ପୁରୀରୁ ହାଓଡା ମଧ୍ୟରେ ଚାଲିବ ୩ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର,୫।୬(ବ୍ୟୁରୋ): ବାହାନଗା ଟ୍ରେନ୍‌ ଦୁର୍ଘଟଣା ପରେ ଉଭୟ ଦକ୍ଷିଣ ପୂର୍ବ ରେଳପଥ ଓ ପୂର୍ବତଟ ରେଳପଥ ପକ୍ଷରୁ ୨୮ ଟ୍ରେନ୍‌ ବାତିଲ କରାଯାଇଥିବାବେଳେ ବହୁ ଟ୍ରେନ୍‌ର ଗତପଥ ପରିବର୍ତ୍ତନ କରାଯାଇଛି। ତେଣୁ ଉଭୟ ରେଳପଥର ସମନ୍ବୟରେ ସ୍ବତନ୍ତ୍ର ଟ୍ରେନ ଚଳାଚଳ ଆରମ୍ଭ କରିଛି। ଏବେ ବିଶେଷକରି ପୁରୀରୁ ହାଓଡ଼ା ମଧ୍ୟରେ ବିଭିନ୍ନ ଷ୍ଟେଶନରେ ଯାତ୍ରୀମାନେ ଅଟକି ରହିଛନ୍ତି। ତେଣୁ ଏହି ଯାତ୍ରୀଙ୍କ ସୁବିଧାକୁ ନଜରରେ ରଖି ପୂର୍ବତଟ ରେଳପଥ ହାଓଡାକୁ ୩ଟି ସ୍ବତନ୍ତ୍ର ଟ୍ରେନ ଚଳାଇବାକୁ ନିଷ୍ପତ୍ତି ନେଇଛି। ୦୨୮୦୧ ପୁରୀ-ହାଓଡ଼ା ସ୍ପେଶାଲ ଟ୍ରେନ, ଯାହା ପୁରୀରୁ ରାତି ୭ଟାରେ ଛାଡି ଯାଜପୁର-କେନ୍ଦୁଝରରୋଡ୍‌-ଡାଙ୍ଗପୋଷି-ଖଡଗପୁର ମାର୍ଗ ଦେଇ ଚାଲିବ। ଏହି ଟ୍ରେନଟି ସାକ୍ଷୀଗୋପାଳ, ଖୋର୍ଦ୍ଧା ରୋଡ୍‌, ଭୁବନେଶ୍ୱର, କଟକ, ଯଖପୁର, ହରିଚନ୍ଦନପୁର, ଡୋଙ୍ଗୋପୋସି, ଟାଟା ଓ ଖଡ଼ଗପୁର ଦେଇ ହାଓଡାକୁ ଯିବ। ଏହି ଟ୍ରେନରେ ୨ ସ୍ଲିପର କ୍ଲାସ, ୬ଟି ଦ୍ୱିତୀୟ ଶ୍ରେଣୀ ଚେୟାର କାର୍‌ ଏବଂ ଦୁଇଟି ଦ୍ୱିତୀୟ ଶ୍ରେଣୀ ସିଟିଂ କୋଚ୍‌ ସଂଯୋଗ କରାଯାଇଛି। ଦ୍ୱିତୀୟ ଟ୍ରେନଟି ରାତି ୯ ଟାରେ ପୁରୀ ଷ୍ଟେଶନରୁ ହାଓଡ଼ା ଅଭିମୁଖେ ବାହାରିବ। ଏହା ସାକ୍ଷୀଗୋପାଳ, ଖୋର୍ଦ୍ଧା ରୋଡ଼, ଭୁବନେଶ୍ୱର, କଟକ, ଢେଙ୍କାନାଳ, ଅନୁଗୋଳ, ରେଢ଼ାଖୋଲ, ସମ୍ବଲପୁର ସହର, ଝାରସୁଗୁଡା, ରାଉରକେଲା, ଚକ୍ରଧରପୁର, ଟାଟା, ଖଡ଼ଗପୁର ଦେଇ ହାଓଡାରେ ପହଞ୍ଚତ୍ବ। ଏଥିରେ ୧୧ଟି ଦ୍ୱିତୀୟ ଶ୍ରେଣୀ, ଦୁଇଟି ଏସି ଚେୟାର କାର୍‌ ଓ ଦୁଇଟି ଦ୍ୱିତୀୟ ଶ୍ରେଣୀ ସିଟିଂ କୋଚ୍‌ ରହିଛି। ସେହିପରି ତୃତୀୟ ଟ୍ରେନ୍‌ଟି ପୁରୀ ଷ୍ଟେଶନରୁ ରାତି ୧୦ଟାରେ ଯାତ୍ରାରମ୍ଭ କରିବ। ଏହା ସାକ୍ଷୀଗୋପାଳ, ଖୋର୍ଦ୍ଧା ରୋଡ୍‌, ଭୁବନେଶ୍ୱର, କଟକ, ଜଖପୁରା, ହରିଚନ୍ଦନପୁର, ଡାଙ୍ଗପୋଷି, ଟାଟା ଓ ଖଡ଼ଗପୁର ହୋଇ ହାଓଡାରେ ପହଞ୍ଚତ୍ବ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri