ସ୍କୁଲରେ ବିସ୍ଫୋରଣ: ୩ ଛାତ୍ର ଗୁରୁତର

ଫୁଲବାଣୀ ଅଫିସ,୧ା୨: କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକ ଋତୁଙ୍ଗିଆ ପଞ୍ଚାୟତରେ ଥିବା ଏକ ସ୍କୁଲରେ ବୁଧବାର ଅଘଟଣ ଘଟିଛି। ଜଣେ ଛାତ୍ର ଆଣିଥିବା ବିସ୍ଫୋରକ ବିସ୍ଫୋରଣ ହେବାରୁ ୩ ଛାତ୍ର ଗୁରୁତର ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ସଂକଟାପନ୍ନ ଅବସ୍ଥାରେ ବ୍ରହ୍ମପୁର ମେଡିକାଲରେ ଭର୍ତ୍ତି କରାଯାଇଛି। ପୋଲିସ ଘଟଣାର ତଦନ୍ତ ଚଳାଇଥିବା ବେଳେ ସ୍କୁଲ କର୍ତ୍ତୃପକ୍ଷ ଏ ବିଷୟରେ ମୁହଁ ଖୋଲୁ ନାହାନ୍ତି।

ମିଳିଥିବା ସୂଚନାନୁସାରେ, ଉକ୍ତ ସ୍କୁଲର ହଷ୍ଟେଲରେ ରହି ଜଣେ ପିଲା ୭ମ ଶ୍ରେଣୀରେ ପଢୁଥିଲେ। ସକାଳେ ସ୍କୁଲକୁ ପିଲାମାନେ ଯାଇଥିଲେ। ଖାଇବା ଛୁଟି ସମୟରେ ସେହି ୭ମ ଶ୍ରେଣୀ ପିଲା ଜଣକ କେଉଁଠୁ ଗୋଟେ ବିସ୍ଫୋରକ ଆଣି ସାଥି ପିଲାମାନଙ୍କୁ ଦେଖାଇଥିଲେ। ହଠାତ୍‌ ଏହା ବିସ୍ଫୋରଣ ହେବାରୁ ଛାତ୍ରଙ୍କ ସମେତ ଆଉ ଦୁଇ ଜଣ ଗୁରୁତର ହୋଇ ପଡ଼ିଥିଲେ। ସଙ୍ଗେ ସଙ୍ଗେ ସେମାନଙ୍କୁ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟ ଏବଂ ପରେ ବ୍ରହ୍ମପୁର ମେଡିକାଲକୁ ରେଫର କରାଯାଇଥିଲା। ଦୁଇ ଜଣଙ୍କ ଅବସ୍ଥା ସଂକଟାପନ୍ନ ରହିଛି। ହଷ୍ଟେଲରେ ରହୁଥିବା ଛାତ୍ର ଜଣକ ବିସ୍ଫୋରକ କେଉଁଠୁ ଆଣିଲେ ବା କେଉଁଠୁ ପାଇଲେ ତାହା ଜଣାପଡ଼ିନାହିଁ। ଘଟଣାକୁ ନେଇ ଅଭିଭାବକଙ୍କ ମହଲରେ ଉତ୍ତେଜନା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଲୁପ୍ତି ପଥେ ନୀଳରକ୍ତ କଙ୍କଡ଼ା

ମାନବ ଜାତି ପାଇଁ ପରମ ଉପକାରୀ ବନ୍ଧୁ ହେଉଛି ବିରଳ ନୀଳରକ୍ତ କଙ୍କଡ଼ା। ତା’ର ନୀଳରକ୍ତର କଣିକାରେ ଭରି ରହିଛି ଅମୂଲ୍ୟ ଔଷଧୀୟ ଗୁଣ। ବାଲେଶ୍ୱର...

ଚନ୍ଦାହାଣ୍ଡି ଧରିତ୍ରୀ ଖବରଦାତା ଦିଲୀପ ଦାସଙ୍କ ପରଲୋକ

ନବରଙ୍ଗପୁର,୧୧।୧୨(ସଦାଶିବ ପ୍ରହରାଜ):ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ୍‌ ଧରିତ୍ରୀ ଖବରଦାତା ଦିଲୀପ ଦାସ (୫୪)ଙ୍କ ବୁଧବାର ସକାଳ ୯ଟାରେ ପରଲୋକ ଘଟିଛି। ସେ ୨୦୦୯ରୁ ଧରିତ୍ରୀ ଖବରଦାତାଭାବେ...

ସମୟ ଧାରାରେ ଚକ୍ରବୃଦ୍ଧି ସୁଧ

ଚକ୍ରବୃଦ୍ଧି ସୁଧ (କମ୍ପାଉଣ୍ଡ ଇଣ୍ଟରେଷ୍ଟ)ର ଧାରଣା ମାନବ ଇତିହାସରେ ସବୁଠୁ ଶକ୍ତିଶାଳୀ ତଥା ବିପଜ୍ଜନକ ଆବିଷ୍କାର। ଏହି ଶବ୍ଦ ସଂସ୍କୃତ ଶବ୍ଦକୋଷ ଓ ବୈଧ-ଅର୍ଥନୈତିକ ସାହିତ୍ୟରେ...

ଓଏଏସ୍‌ସ୍ତରରେ ବଡ଼ ଧରଣର ଅଦଳବଦଳ, ୨୩ ଓଏଏସ୍‌ଙ୍କୁ…

ଭୁବନେଶ୍ୱର,୧୧ା୧୨ (ରବିନାରାୟଣ ଜେନା): ରାଜସ୍ୱ ବିଭାଗ ପକ୍ଷରୁ ବୁଧବାର ୨୩ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀଙ୍କ ବଦଳି କରାଯାଇଛି। ବିଭାଗର ବିଜ୍ଞପ୍ତି ଅନୁଯାୟୀ, ମୋ-ସ୍କୁଲ ଅଭିଯାନର...

ଅନ୍ତର୍ଜାତୀୟ ପର୍ବତ ଦିବସ: ହିମବାହର ଆବଶ୍ୟକତାକୁ ଗୁରୁତ୍ୱ

ପ୍ରତିବର୍ଷ ଡିସେମ୍ବର ୧୧ରେ ପାଳିତ ହୋଇଥାଏ ‘ଅନ୍ତର୍ଜାତୀୟ ପର୍ବତ ଦିବସ’। ପର୍ବତର ଗୁରୁତ୍ୱ ବିଷୟରେ ସଚେତନତା ସୃଷ୍ଟି, ପର୍ବତ ବିକାଶରେ ସୁଯୋଗ ଓ ପ୍ରତିବନ୍ଧକକୁ ଉଜାଗର...

କେନ୍ଦ୍ର ଅସହାୟ କି? ଇଣ୍ଡିଗୋ ସଙ୍କଟକୁ ନେଇ ହାଇକୋର୍ଟଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୧୧ା୧୨: ସପ୍ତାହେରୁ ଊର୍ଦ୍ଧ୍ୱ ସମୟ ଧରି ବିମାନସେବାରେ ବିଭ୍ରାଟର ସମ୍ମୁଖୀନ ହୋଇଥିବା ଦେଶର ସର୍ୱବୃହତ୍‌ ଏୟାରଲାଇନ୍‌ ଇଣ୍ଡିଗୋର ବହୁ ଫ୍ଲାଇଟ ଉଡ଼ାଣ ରଦ୍ଦ ହୋଇଯାଇଥିବାବେଳେ ଉକ୍ତ...

‘ପର୍‌ ଡ୍ରପ୍‌ ମୋର୍‌ କ୍ରପ୍‌’ ଖର୍ଚ୍ଚ ବଢ଼ାଅ

ଭୁବନେଶ୍ୱର,୧୧।୧୨(ରବିନାରାୟଣ ଜେନା): କୃଷି ଓ କୃଷକଙ୍କ ହିତକୁ ଦୃଷ୍ଟିରେ ରଖି କେନ୍ଦ୍ର ଏବଂ ରାଜ୍ୟ ସରକାର ବହୁବିଧ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ମାତ୍ର ବାସ୍ତବକ୍ଷେତ୍ରରେ ଅଧିକାରୀଙ୍କ...

ୟୁନେସ୍କୋର ସାଂସ୍କୃତିକ ଐତିହ୍ୟ ତାଲିକାରେ ଦୀପାବଳି

ନୂଆଦିଲ୍ଲୀ, ୧ା୧୨: ୟୁନେସ୍କୋର ଅସ୍ପର୍ଶନୀୟ ସାଂସ୍କୃତିକ ଐତିହ୍ୟ ତାଲିକାରେ ଦୀପାବଳି ସ୍ଥାନ ପାଇଛି। ୟୁନେସ୍କୋ ରିପ୍ରେଜେଣ୍ଟିଭ ଲିଷ୍ଟ୍‌ ଅଫ୍‌ ଦ ଇନ୍‌ଟାଞ୍ଜିବଲ କଲ୍‌ଚ୍ୟୁରାଲ ହେରିଟେଜ୍‌ ଅଫ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri