ସରକାରୀ କାର୍ଯ୍ୟରେ ଅବହେଳା: ୩ ସହକାରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ୍‌

ଛତ୍ରପୁର,୧୨ା୮(ଡି.ଏନ୍‌.ଏ.): ସରକାରୀ କାର୍ଯ୍ୟରେ ଅବହେଳା ଓ ଅନିୟମିତତା ନେଇ ୩ ଜଣ ସହକାରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ୍‌ ଜାରି ହୋଇଛି। ସେମାନେ ହେଲେ ଗଞ୍ଜାମ ଜିଲା ଖଲିକୋଟ ବ୍ଲକ ଅଧୀନ ଝରାପଲ୍ଲୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ସ୍କୁଲର ସହକାରୀ ଶିକ୍ଷକ ମଧୁଚରଣ ସେଠୀ, କୈରାସୀ ନୋଡାଲ ୟୁପି ସ୍କୁଲର ସହକାରୀ ଶିକ୍ଷକ କ୍ଷୀତିଶ ଦାଶ ଓ କୋମଣ୍ଡ ଉଚ୍ଚ ପ୍ରାଥମିକ ସ୍କୁଲର ସହକାରୀ ଶିକ୍ଷକ କିଶୋର ଚନ୍ଦ୍ର ଘାସି। ଏମାନଙ୍କୁ ଛତ୍ରପୁର ତଥା ଖଲିକୋଟ ବ୍ଲକ ଶିକ୍ଷାଧିକାରୀ (ବିଇଓ) ଅବିନାଶ ଶତପଥୀ( ଚିଠି ନମ୍ବର ୧୭୯୧,୧୭୯୫ ଓ ୧୭୯୯)ରେ ଏହି କାରଣଦର୍ଶାଅ ନୋଟିସ୍‌ ଜାରି କରିଛନ୍ତି। ୭ ଦିନ ମଧ୍ୟରେ ଉକ୍ତ ନୋଟିସ୍‌ର ଉତ୍ତର ଦେବାକୁ କୁହାଯାଇଛି। ଏଥିରେ ଖିଲାପ କଲେ ଏମାନଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଉକ୍ତ ନୋଟିସ୍‌ରେ ସତର୍କ କରାଇ ଦିଆଯାଇଛି। ଏଥିସହ ଏମାନଙ୍କ ସର୍ଭିସ ବୁକ୍‌ ମଧ୍ୟ ପ୍ରଭାବିତ ହେବ ବୋଲି କୁହାଯାଇଛି।

ଉକ୍ତ ଶିକ୍ଷକମାନେ ଅନ୍ୟ ଶିକ୍ଷକମାନଙ୍କୁ ପ୍ରରୋଚିତ କରିବା ସହ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ସୂଚନା ନ ଦେଇ ଅନଶନ କରାଇବା, ସରକାରୀ କାର୍ଯ୍ୟରେ ଅବହେଳା, ଅନିୟମିତତା, ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଅମାନ୍ୟ କରିବା, କୋଭିଡ୍‌ ପ୍ରୋଟୋକଲ ନ ମାନି ସମୂହ ଶିକ୍ଷକ ଏକାଠି ହୋଇ ବୈଠକ କରିବା ଏବଂ ବ୍ଲକ ଶିକ୍ଷାଧିକାରୀଙ୍କ ଅଫିସକୁ ଅଯଥାରେ ଆସି ଅନ୍ୟ କର୍ମଚାରୀମାନଙ୍କ ଦୈନନ୍ଦିନ କାର୍ଯ୍ୟରେ ବାଧା ସୃଷ୍ଟି କରିଥିବା ଦର୍ଶାଇ ବିଇଓ ଏହି କାରଣ ଦର୍ଶାଅ ନୋଟିସ୍‌ ଜାରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ୩ ଦିନ ଶୀତରେ ଥରିବେ ରାଜ୍ୟବାସୀ, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୨୯ା୧୨: ରାଜ୍ୟରେ ଶୀତ ଲହରି ଜାରି ରହିଥିବାବେଳେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ପରବର୍ତ୍ତୀ ସମୟରେ ତାପମାତ୍ରା ୨ରୁ...

ମା’ ସୁରେଶ୍ଵରୀଙ୍କ ଐତିହାସିକ ଘାଟ ଯାତ୍ରାରେ ଜନସମାଗମ, ବଳି ଦେଲେ ମାନସିକ ପୂରଣ ହୋଇଥିବା ବ୍ୟକ୍ତି

ରିଷିଡା ୨୯/୧୨(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ତେରେସିଂହା କେଉଁଟ କୈବର୍ତ୍ତ ଆଞ୍ଚଳିକ ସମାଜ ତରଫରୁ ତେରେସିଂହା ଆମପାଲି ନଦୀ ଘାଟ ଠାରେ ଐତିହାସିକ...

ମୋଦିଙ୍କୁ ପ୍ରଶଂସା କରି ଫସିଲେ ଦିଗବିଜୟ: କଂଗ୍ରେସରେ ହଲଚଲ

ନୂଆଦିଲ୍ଲୀ,୨୯।୧୨: କଂଗ୍ରେସ କାର୍ଯ୍ୟକାରିଣୀ ବୈଠକ ପୂର୍ବରୁ ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂହ ଭାଜପା ଏବଂ ଆରଏସଏସର ସାଂଗଠନିକ ଶକ୍ତିକୁ ପ୍ରଶଂସା କରି ଦଳ ପାଇଁ...

ଅତୀତର ସ୍ମୃତିକୁ ମନେ ପକାଇଲେ ପୁରାତନ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ରାଧାଶ୍ୟାମ ଉଚ୍ଚ ବିଦ୍ୟାଳୟ ଏବଂ ରାଧାଦାମୋଦର ବାଳିକା ଉଚ୍ଚ ବିଦ୍ୟାଳୟ ୧୯୯୧ ମାଟ୍ରିକ...

ଆରାବଳି ମାମଲା: ରାୟ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ

ନୂଆଦିଲ୍ଲୀ,୨୯ା୧୨: ଆରାବଳି ମାମଲା ରାୟ ଉପରେ ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଛନ୍ତି। ନଭେମ୍ବର ୨୦ ରାୟ ଉପରେ ଏହି ରହିତାଦେଶ ଦେଇଛନ୍ତି ମାନ୍ୟବର କୋର୍ଟ। ପରିବେଶବିତ୍‌ଙ୍କୁ...

ନର୍ସିଂହୋମରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୧୬ ଜଣ ବୃଦ୍ଧାବୃଦ୍ଧ

ନୂଆଦିଲ୍ଲୀ,୨୯।୧୨: ଇଣ୍ଡୋନେସିଆର ଏକ ନର୍ସିଂହୋମରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି, ଯେଉଁଥିରେ ୧୬ ଜଣଙ୍କର ମୃତ୍ୟୁ ହୋଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଖବରପାଇ...

ବିମାନବନ୍ଦରରେ ୨ଯୁବକଙ୍କୁ ବାଂଲାଦେଶୀ କହି ମାଡ଼ିବସିଲେ, ପରେ…

ଭୁବନେଶ୍ୱର,୨୯।୧୨: ବାଂଲାଦେଶୀ ଭାଭିଲେ ଆଉ ମାଡ଼ିବସିଲେ। ଆମ ହିନ୍ଦୁ ମାନଙ୍କୁ ବାଂଲାଦେଶରେ ଅମାନୁଷିକ ଭାବେ ହତ୍ୟା କରୁଛ କହି ଦୁଇ ଯୁବକଙ୍କୁ ବାଂଲାଦେଶୀ ସନ୍ଦେହରେ ଭୁବନେଶ୍ୱର...

ଆକ୍ସନ ମୋଡରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ବାଲି ବୋଝେଇ ଟ୍ରାକ୍ଟର ଧରି ପୋଲିସକୁ ଜିମା ଦେଲେ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ରାଜ୍ୟ ଖଣି, ଇସ୍ପାତ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri