୩ ପୁଅ ଓ ବାପାଙ୍କୁ କୋର୍ଟ ଚାଲାଣ

ଅମରପାଲି,୧୬।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ କମିରା ପଞ୍ଚାୟତର ଆମ୍ବଶରଭଟା ଗ୍ରାମରେ ଗୁରୁବାର ଦିନ ଚାଷ ଜମିରେ ପାଣି ମଡାଇବାକୁ ନେଇ ହତ୍ୟାକାଣ୍ଡ ଘଟିଥିଲା। ଏହି ଘଟଣାରେ ୪ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ ଆମ୍ବଶରଭଟା ଗ୍ରାମର କୁଞ୍ଜବିହାରୀ ସାହୁ(୬୦) ଏବଂ ତାଙ୍କର ତିନି ପୁଅ ରଞ୍ଜିତ(୩୫), ରଞ୍ଜନ(୩୦) ଓ ରାଜେନ୍ଦ୍ର (୩୭)। ସେମାନଙ୍କୁ କୋର୍ଟ ଚାଲାଣ କରାଯାଇଛି। ସୂଚନାଯୋଗ୍ୟ, ଅଭିଯୁକ୍ତମାନେ ଆମ୍ବଶରଭଟା ଗ୍ରାମର ମଝି ଦାଣ୍ଡରେ ସଂଘବଦ୍ଧ ଭାବେ ଗ୍ରାମର ବାସୁଦେବ ସାହୁ(ବଙ୍କା) ଓ ତାଙ୍କ ପୁଅ ସୁରେନ୍ଦ୍ର ସାହୁଙ୍କୁ ଆକ୍ରମଣ କରିଥିଲେ। ଫାର୍ସ ଚୋଟରେ ବାସୁଦେବଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ସୁରେନ୍ଦ୍ର ଗୁରୁତର ହୋଇ ବୁର୍ଲା ବଡ଼ ଡ଼ାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଏହାକୁ ନେଇ ବାସୁଦେବଙ୍କ ବଡ଼ ପୁଅ ମହର୍ଗୁଙ୍କ ଅଭିଯୋଗ ଆଧାରରେ ସୁବଳୟା ଥାନାରେ ଏକ ମାମଲା (ନଂ ୧୫୨/୨୩) ରୁଜୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବରରେ କଲବଲ କରୁଛି ତାତି, ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା

ଭୁବନେଶ୍ବର,୬।୧୦: ପୁରୀ ସହରରେ ଗତ ସୋମବାର ଦିନ ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହୋଇଛି । ଅକ୍ଟୋବର ୫ ତାରିଖରେ ପୁରୀ ସହର ତାପମାତ୍ରା ୩୬.୬°C…

ବିଦାୟ ନେଲେ ଅଜିତ ଅଗରକର, ପରବର୍ତ୍ତୀ ମୁଖ୍ୟ ଚୟନକର୍ତ୍ତା କିଏ ହେବେ? ରେସ୍‌ରେ ଅଛନ୍ତି ଏମାନେ..

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟେରେ ବଡ଼ ଧରଣର ପରିବର୍ତ୍ତନ ହେବାକୁ ଯାଉଛି। ବିସିସିଆଇ (BCCI)ର ବରିଷ୍ଠ ଚୟନ କମିଟିର ମୁଖ୍ୟ ଅଜିତ ଅଗରକରଙ୍କ କାର୍ଯ୍ୟକାଳ ଅକ୍ଟୋବର ୪ ରେ…

ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍‌

ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ…

କଣ୍ଟେନର ଖୋଲିଲା, ବାହାରିଲା ୨୦ କୁଇଣ୍ଟାଲ ଗୋମାଂସ”

ଖୋର୍ଦ୍ଧା, ୬ା୧୦ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ତୋଟାପଡ଼ା-ଜରିପୁଟ ରାସ୍ତା ନିକଟସ୍ଥ ଜଙ୍ଗଲରେ ଚଢ଼ଉ କରି ପୁଲିସ ଏକ କଣ୍ଟେନରରୁ ପ୍ରାୟ ୨୦ କୁଇଣ୍ଟାଲ…

ଭାରତୀୟ କ୍ରୁ ଥିବା ଜାହାଜ ଉପରେ ଆକ୍ରମଣ; ୨ ବିଦେଶୀ ନାଗରିକଙ୍କ ମୃତ୍ୟୁ

ନୂଆଦିଲ୍ଲୀ/ବୁଚାରେଷ୍ଟ,୬।୧୦: କଳା ସାଗର (Black Sea) ରେ ରୋମାନିଆ ନିକଟରେ ଭାରତୀୟ କର୍ମଚାରୀ ଥିବା ଏକ ବାଣିଜ୍ୟିକ ଜାହାଜ ଉପରେ ହୋଇଥିବା ଆକ୍ରମଣରେ ଦୁଇଜଣ ବିଦେଶୀ ନାଗରିକଙ୍କ…

କମିଲା ସୁନା-ରୁପା ମୂଲ୍ୟ; କିଣିନିଅନ୍ତୁ ମନ ପସନ୍ଦର ଗହଣା, ଜାଣନ୍ତୁ ଦୀପାବଳି ସୁଦ୍ଧା ଦର କେତେ ରହିବ

ନୂଆଦିଲ୍ଲୀ,୬।୧୦: ଗତକାଲି, ଅର୍ଥାତ ସୋମବାର ସୁନା ଓ ରୁପା ଦରରେ ଉତ୍ଥାନ-ପତନ ଦେଖିବାକୁ ମିଳିଥିଲା। ଆଜି, ଅକ୍ଟୋବର ୬ରେ MCX ରେ ଉଭୟ ଧାତୁର ମୂଲ୍ୟ ହ୍ରାସ…

ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ: ଚର୍ଚ୍ଚାରେ ସମ୍ବିତ ପାତ୍ରଙ୍କ ମନ୍ତବ୍ୟ

ନୂଆଦିଲ୍ଲୀ,୧୦।୬: ନିର୍ବାଚନ କମିଶନଙ୍କୁ ନେଇ ବିରୋଧୀ ଦଳଗୁଡ଼ିକର ଆକ୍ରମଣ ମଧ୍ୟରେ ପାଲଟା ଜବାବ ଦେଇଛି ଭାଜପା। ଭାଜପା ଏମ୍‌ପି ସମ୍ବିତ ପାତ୍ର ବିରୋଧୀ ଦଳଗୁଡ଼ିକ ଉପରେ ତୀବ୍ର…

ହଠାତ ଏମିତି ଏକ ନିଷ୍ପତ୍ତି ନେଇ ସମସ୍ତଙ୍କୁ ଚମକାଇ ଦେଲେ ଏହି କ୍ରିକେଟର, ଏକ ଭାବପ୍ରବଣ ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ କହିଲେ…

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟକ ପଦରୁ ସମସ୍ତ ଫର୍ମାଟରେ ଓହରିଯିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ଏକ ଭାବପୂର୍ଣ୍ଣ ପୋଷ୍ଟ ମାଧ୍ୟମରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?