ନୂଆ ରୂପ ନେବ ୩ ଶକ୍ତିପୀଠ

ଭୁବନେଶ୍ୱର,୨୧ା୩(ବ୍ୟୁରୋ):ରାଜ୍ୟର ୩ଟି ପ୍ରମୁଖ ଶକ୍ତିପୀଠ କାକଟପୁର ମା’ ମଙ୍ଗଳା, ଭୂଷଣ୍ଡପୁରର ମା’ ଉଗ୍ରତାରା ଓ ବାଣପୁରର ମା’ ଭବବତୀ ପୀଠର ସର୍ବାଙ୍ଗୀନ ଉନ୍ନତି ନିମନ୍ତେ ପ୍ରସ୍ତୁତ ମାଷ୍ଟର ପ୍ଲାନ୍‌କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଅନୁମୋଦନ କରିଛନ୍ତି। ୫-ଟି ଉପକ୍ରମରେ ଏହି ଯୋଜନା କାର୍ଯ୍ୟକାରୀ ହେବ। ପୂର୍ତ୍ତ ବିଭାଗର ପର୍ଯ୍ୟଟନ ସ୍ଥଳ ଓ ଐତିହ୍ୟ କୀର୍ତ୍ତିରାଜିର ସମନ୍ବିତ ବିକାଶ ଯୋଜନାରେ ଏହାକୁ ସାମିଲ କରାଯାଇଛି। ଓଡ଼ିଶା ସେତୁ ନିର୍ମାଣ ନିଗମ ଉପରେ ବିକାଶ ଦାୟିତ୍ୱ ନ୍ୟସ୍ତ କରାଯାଇଛି।
ପୁରୀ ଜିଲାର କାକଟପୁରରେ ବିରାଜିତ ମା’ ମଙ୍ଗଳା ଲକ୍ଷ ଲକ୍ଷ ଭକ୍ତଙ୍କ ଆସ୍ଥା ଓ ବିଶ୍ୱାସର ପ୍ରତୀକ। ପଞ୍ଚଦଶ ଶତାବ୍ଦୀରେ ନିର୍ମିତ ମା’ ମାଙ୍ଗଳାଙ୍କ ପୀଠର ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ସହ ଘନିଷ୍ଠ ସମ୍ପର୍କ ରହିଛି। ନବକଳେବର ସମୟରେ ଦଇତାପତି ସେବକମାନେ ମା’ଙ୍କ ଆଜ୍ଞାକ୍ରମେ ଏହିଠାରୁ ହିଁ ଦାରୁ ସନ୍ଧାନରେ ଯାଇଥା’ନ୍ତି। ଚୈତ୍ର ମାସରେ ଝାମୁଯାତ୍ରା ମା’ଙ୍କ ପ୍ରସିଦ୍ଧ ପର୍ବ। ୫-ଟି ଉପକ୍ରମରେ ଏହି ପ୍ରାଚୀନ ଶକ୍ତିପୀଠର ବିକାଶ ନିମନ୍ତେ ପ୍ରସ୍ତୁତ ମାଷ୍ଟର ପ୍ଲାନ୍‌ରେ ମନ୍ଦିରରେ ଖଣ୍ଡୋଲାଇଟ୍‌ ପଥର ବିଛାଯିବା ସହିତ ମନ୍ଦିରର ରୋଷଘର ଓ ଜଳ ନିଷ୍କାସନ ବ୍ୟବସ୍ଥାର ସଂସ୍କାର କରାଯିବ। ଏଥିସହିତ ସେବାୟତ ଭବନ, ଭୋଗ ଦୋକାନ, ପ୍ରାଚୀ ନଦୀ କୂଳରେ ମୁଣ୍ଡନ କିଓସ୍କ, ଚନ୍ଦନଘାଟର ବିକାଶ, ଗୋଷ୍ଠୀ ଶୌଚାଳୟ ଆଦିର ବିକାଶ କରାଯିବ। ପୀଠକୁ ଅଧିକ ଆକର୍ଷଣୀୟ କରାଯିବା ପାଇଁ କୋଣାର୍କ ପାର୍ଶ୍ୱ ରାସ୍ତାରେ ଐତିହ୍ୟ ଦ୍ୱାର ନିର୍ମାଣ କରାଯିବ। ଯାତ୍ରୀମାନଙ୍କ ସୁବିଧା ପାଇଁ ବିଭିନ୍ନ ପଦକ୍ଷେପ ନେବା ସହିତ ଆଲୋକୀକରଣ, ଲ୍ୟାଣ୍ଡସ୍କେପିଂ ଓ ବୃକ୍ଷରୋପଣ କରାଯିବା ସହିତ ପାର୍କିଂ ସ୍ଥଳର ମଧ୍ୟ ବିକାଶ କରାଯିବ। ଓଡ଼ିଶା ସେତୁ ନିର୍ମାଣ ନିଗମ ୧୨ ମାସ ମଧ୍ୟରେ ଏହାକୁ ସମ୍ପୂର୍ଣ୍ଣ କରିବ।
ସେହିପରି ଖୋର୍ଦ୍ଧା ଜିଲା ବାଣପୁରର ମା’ ଭବବତୀଙ୍କ ପୀଠକୁ ପ୍ରତିଦିନ ହଜାର ହଜାର ଭକ୍ତ ମା’ଙ୍କ ଦର୍ଶନ ଓ ପୂଜା ପାଇଁ ଆସିଥା’ନ୍ତି। ମା’ଙ୍କ ପୀଠରେ ଦଶହରା ପର୍ବ ବିପୁଳ ଉତ୍ସାହ ମଧ୍ୟରେ ପାଳନ କରାଯାଇଥାଏ। ନବମ ଶତାବ୍ଦୀରେ ନିର୍ମିତ ମା’ଙ୍କ ମନ୍ଦିରର ବିକାଶ ପାଇଁ ୫-ଟି ଉପକ୍ରମରେ ମାଷ୍ଟର ପ୍ଲାନ୍‌ ପ୍ରସ୍ତୁତ କରାଯାଇଛି। ସିଂହଦ୍ୱାରଠାରୁ ଆରମ୍ଭ କରି ପରିକ୍ରମା, ଘାଟ, ଯାତ୍ରା ପଡ଼ିଆ, ଯାତ୍ରୀ ସୁବିଧାର ବିକାଶ ପାଇଁ ଏଥିରେ ସ୍ବତନ୍ତ୍ର ଫୋକସ୍‌ ରଖାଯାଇଛି। ଏଥିସହିତ ବହୁମୁଖୀ ହଲ୍‌, ରାସ୍ତା ଓ ନଦୀଘାଟ ଆଦିର ବିକାଶ ଉପରେ ସ୍ବତନ୍ତ୍ର ଧ୍ୟାନ ଦିଆଯାଇଛି। ରାଜ୍ୟ ପ୍ରତ୍ନତତ୍ତ୍ୱ ନିର୍ଦ୍ଦେଶାଳୟ ତତ୍ତ୍ୱାବଧାନରେ ଓଡ଼ିଶା ସେତୁ ନିର୍ମାଣ ନିଗମ ୨୪ ମାସ ମଧ୍ୟରେ ଏହି କାର୍ଯ୍ୟ ସମ୍ପାଦନ କରିବ।
ଖୋର୍ଦ୍ଧା ଜିଲାର ଅନ୍ୟତମ ଶକ୍ତିପୀଠ ହେଉଛି ଭୂଷଣ୍ଡପୁରର ମା’ଉଗ୍ରତାରାଙ୍କ ପୀଠ। ୧୩୫୨ ଖ୍ରୀଷ୍ଟାବ୍ଦରେ ନିର୍ମିତ ମା’ଙ୍କ ପୀଠ ଭକ୍ତମାନଙ୍କ ବିଶ୍ୱାସର କେନ୍ଦ୍ର ହୋଇ ରହି ଆସିଛି । ଏହି ପୀଠର ବିକାଶ ପାଇଁ ପ୍ରସ୍ତୁତ ଯୋଜନାରେ ମନ୍ଦିରର ବିକାଶ ସହ ଆରାଇଭାଲ ପ୍ଲାଜା, ଯାତ୍ରୀଙ୍କ ସୁବିଧା, ପାର୍କିଂ ଲ୍ୟାଣ୍ଡସ୍କେପିଂ, ପିକ୍‌ନିକ୍‌ ସ୍ପଟ୍‌, ଯାତ୍ରା ପଡ଼ିଆ ସହିତ ପୋଖରୀର ମଧ୍ୟ ପୁନରୁଦ୍ଧାର କରାଯିବ । ଓଡ଼ିଶା ସେତୁ ନିର୍ମାଣ ନିଗମ ଦ୍ୱାରା ୧୮ ମାସ ମଧ୍ୟରେ ଏହାର କାମ ଶେଷ କରାଯିବ। ଏହି ୩ଟି ପୀଠର ବିକାଶ ଯୋଜନାକୁ ଅନୁମୋଦନ କରିବା ସହ ନିର୍ଦ୍ଧାରିତ ସମୟରେ କାମ ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ସେବାୟତମାନଙ୍କ ସହ ମଧ୍ୟ ଆଲୋଚନା କରି ଯୋଜନା ସମ୍ପର୍କରେ ସେମାନଙ୍କ ମତାମତ ନେଇଥିଲେ।
ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ବିଭିନ୍ନ ସମୟରେ ଏହି ପୀଠଗୁଡ଼ିକୁୁ ଯାଇ ସେବାୟତ ଓ ସ୍ଥାନୀୟ ଲୋକଙ୍କ ସହ ବିକାଶ ସମ୍ପର୍କରେ ଆଲୋଚନା କରିଥିଲେ । ଏହି ବୈଠକରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଉପସ୍ଥିତ ଥିଲେ ଓ ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ଭି.ଭି. ଯାଦବ ଉପସ୍ଥାପନା ରଖିଥିଲେ। ତିନି ପୀଠର ସେବାୟତମାନେ ସମ୍ପୃକ୍ତ ଜିଲାପାଳମାନଙ୍କ ସହିତ ଭିଡିଓ କନ୍‌ଫରେନ୍ସ ଜରିଆରେ ବୈଠକରେ ଯୋଗ ଦେଇଥିଲେ। ସେବାୟତମାନେ ସେମାନଙ୍କ ପୀଠର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପଦକ୍ଷେପର ଉଚ୍ଚ ପ୍ରଶଂସା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri