ଆଜିଠୁ ଯୁକ୍ତ୩ ପାଠପଢ଼ା

ଭୁବନେଶ୍ୱର, ୧୩।୧୦(ବ୍ୟୁରୋ): ରାଜ୍ୟର ସମସ୍ତ ଡିଗ୍ରୀ କଲେଜରେ ଗୁରୁବାରଠାରୁ ଯୁକ୍ତ୩ ପ୍ରଥମ ବର୍ଷ ଛାତ୍ରୀଛାତ୍ରଙ୍କ ପାଠପଢ଼ା ଆରମ୍ଭ ହେବ। ଯେଉଁ ଛାତ୍ରୀଛାତ୍ର ହଷ୍ଟେଲରେ ରହିବା ପାଇଁ ନାମ ଲେଖାଇଛନ୍ତି, ସେମାନଙ୍କ ପାଇଁ ସବୁ ପ୍ରକାର ସୁବିଧା ରଖିବା ପାଇଁ ବିଭାଗ ପକ୍ଷରୁ ସମସ୍ତ ବିଶ୍ୱବିଦ୍ୟାଳୟ ପିଜି କାଉନ୍‌ସିଲ ଚେୟାରମ୍ୟାନ, ସରକାରୀ ଓ ବେସରକାରୀ ମହାବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦିଆଯାଇଛି।

ସେପଟେ ଯୁକ୍ତ୩ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ମଧ୍ୟ ଗୁରୁବାରଠାରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ଯୁକ୍ତ୨ ଭଳି ଉଚ୍ଚଶିକ୍ଷା ବିଭାଗ ଯୁକ୍ତ୩ ବଳକା ସିଟ୍‌ରେ ନାମଲେଖା ଲାଗି ଛାତ୍ରୀଛାତ୍ରଙ୍କୁ ଆଉଥରେ ଆବେଦନ କରିବାକୁ ଏହି ସୁଯୋଗ ଦେଇଛି। ଯେଉଁ ଛାତ୍ରୀଛାତ୍ର ପ୍ରଥମ ପର୍ଯ୍ୟାୟରେ ନାମ ଲେଖାଇଥିଲେ, ମନୋନୀତ ହୋଇ ନାମ ଲେଖାଇ ନ ଥିଲେ, ଆଦୌ ମନୋନୀତ ହୋଇ ନ ଥିବା ଓ ଆବେଦନ କରି ନ ଥିବା ଛାତ୍ରୀଛାତ୍ର ଏଥିପାଇଁ ଆବେଦନ କରିପାରିବେ। ଗୁରୁବାର ପୂର୍ବାହ୍ନ ୧୧ଟାରେ ସାମ୍ସ ପୋର୍ଟାଲରେ ଫର୍ମ ଉପଲବ୍ଧ ହେବ। ୧୯ ତାରିଖ ରାତି ୧୧ଟା ୪୫ ପର୍ଯ୍ୟନ୍ତ ଛାତ୍ରୀଛାତ୍ର ଆବେଦନ କରିପାରିବେ। ୨୭ ତାରିଖ ଅପରାହ୍ନ ୨ଟାରେ ପ୍ରଥମ ମେଧା ତାଲିକା ପ୍ରକାଶ ପାଇବ। ୨୮, ୨୯ ଏବଂ ୩୧ ତାରିଖ ଅପରାହ୍ନ ୫ଟାରେ ଭିତରେ ମନୋନୀତ ଛାତ୍ରୀଛାତ୍ର ନାମ ଲେଖାଇବେ। ନଭେମ୍ବର ୭ ଅପରାହ୍ନ ୨ଟାରେ ଦ୍ୱିତୀୟ ମେଧା ତାଲିକା ପ୍ରକାଶ ପାଇବ। ୯ ରୁ ୧୧ ତାରିଖ ଅପରାହ୍ନ ୫ଟା ମଧ୍ୟରେ ନାମଲେଖା ହେବ।

ରାଜ୍ୟରେ ୧,୦୨୩ ଡିଗ୍ରୀ କଲେଜରେ ମୋଟ ୨,୫୨,୧୬୫ ସିଟ୍‌ ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୧,୬୦,୮୨୭ଜଣ ନାମଲେଖାଇଛନ୍ତି। ଏବେ ୯୧,୩୩୮ ସିଟ୍‌ ବଳକା ପଡ଼ିଛି। କଳାରେ ୪୦,୨୧୩, ଫିଜିକାଲ ସାଇନ୍ସରେ ୨୦,୯୯୯, ବାୟୋଲୋଜିକାଲ ସାଇନ୍ସରେ ୧୦,୯୬୩, ବାଣିଜ୍ୟରେ ୧୩,୭୩୮, ସେଲ୍ଫ ଫାଇନାନ୍ସିଂରେ ୭୦୬ ଏବଂ ସଂସ୍କୃତରେ ୪,୭୧୯ ସିଟ୍‌ ଖାଲି ପଡ଼ିଛି। ଏସବୁ ସିଟ୍‌ରେ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ହେବ। ତେବେ ୬୩ପ୍ରତିଶତରୁ ଅଧିକ ସିଟ୍‌ ପୂରଣ ହୋଇଥିବାରୁ ପାଠପଢ଼ା ଆରମ୍ଭ କରିବାକୁ ବିଭାଗ ପକ୍ଷରୁ ପୂର୍ବରୁ ଘୋଷଣା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…

ଏମ୍‌ପି ସୁଜିତ କୁମାରଙ୍କଠାରୁ ୫୦ ଲକ୍ଷର ଠକେଇ: ପୂର୍ବତନ ମନ୍ତ୍ରୀଙ୍କ ପୁଅ ଗିରଫ

ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ…

ବାରାହା ଫାସରେ ଶାଳୀ-ଭିଣୋଇ: ମୃତ ଶରୀରରକୁ ଉଠାଇ ନେଇ ଗୁମ୍ଫା ଭିତରେ….

ବଲାଙ୍ଗୀର, ୨୮/୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୁଞ୍ଜାଡ଼ିହି ଜଙ୍ଗଲରେ ବାରାହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍ ତାରରେ ଲାଗି ଜଣେ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ବଞ୍ଜାରୀ ଘାଟିରେ ପୁଣି ଓଲଟିଲା ଏଲ୍‌ପିଜି ଗ୍ୟାସ୍‌ ଟ୍ୟାଙ୍କର

ଲାଞ୍ଜିଗଡ଼, ୨୮ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡାକୁ ସଂଯୋଗ କରୁଥିବା ନର୍ଲା ଥାନା ଅନ୍ତର୍ଗତ ୬ ନମ୍ବର ରାଜ୍ୟ ରାଜପଥର କିଡିଙ୍ଗ-ଛତିକୁଡ଼ା ରାସ୍ତାର ବଞ୍ଜାରୀ…

ଅନଲାଇନରେ ଠକେଇ ହେବାମାତ୍ରେ ଶୀଘ୍ର କରନ୍ତୁ ଏପରି: ପାଟପୁର ପୋଲିସ ପକ୍ଷରୁ…

ଦିଗପହଣ୍ଡି,୨୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପକ୍ଷରୁ ଶୁକ୍ରବାର ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ମାଧ୍ୟମିକ ବିଦ୍ୟାଳୟ ପରିସରରେ ସାଇବର କ୍ରାଇମ୍ ରୁ କିଭଳି ସୁରକ୍ଷିତ…

ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନା ବୈଠକରେ ତାତିଲେ ନିର୍ବାଚିତ ସଦସ୍ୟ: କାର୍ଯ୍ୟଶୈଳୀ ନେଇ ଅସନ୍ତୋଷ ବ୍ୟକ୍ତ କଲେ…

ପାଟଣା, ୨୮୮ (ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ବ୍ଲକ୍ ସଭାଗୃହରେ ଶୁକ୍ରବାର ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନାର ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ…

ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନ, ବଲାଙ୍ଗୀରର ୩ ମହିଳା ସ୍ବାବଲମ୍ବୀ ହୋଇଥିବାରୁ…

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ନେଇ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଅଡିଟୋରିୟମରେ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri