ମୃତକ ପରିବାରକୁ କ୍ଷତିପୂରଣ ଦାବିରେ ଧାରଣରେ ବସିଥିବା ସୁରକ୍ଷା କର୍ମୀମାନଙ୍କୁ ଏବେ ମହଙ୍ଗା ପଡିଛି। ଏହି ଘଟଣାରେ ସୁରକ୍ଷା କର୍ମୀ ସଂସ୍ଥା ୩ଜଣ ସୁରକ୍ଷା କର୍ମୀ ସୁପରଭାଇଜରଙ୍କୁ କାର୍ଯ୍ୟରୁ ବହିଷ୍କୃତ କରିଥିବା ବେଳେ ୧୪ ଜଣ ସୁରକ୍ଷା କର୍ମୀଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି।
ସୂଚନାଯୋଗ୍ୟ ଯେ, ଗତ ୨୩ ତାରିଖରେ ମୁଖ୍ୟ ଚିକିତ୍ସାଳୟରେ ସୁରକ୍ଷା କର୍ମୀ ନାନକରାମ କୋଭିଡ୍‌ ଟିକା କୋଭାକ୍ସିନ ନେଇଥିଲେ। ୨୫ ତାରିଖରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଥିବାରୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ତାଙ୍କୁ ଭର୍ତ୍ତି କରାଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ବୁର୍ଲା ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ୨୬ ତାରିଖରେ ବୁର୍ଲା ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ବୁର୍ଲାରୁ ମୃତଦେହ ନୂଆପଡାରେ ପହଞ୍ଚତ୍ବା ପରେ ଅପରାହ୍ନରେ ଜିଲା ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ସୁରକ୍ଷା କର୍ମୀମାନେ ଧାରଣାରେ ବସିଥିଲେ। ଏବେ ଏହା ସୁରକ୍ଷା କର୍ମୀଙ୍କୁ ମହଙ୍ଗା ପଡିଛି। ସୁରକ୍ଷା ସଂସ୍ଥା ପକ୍ଷରୁ ସୁରକ୍ଷା କର୍ମୀ ସୁପରଭାଇଜର ଜୋହନ ଲାଲ ସାହୁ, ଭୂଷଣ ପ୍ରଧାନ, ଚମ୍ପୁଲାଲ ପ୍ରଧାନଙ୍କୁ କାର୍ଯ୍ୟରୁ ବହିଷ୍କାର କରାଯାଇଛି। ସେହିପରି ୧୪ ସୁରକ୍ଷା କର୍ମୀଙ୍କୁ କାରଣ ଦର୍ଶାଅ ନୋଟିସ ଜାରି ହୋଇଛି। ବେଆଇନ ଭାବେ ପ୍ରଶାସନ ବିରୋଧରେ ଧାରଣା ଦେବା, ସମ୍ପୃକ୍ତ ସଂସ୍ଥା ବିରୋଧରେ ଷଡଯନ୍ତ୍ର କରିବା, କାର୍ଯ୍ୟ ସମୟରେ ନିୟମକୁ ଅବମାନନା କରିବା ଭଳି ଯୁକ୍ତି ଉପସ୍ଥାପନା କରି ସମ୍ପୃକ୍ତ ସଂସ୍ଥା ସୁରକ୍ଷା କର୍ମୀ ସୁପରଭାଇଜର ଓ ସୁରକ୍ଷା କର୍ମୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ତେବେ କାର୍ଯ୍ୟରତ ସୁରକ୍ଷା କର୍ମୀଙ୍କ ମୃତ୍ୟୁ ପରେ ତାଙ୍କ ପରିବାର ପାଇଁ କ୍ଷତିପୂରଣ ମାଗିବା ନ୍ୟାୟ ସଙ୍ଗତ ନୁହେଁ କି ବୋଲି ସୁରକ୍ଷା କର୍ମୀମାନେ ପ୍ରଶ୍ନ କରିଛନ୍ତି। ଜଣେ ମୃତ ସୁରକ୍ଷା କର୍ମୀଙ୍କୁ ନ୍ୟାୟ ପ୍ରଦାନ କରିବା ପାଇଁ ଧାରଣାରେ ବସିଥିବାରୁ ତାଙ୍କୁ ଚାକିରିରୁ ବାହାର କରିଦେବା ଦୁର୍ଭାଗ୍ୟ ଜନକ ବୋଲି ସୁରକ୍ଷା କର୍ମୀମାନେ କହିଛନ୍ତି। ସମ୍ପୃକ୍ତ ସଂସ୍ଥା କର୍ତ୍ତୃପକ୍ଷଙ୍କ ଏଭଳି କାର୍ଯ୍ୟାନୁଷ୍ଠାନକୁ ବିଭିନ୍ନ ମହଲରେ ନିନ୍ଦା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri