ନୂଆ ରୂପ ନେବ ୩ ଶକ୍ତିପୀଠ

ଭୁବନେଶ୍ୱର,୨୧ା୩(ବ୍ୟୁରୋ):ରାଜ୍ୟର ୩ଟି ପ୍ରମୁଖ ଶକ୍ତିପୀଠ କାକଟପୁର ମା’ ମଙ୍ଗଳା, ଭୂଷଣ୍ଡପୁରର ମା’ ଉଗ୍ରତାରା ଓ ବାଣପୁରର ମା’ ଭବବତୀ ପୀଠର ସର୍ବାଙ୍ଗୀନ ଉନ୍ନତି ନିମନ୍ତେ ପ୍ରସ୍ତୁତ ମାଷ୍ଟର ପ୍ଲାନ୍‌କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଅନୁମୋଦନ କରିଛନ୍ତି। ୫-ଟି ଉପକ୍ରମରେ ଏହି ଯୋଜନା କାର୍ଯ୍ୟକାରୀ ହେବ। ପୂର୍ତ୍ତ ବିଭାଗର ପର୍ଯ୍ୟଟନ ସ୍ଥଳ ଓ ଐତିହ୍ୟ କୀର୍ତ୍ତିରାଜିର ସମନ୍ବିତ ବିକାଶ ଯୋଜନାରେ ଏହାକୁ ସାମିଲ କରାଯାଇଛି। ଓଡ଼ିଶା ସେତୁ ନିର୍ମାଣ ନିଗମ ଉପରେ ବିକାଶ ଦାୟିତ୍ୱ ନ୍ୟସ୍ତ କରାଯାଇଛି।
ପୁରୀ ଜିଲାର କାକଟପୁରରେ ବିରାଜିତ ମା’ ମଙ୍ଗଳା ଲକ୍ଷ ଲକ୍ଷ ଭକ୍ତଙ୍କ ଆସ୍ଥା ଓ ବିଶ୍ୱାସର ପ୍ରତୀକ। ପଞ୍ଚଦଶ ଶତାବ୍ଦୀରେ ନିର୍ମିତ ମା’ ମାଙ୍ଗଳାଙ୍କ ପୀଠର ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ସହ ଘନିଷ୍ଠ ସମ୍ପର୍କ ରହିଛି। ନବକଳେବର ସମୟରେ ଦଇତାପତି ସେବକମାନେ ମା’ଙ୍କ ଆଜ୍ଞାକ୍ରମେ ଏହିଠାରୁ ହିଁ ଦାରୁ ସନ୍ଧାନରେ ଯାଇଥା’ନ୍ତି। ଚୈତ୍ର ମାସରେ ଝାମୁଯାତ୍ରା ମା’ଙ୍କ ପ୍ରସିଦ୍ଧ ପର୍ବ। ୫-ଟି ଉପକ୍ରମରେ ଏହି ପ୍ରାଚୀନ ଶକ୍ତିପୀଠର ବିକାଶ ନିମନ୍ତେ ପ୍ରସ୍ତୁତ ମାଷ୍ଟର ପ୍ଲାନ୍‌ରେ ମନ୍ଦିରରେ ଖଣ୍ଡୋଲାଇଟ୍‌ ପଥର ବିଛାଯିବା ସହିତ ମନ୍ଦିରର ରୋଷଘର ଓ ଜଳ ନିଷ୍କାସନ ବ୍ୟବସ୍ଥାର ସଂସ୍କାର କରାଯିବ। ଏଥିସହିତ ସେବାୟତ ଭବନ, ଭୋଗ ଦୋକାନ, ପ୍ରାଚୀ ନଦୀ କୂଳରେ ମୁଣ୍ଡନ କିଓସ୍କ, ଚନ୍ଦନଘାଟର ବିକାଶ, ଗୋଷ୍ଠୀ ଶୌଚାଳୟ ଆଦିର ବିକାଶ କରାଯିବ। ପୀଠକୁ ଅଧିକ ଆକର୍ଷଣୀୟ କରାଯିବା ପାଇଁ କୋଣାର୍କ ପାର୍ଶ୍ୱ ରାସ୍ତାରେ ଐତିହ୍ୟ ଦ୍ୱାର ନିର୍ମାଣ କରାଯିବ। ଯାତ୍ରୀମାନଙ୍କ ସୁବିଧା ପାଇଁ ବିଭିନ୍ନ ପଦକ୍ଷେପ ନେବା ସହିତ ଆଲୋକୀକରଣ, ଲ୍ୟାଣ୍ଡସ୍କେପିଂ ଓ ବୃକ୍ଷରୋପଣ କରାଯିବା ସହିତ ପାର୍କିଂ ସ୍ଥଳର ମଧ୍ୟ ବିକାଶ କରାଯିବ। ଓଡ଼ିଶା ସେତୁ ନିର୍ମାଣ ନିଗମ ୧୨ ମାସ ମଧ୍ୟରେ ଏହାକୁ ସମ୍ପୂର୍ଣ୍ଣ କରିବ।
ସେହିପରି ଖୋର୍ଦ୍ଧା ଜିଲା ବାଣପୁରର ମା’ ଭବବତୀଙ୍କ ପୀଠକୁ ପ୍ରତିଦିନ ହଜାର ହଜାର ଭକ୍ତ ମା’ଙ୍କ ଦର୍ଶନ ଓ ପୂଜା ପାଇଁ ଆସିଥା’ନ୍ତି। ମା’ଙ୍କ ପୀଠରେ ଦଶହରା ପର୍ବ ବିପୁଳ ଉତ୍ସାହ ମଧ୍ୟରେ ପାଳନ କରାଯାଇଥାଏ। ନବମ ଶତାବ୍ଦୀରେ ନିର୍ମିତ ମା’ଙ୍କ ମନ୍ଦିରର ବିକାଶ ପାଇଁ ୫-ଟି ଉପକ୍ରମରେ ମାଷ୍ଟର ପ୍ଲାନ୍‌ ପ୍ରସ୍ତୁତ କରାଯାଇଛି। ସିଂହଦ୍ୱାରଠାରୁ ଆରମ୍ଭ କରି ପରିକ୍ରମା, ଘାଟ, ଯାତ୍ରା ପଡ଼ିଆ, ଯାତ୍ରୀ ସୁବିଧାର ବିକାଶ ପାଇଁ ଏଥିରେ ସ୍ବତନ୍ତ୍ର ଫୋକସ୍‌ ରଖାଯାଇଛି। ଏଥିସହିତ ବହୁମୁଖୀ ହଲ୍‌, ରାସ୍ତା ଓ ନଦୀଘାଟ ଆଦିର ବିକାଶ ଉପରେ ସ୍ବତନ୍ତ୍ର ଧ୍ୟାନ ଦିଆଯାଇଛି। ରାଜ୍ୟ ପ୍ରତ୍ନତତ୍ତ୍ୱ ନିର୍ଦ୍ଦେଶାଳୟ ତତ୍ତ୍ୱାବଧାନରେ ଓଡ଼ିଶା ସେତୁ ନିର୍ମାଣ ନିଗମ ୨୪ ମାସ ମଧ୍ୟରେ ଏହି କାର୍ଯ୍ୟ ସମ୍ପାଦନ କରିବ।
ଖୋର୍ଦ୍ଧା ଜିଲାର ଅନ୍ୟତମ ଶକ୍ତିପୀଠ ହେଉଛି ଭୂଷଣ୍ଡପୁରର ମା’ଉଗ୍ରତାରାଙ୍କ ପୀଠ। ୧୩୫୨ ଖ୍ରୀଷ୍ଟାବ୍ଦରେ ନିର୍ମିତ ମା’ଙ୍କ ପୀଠ ଭକ୍ତମାନଙ୍କ ବିଶ୍ୱାସର କେନ୍ଦ୍ର ହୋଇ ରହି ଆସିଛି । ଏହି ପୀଠର ବିକାଶ ପାଇଁ ପ୍ରସ୍ତୁତ ଯୋଜନାରେ ମନ୍ଦିରର ବିକାଶ ସହ ଆରାଇଭାଲ ପ୍ଲାଜା, ଯାତ୍ରୀଙ୍କ ସୁବିଧା, ପାର୍କିଂ ଲ୍ୟାଣ୍ଡସ୍କେପିଂ, ପିକ୍‌ନିକ୍‌ ସ୍ପଟ୍‌, ଯାତ୍ରା ପଡ଼ିଆ ସହିତ ପୋଖରୀର ମଧ୍ୟ ପୁନରୁଦ୍ଧାର କରାଯିବ । ଓଡ଼ିଶା ସେତୁ ନିର୍ମାଣ ନିଗମ ଦ୍ୱାରା ୧୮ ମାସ ମଧ୍ୟରେ ଏହାର କାମ ଶେଷ କରାଯିବ। ଏହି ୩ଟି ପୀଠର ବିକାଶ ଯୋଜନାକୁ ଅନୁମୋଦନ କରିବା ସହ ନିର୍ଦ୍ଧାରିତ ସମୟରେ କାମ ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ସେବାୟତମାନଙ୍କ ସହ ମଧ୍ୟ ଆଲୋଚନା କରି ଯୋଜନା ସମ୍ପର୍କରେ ସେମାନଙ୍କ ମତାମତ ନେଇଥିଲେ।
ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ବିଭିନ୍ନ ସମୟରେ ଏହି ପୀଠଗୁଡ଼ିକୁୁ ଯାଇ ସେବାୟତ ଓ ସ୍ଥାନୀୟ ଲୋକଙ୍କ ସହ ବିକାଶ ସମ୍ପର୍କରେ ଆଲୋଚନା କରିଥିଲେ । ଏହି ବୈଠକରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଉପସ୍ଥିତ ଥିଲେ ଓ ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ଭି.ଭି. ଯାଦବ ଉପସ୍ଥାପନା ରଖିଥିଲେ। ତିନି ପୀଠର ସେବାୟତମାନେ ସମ୍ପୃକ୍ତ ଜିଲାପାଳମାନଙ୍କ ସହିତ ଭିଡିଓ କନ୍‌ଫରେନ୍ସ ଜରିଆରେ ବୈଠକରେ ଯୋଗ ଦେଇଥିଲେ। ସେବାୟତମାନେ ସେମାନଙ୍କ ପୀଠର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପଦକ୍ଷେପର ଉଚ୍ଚ ପ୍ରଶଂସା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?