ନ୍ୟାୟ ନ ପାଇ ବିଧାନସଭା ମୁହାଁ

ଭୁବନେଶ୍ୱର,୨୯ା୧୧(ବ୍ୟୁରୋ): ଗାଁଠୁ ସହର ସବୁଠି ସତେଯେମିତି ସାଧାରଣ ଲୋକଙ୍କ ପାଇଁ ନ୍ୟାୟ ଅପହଞ୍ଚ ହୋଇଯାଉଛି। ଥାନାରୁ ଲୋକେ ଠିକ୍‌ ଭାବେ ନ୍ୟାୟ ପାଉନାହାନ୍ତି। ପୋଲିସର ତଦନ୍ତ ଠିକ୍‌ ସମୟରେ ଶେଷ ହେଉ ନାହିଁ। ଉପରିସ୍ଥ ଅଧିକାରୀଙ୍କ ଦ୍ୱାରସ୍ଥ ହେଲେ ମଧ୍ୟ କେହି ଶୁଣୁ ନାହାନ୍ତି। ସେପଟେ ପ୍ରମାଣକୁ ଭିତ୍ତି କରି ଚାଲୁଥିବା କୋର୍ଟ କଚେରିରେ ବିଚାର ବ୍ୟବସ୍ଥାରେ ମଧ୍ୟ ବିଳମ୍ବ ହେଉଛି। ଦୀର୍ଘଦିନ ଧରି ନ୍ୟାୟକୁ ଅପେକ୍ଷା କରି ନିରାଶ ହେବା ପରେ ଶେଷରେ ଅନେକ ଲୋକେ ମାନସିକ ଭାରସାମ୍ୟ ହରାଇ ଆତ୍ମହତ୍ୟା ବା ଆତ୍ମାହୁତି ଭଳି ପନ୍ଥାକୁ ଆପଣାଉଛନ୍ତି। ଗତ ୫ଦିନ ମଧ୍ୟରେ ବିଧାନସଭା ସମ୍ମୁଖରେ ୩ ଆତ୍ମାହୁତି ଉଦ୍ୟମ ଘଟଣାରୁ ଏଭଳି ପ୍ରସଙ୍ଗ ଏବେ ରାଜ୍ୟବାସୀଙ୍କ ମନକୁ ଆନ୍ଦୋଳିତ କରୁଛି। ମନରେ ଗୋଟିଏ ପ୍ରଶ୍ନ ଉଙ୍କି ମାରୁଛି ‘ନ୍ୟାୟ କେଉଁଠି’। ରାଜ୍ୟବାସୀଙ୍କୁ ସୁଶାସନ ଦେବା ପାଇଁ ସରକାର ଯୋଜନା ପରେ ଯୋଜନା କରୁଛନ୍ତି। ଏଫରି କି ଆଇନରେ ମଧ୍ୟ ବ୍ୟାପକ ପରିବର୍ତ୍ତନ ଆଣିଛନ୍ତି। ହେଲେ ଦିନକୁ ଦିନ ରାଜ୍ୟ ଆଇନ ଶୃଙ୍ଖଳାରେ ଅନେକ ଦୁର୍ବଳତା ପଦାକୁ ଆସୁଛି। ବହୁ କ୍ଷେତ୍ରରେ ପୋଲିସ ଅଫିସରଙ୍କ ଦାୟିତ୍ୱହୀନତା ପାଇଁ ଖାକି ନିନ୍ଦା ସାଉଁଟୁଛି। ସାଧାରଣ ଲୋକ ପୋଲିସ ଉପରେ ଆସ୍ଥା ହରାଉଛନ୍ତି। ଉପରିସ୍ଥ ଅଧିକାରୀ, ନେତାମନ୍ତ୍ରୀଙ୍କ ଭୟ ଓ ଚାପ ଯୋଗୁ ରାଜ୍ୟର ତୃଣମୂଳସ୍ତରରେ ତଦନ୍ତ ବାଟବଣା ହେଉଛି। ଟଙ୍କା ଓ କ୍ଷମତା ବଳରେ ସବୁ କିଛି ବି ଓଲଟପାଲଟ କରିବା ସହଜ ହେଉଛି। ଫଳରେ ବିଧାନସଭା ସମ୍ମୁଖରେ ଆଜି ଏଭଳି ପରିସ୍ଥିତି ସୃଷ୍ଟି ହେଉଥିବା କୁହାଯାଉଛି। ଏଠାରେ ପ୍ରଶ୍ନ ଉଠୁଛି, କ’ଣ ଜଣେ ସାଧାରଣ ନାଗରିକ ନ୍ୟାୟ ପାଇବା ପାଇଁ କ’ଣ ବିଧାନସଭାର ଅଧିବେଶନକୁ ଚାହିଁ ବସିବ?


Enter your email to get our daily news in your inbox.

All Right Reserved By Dharitri.Com

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri