ସରକାରୀ କାର୍ଯ୍ୟରେ ଅବହେଳା: ୩ ସହକାରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ୍‌

ଛତ୍ରପୁର,୧୨ା୮(ଡି.ଏନ୍‌.ଏ.): ସରକାରୀ କାର୍ଯ୍ୟରେ ଅବହେଳା ଓ ଅନିୟମିତତା ନେଇ ୩ ଜଣ ସହକାରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ୍‌ ଜାରି ହୋଇଛି। ସେମାନେ ହେଲେ ଗଞ୍ଜାମ ଜିଲା ଖଲିକୋଟ ବ୍ଲକ ଅଧୀନ ଝରାପଲ୍ଲୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ସ୍କୁଲର ସହକାରୀ ଶିକ୍ଷକ ମଧୁଚରଣ ସେଠୀ, କୈରାସୀ ନୋଡାଲ ୟୁପି ସ୍କୁଲର ସହକାରୀ ଶିକ୍ଷକ କ୍ଷୀତିଶ ଦାଶ ଓ କୋମଣ୍ଡ ଉଚ୍ଚ ପ୍ରାଥମିକ ସ୍କୁଲର ସହକାରୀ ଶିକ୍ଷକ କିଶୋର ଚନ୍ଦ୍ର ଘାସି। ଏମାନଙ୍କୁ ଛତ୍ରପୁର ତଥା ଖଲିକୋଟ ବ୍ଲକ ଶିକ୍ଷାଧିକାରୀ (ବିଇଓ) ଅବିନାଶ ଶତପଥୀ( ଚିଠି ନମ୍ବର ୧୭୯୧,୧୭୯୫ ଓ ୧୭୯୯)ରେ ଏହି କାରଣଦର୍ଶାଅ ନୋଟିସ୍‌ ଜାରି କରିଛନ୍ତି। ୭ ଦିନ ମଧ୍ୟରେ ଉକ୍ତ ନୋଟିସ୍‌ର ଉତ୍ତର ଦେବାକୁ କୁହାଯାଇଛି। ଏଥିରେ ଖିଲାପ କଲେ ଏମାନଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଉକ୍ତ ନୋଟିସ୍‌ରେ ସତର୍କ କରାଇ ଦିଆଯାଇଛି। ଏଥିସହ ଏମାନଙ୍କ ସର୍ଭିସ ବୁକ୍‌ ମଧ୍ୟ ପ୍ରଭାବିତ ହେବ ବୋଲି କୁହାଯାଇଛି।

ଉକ୍ତ ଶିକ୍ଷକମାନେ ଅନ୍ୟ ଶିକ୍ଷକମାନଙ୍କୁ ପ୍ରରୋଚିତ କରିବା ସହ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ସୂଚନା ନ ଦେଇ ଅନଶନ କରାଇବା, ସରକାରୀ କାର୍ଯ୍ୟରେ ଅବହେଳା, ଅନିୟମିତତା, ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଅମାନ୍ୟ କରିବା, କୋଭିଡ୍‌ ପ୍ରୋଟୋକଲ ନ ମାନି ସମୂହ ଶିକ୍ଷକ ଏକାଠି ହୋଇ ବୈଠକ କରିବା ଏବଂ ବ୍ଲକ ଶିକ୍ଷାଧିକାରୀଙ୍କ ଅଫିସକୁ ଅଯଥାରେ ଆସି ଅନ୍ୟ କର୍ମଚାରୀମାନଙ୍କ ଦୈନନ୍ଦିନ କାର୍ଯ୍ୟରେ ବାଧା ସୃଷ୍ଟି କରିଥିବା ଦର୍ଶାଇ ବିଇଓ ଏହି କାରଣ ଦର୍ଶାଅ ନୋଟିସ୍‌ ଜାରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri