୩ ପ୍ରତିମୂର୍ତ୍ତି ଅନାବରଣ

ଢେଙ୍କାନାଳ ଅଫିସ, ୩।୧୦: ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଉପଲକ୍ଷେ ଢେଙ୍କାନାଳ ମୁଖ୍ୟ ଷ୍ଟାଡିୟମ୍‌ ପରିସରରେ ରବିବାର ଓଡ଼ିଶାର ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ, ସୁସାହିତି୍ୟକା ନନ୍ଦିନୀ ଶତପଥୀଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇଯାଇଛି। ସେହିପରି ଉପଜିଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍‌ବାହାଦୁର ଶାସ୍ତ୍ରୀ ଏବଂ ଜିଲା କାର୍ଯ୍ୟାଳୟ ପରିସରରେ ଗୌତମ ବୁଦ୍ଧଙ୍କ ପ୍ରତିମୂର୍ତ୍ତି ମଧ୍ୟ ଅନାବରଣ ହୋଇଛି। ଏମ୍‌ପି ମହେଶ ସାହୁ, ବିଧାୟକ ସୁଧୀର କୁମାର ସାମଲ, ଜିଲା ପରିଷଦ ସଭାନେତ୍ରୀ ଅର୍ଚ୍ଚନା ପୁହାଣ, ପୌରାଧ୍ୟକ୍ଷା ଜୟନ୍ତୀ ପାତ୍ର, ଜିଲାପାଳ ସରୋଜ କୁମାର ସେଠୀ, ପୌର ନିର୍ବାହୀ ଅଧିକାରୀ ଅତନୁ ସାମନ୍ତ, କାଉନ୍‌ସିଲର ସନ୍ଦୀପ କୁମାର ଷଡ଼ଙ୍ଗୀ ପ୍ରମୁଖ ବହୁ ବୁଦ୍ଧିଜୀବୀ ଉପସ୍ଥିତ ଥିଲେ। ‘ନନ୍ଦିନୀ ଦେବୀ ଅମର ରହେ’ ଧ୍ୱନିରେ ପରିବେଶ ପ୍ରକମ୍ପିତ ହୋଇଉଠିଥିଲା।
ଏହି ଉପଲକ୍ଷେ ସକାଳ ୭ଟାରେ ବସ୍‌ଷ୍ଟାଣ୍ଡ ଗାନ୍ଧୀ ପାର୍କସ୍ଥିତ ବାପୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା। ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ସ୍ମୃତିଚାରଣ ସହ ସର୍ବଧର୍ମ ପ୍ରାର୍ଥନା ଆୟୋଜିତ ହୋଇଥିଲା। ଢେଙ୍କାନାଳ ପୌରସଂସ୍ଥା ପକ୍ଷରୁ ଜିଲା ପ୍ରଶାସନର ସହାୟତାରେ ପ୍ରତିମୂର୍ତ୍ତିଗୁଡ଼ିକ ସ୍ଥାପନ କରାଯାଇଛି। ସହରକୁ ସରସ ସୁନ୍ଦର କରିବା ପାଇଁ ଜିଲାପାଳ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି। ସୂଚନାଯୋଗ୍ୟ, ସହରରେ ନନ୍ଦିନୀ ଦେବୀଙ୍କ ଏକ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ସ୍ଥାପନ କରିବାକୁ ଦୀର୍ଘଦିନରୁ ଦାବି ହୋଇ ଆସୁଥିଲା। ଜିଲା ପ୍ରଶାସନର ଉଦ୍ୟମରେ ସହରବାସୀଙ୍କ ଆଶା ପୂରଣ ହୋଇଥିବାରୁ ଏହାକୁ ସବୁ ମହଲରେ ପ୍ରଶଂସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

‘ଧରିତ୍ରୀ’ ବିରୋଧରେ ଅଭିଯୋଗ ଭିତ୍ତିହୀନ, ମାମଲା ଖାରଜ କଲେ କୋର୍ଟ

ପୁରୀ/ଗୋପ,୩୦ା୩( ଅଜିତ ମହାନ୍ତି/ ଭାରତୀ ଭୂଷଣ ଉପାଧ୍ୟାୟ): ଜାଲ ସାର୍ଟିଫିକେଟ ରାକେଟ ସମ୍ପର୍କିତ ଖବର ପ୍ରକାଶନ ବିରୋଧରେ ଧରିତ୍ରୀ ଏବଂ ଏହାର ଖବରଦାତାଙ୍କ ବିରୋଧରେ ହୋଇଥିବା ଏକ…

ଫୁଲ ତୋଳିବା ହେଲା କାଳ, କୂଅରେ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ବାହିରିପଡ଼ା ଜମି ଭିତରେ ଥିବା ଏକ ପରିତ୍ୟକ୍ତ କୂଅରେ ପଡ଼ି ଜଣେ ବୃଦ୍ଧା ମହିଳାଙ୍କ…

ଦ୍ରୁତଗାମୀ ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ଅଟୋ, ଚାଲିଗଲା ମହିଳାଙ୍କ ଜୀବନ

ସମ୍ବଲପୁର,୩୦ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ ୫୫ ନମ୍ବର ଜାତୀୟ ରାଜପଥର ଫୁଲଝରଣ ନିକଟରେ ସୋମବାର ସକାଳୁ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଗ୍ୟାସ୍‌ ପାଇଁ ପୁଣି ରାସ୍ତାକୁ ଓହ୍ଲାଇଲେ ଉପଭୋକ୍ତା, କଳାବଜାର ଆଶଙ୍କା କରି…

କେନ୍ଦୁଝର,୩୦ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ରୋଷେଇ ଗ୍ୟାସ ବିତରଣ ସମସ୍ୟା ପ୍ରତିବାଦରେ ସୋମବାର ଗ୍ୟାସ୍‌ ଆଣିବାକୁ ଯାଇଥିବା ଉପଭାକ୍ତା ସିଲିଣ୍ଡର ଧରି ପ୍ରତିବାଦ କରିବା ସହ କେନ୍ଦୁଝର-ଶଙ୍କରପୁର-ବେଲଦା ରାସ୍ତା…

ଉପଜିଲାପାଳଙ୍କ ଅଫିସ ନିକଟରେ ଅଗ୍ନିକାଣ୍ଡ, ୩ ଦୋକାନ ଛାରଖାର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସାଗରପଡ଼ା ଉପଜିଲାପାଳଙ୍କ ଅଫିସ ନିକଟ ଛକରେ ସୋମବାର ଅଗ୍ନିକାଣ୍ଡ ଘଟି ତିନି ଦୋକାନ ଛାରଖାର ହୋଇଯାଇଛି। ଗୋଟିଏ ଟାୟାର ଦୋକାନ ଓ…

ଭଞ୍ଜନଗର କେଭି ପାଇଁ ୭ ପିଜିଟି ଶିକ୍ଷକ ଅନୁମୋଦନ, + ୨ ଖୋଲିବା ନେଇ ଅଧ୍ୟକ୍ଷ…

ଭଞ୍ଜନଗର,୩୦ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଆଜକୁ ୧୬ ବର୍ଷ ହେବ ସ୍ଥାନୀୟ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଅବ୍ୟବହୃତ ହଷ୍ଟେଲ କୋଠାରେ…

ଧାନ ସଂଗ୍ରହ କଣ୍ଟକୁ ଦିନେ, ଜିଦିରେ ଅଟଳ ଚାଷୀ

ବାହାନଗା/ତିହିଡ଼ି/ ଭଣ୍ଡାରିପୋଖରୀ, ୩୦ା୩ (ଅରୂପ କୁମାର ଦାସ/ସଞ୍ଜିତ ବଳ/ ରାଜେନ୍ଦ୍ର ଶତପଥୀ ): ବାଲେଶ୍ୱର ଜିଲା ବାହାନଗା ବ୍ଲକ୍‌ ଖନ୍ତାପଡ଼ାଠାରେ ଚାଷୀ ଅସନ୍ତୋଷ ଦେଖିବାକୁ ମିଳିଛି। ଟୋକନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri