ହାଇକୋର୍ଟରେ ରାଜ୍ୟର ୩ ଡଙ୍ଗାବୁଡ଼ି ମାମଲା: ଏକତ୍ର ଶୁଣାଣି ପାଇଁ ନିର୍ଦ୍ଦେଶ

କଟକ ଅଫିସ,୧୪ା୨:ହାଇକୋର୍ଟରେ ବିଚାରାଧୀନ ଥିବା ଓଡ଼ିଶାରେ ସଂଘଟିତ ୩ଟି ଡଙ୍ଗାବୁଡ଼ି ମାମଲାର ଏକତ୍ର ଶୁଣାଣି ପାଇଁ ହାଇକୋର୍ଟ ସୋମବାର ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ବିଚାରପତି ଡ. ଏସ୍‌. ମୁରଲୀଧର ଏବଂ ବିଚାରପତି ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଖଣ୍ଡପୀଠ ଏ ସଂକ୍ରାନ୍ତ ଗୋଟିଏ ମାମଲାର ଶୁଣାଣି କରି ପରବର୍ତ୍ତୀ ଶୁଣାଣି ପାଇଁ ଫେବୃୟାରୀ ୨୧ ତାରିଖକୁ ଧାର୍ଯ୍ୟ କରିଛନ୍ତି।
ପ୍ରକାଶ ଯେ, କୋରାପୁଟ ଜିଲା କୋଲାବ ନଦୀର ଶାଖା ପାତାଳି ନଦୀରେ ୨୦୧୪ ମେ ୨୪ରେ ଏକ ଡଙ୍ଗାବୁଡ଼ି ଘଟଣାରେ ୬ଜଣଙ୍କ ମୃତ୍ୟୁ ହୋଇଥିଲା। କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅନ୍ତର୍ଗତ ଚିତଳପଡ଼ା ଗ୍ରାମର କେତେଜଣ ଲୋକ ନଦୀ ପାର ହୋଇ ଆନ୍ଧ୍ରପ୍ରଦେଶର ଏକ ହାଟକୁ ଯାଇଥିଲେ। ହାଟ ସାରି ସେମାନେ ଡଙ୍ଗାରେ ଘରକୁ ଫେରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା। ଆଇନଜୀବୀ ପ୍ରବୀର ଦାସ ଏନେଇ ହାଇକୋର୍ଟରେ ଏକ ମାମଲା ରୁଜୁ କରିଥିଲେ। ଡଙ୍ଗାରେ ଯାତ୍ରା କରୁଥିବା ଯାତ୍ରୀଙ୍କ ନିରାପତ୍ତା ପାଇଁ ଡଙ୍ଗାର ପଞ୍ଜୀକରଣ, ଜୀବନ ରକ୍ଷାକାରୀ ସରଞ୍ଜାମ ମହଜୁଦ ଆଦି ବ୍ୟବସ୍ଥା ଗ୍ରହଣ କରାଯିବା ସହ ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏ କ୍ଷତିପୂରଣ ରାଶି ଦେବା ନିମନ୍ତେ ଆବେଦନରେ ଦର୍ଶାଯାଇଥିଲା।
ସେହିପରି ୨୦୧୪ ଫେବୃୟାରୀରେ ଆଉ ଏକ ଡଙ୍ଗାବୁଡ଼ି ଦୁର୍ଘଟଣା ହୀରାକୁଦରେ ହୋଇଥିଲା। ଏଥିରେ ୩୧ ଜଣଙ୍କ ଜୀବନ ଯାଇଥିଲା। ଏହି ଘଟଣାରେ ହାଇକୋର୍ଟ ନିଜ ଆଡ଼ୁ ଏକ ମାମଲା ରୁଜୁ କରି ରାଜ୍ୟ ସରକାରଙ୍କୁ ପକ୍ଷଭୁକ୍ତ କରିଥିଲେ। ଏହି ଦୁଇଟି ମାମଲାର ଏକତ୍ର ଶୁଣାଣି ଚାଲିଥିବାବେଳେ ରାଜ୍ୟର ଅନ୍ୟ ଏକ ସ୍ଥାନରେ ୨୦୧୩ରେ ଘଟିଥିବା ଆଉ ଏକ ଡଙ୍ଗାବୁଡ଼ି ମାମଲାର ଶୁଣାଣି ପୃଥକ ଭାବେ ହେଉଥିଲା। ୨୦୧୩ ମାମଲାର ଶୁଣାଣି ଆଗାମୀ ୨୧ ତାରିଖରେ ହେବାର ଥିଲା। ତେବେ ଆବେଦନକାରୀ ପ୍ରବୀର ଦାସ ଏହି ୩ଟି ଯାକ ମାମଲାକୁ ଏକତ୍ର ଶୁଣାଣି କରିବା ନିମନ୍ତେ ହାଇକୋର୍ଟଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ହାଇକୋର୍ଟ ଏହି ଆବେଦନକୁ ଗ୍ରହଣ କରିବା ସହ ଏକତ୍ର ଶୁଣାଣି ପାଇଁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri