ହାଇକୋର୍ଟରେ ରାଜ୍ୟର ୩ ଡଙ୍ଗାବୁଡ଼ି ମାମଲା: ଏକତ୍ର ଶୁଣାଣି ପାଇଁ ନିର୍ଦ୍ଦେଶ

କଟକ ଅଫିସ,୧୪ା୨:ହାଇକୋର୍ଟରେ ବିଚାରାଧୀନ ଥିବା ଓଡ଼ିଶାରେ ସଂଘଟିତ ୩ଟି ଡଙ୍ଗାବୁଡ଼ି ମାମଲାର ଏକତ୍ର ଶୁଣାଣି ପାଇଁ ହାଇକୋର୍ଟ ସୋମବାର ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ବିଚାରପତି ଡ. ଏସ୍‌. ମୁରଲୀଧର ଏବଂ ବିଚାରପତି ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଖଣ୍ଡପୀଠ ଏ ସଂକ୍ରାନ୍ତ ଗୋଟିଏ ମାମଲାର ଶୁଣାଣି କରି ପରବର୍ତ୍ତୀ ଶୁଣାଣି ପାଇଁ ଫେବୃୟାରୀ ୨୧ ତାରିଖକୁ ଧାର୍ଯ୍ୟ କରିଛନ୍ତି।
ପ୍ରକାଶ ଯେ, କୋରାପୁଟ ଜିଲା କୋଲାବ ନଦୀର ଶାଖା ପାତାଳି ନଦୀରେ ୨୦୧୪ ମେ ୨୪ରେ ଏକ ଡଙ୍ଗାବୁଡ଼ି ଘଟଣାରେ ୬ଜଣଙ୍କ ମୃତ୍ୟୁ ହୋଇଥିଲା। କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅନ୍ତର୍ଗତ ଚିତଳପଡ଼ା ଗ୍ରାମର କେତେଜଣ ଲୋକ ନଦୀ ପାର ହୋଇ ଆନ୍ଧ୍ରପ୍ରଦେଶର ଏକ ହାଟକୁ ଯାଇଥିଲେ। ହାଟ ସାରି ସେମାନେ ଡଙ୍ଗାରେ ଘରକୁ ଫେରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା। ଆଇନଜୀବୀ ପ୍ରବୀର ଦାସ ଏନେଇ ହାଇକୋର୍ଟରେ ଏକ ମାମଲା ରୁଜୁ କରିଥିଲେ। ଡଙ୍ଗାରେ ଯାତ୍ରା କରୁଥିବା ଯାତ୍ରୀଙ୍କ ନିରାପତ୍ତା ପାଇଁ ଡଙ୍ଗାର ପଞ୍ଜୀକରଣ, ଜୀବନ ରକ୍ଷାକାରୀ ସରଞ୍ଜାମ ମହଜୁଦ ଆଦି ବ୍ୟବସ୍ଥା ଗ୍ରହଣ କରାଯିବା ସହ ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏ କ୍ଷତିପୂରଣ ରାଶି ଦେବା ନିମନ୍ତେ ଆବେଦନରେ ଦର୍ଶାଯାଇଥିଲା।
ସେହିପରି ୨୦୧୪ ଫେବୃୟାରୀରେ ଆଉ ଏକ ଡଙ୍ଗାବୁଡ଼ି ଦୁର୍ଘଟଣା ହୀରାକୁଦରେ ହୋଇଥିଲା। ଏଥିରେ ୩୧ ଜଣଙ୍କ ଜୀବନ ଯାଇଥିଲା। ଏହି ଘଟଣାରେ ହାଇକୋର୍ଟ ନିଜ ଆଡ଼ୁ ଏକ ମାମଲା ରୁଜୁ କରି ରାଜ୍ୟ ସରକାରଙ୍କୁ ପକ୍ଷଭୁକ୍ତ କରିଥିଲେ। ଏହି ଦୁଇଟି ମାମଲାର ଏକତ୍ର ଶୁଣାଣି ଚାଲିଥିବାବେଳେ ରାଜ୍ୟର ଅନ୍ୟ ଏକ ସ୍ଥାନରେ ୨୦୧୩ରେ ଘଟିଥିବା ଆଉ ଏକ ଡଙ୍ଗାବୁଡ଼ି ମାମଲାର ଶୁଣାଣି ପୃଥକ ଭାବେ ହେଉଥିଲା। ୨୦୧୩ ମାମଲାର ଶୁଣାଣି ଆଗାମୀ ୨୧ ତାରିଖରେ ହେବାର ଥିଲା। ତେବେ ଆବେଦନକାରୀ ପ୍ରବୀର ଦାସ ଏହି ୩ଟି ଯାକ ମାମଲାକୁ ଏକତ୍ର ଶୁଣାଣି କରିବା ନିମନ୍ତେ ହାଇକୋର୍ଟଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ହାଇକୋର୍ଟ ଏହି ଆବେଦନକୁ ଗ୍ରହଣ କରିବା ସହ ଏକତ୍ର ଶୁଣାଣି ପାଇଁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri