Posted inରାଜ୍ୟ

କୁମ୍ଭୀର ଉଦ୍ଧାର ଘଟଣା: ଡେପୁଟି ରେଞ୍ଜରଙ୍କ ସମେତ ୩ ନିଲମ୍ବିତ

ଦିଗପହଣ୍ଡି,୧୪ା୯(ଡି.ଏନ.ଏ)-ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ତଲାସିଙ୍ଗି ଗ୍ରାମ ଚାଷଜମିରୁ ଶନିବାର ଏକ କୁମ୍ଭୀର ଉଦ୍ଧାର କରାଯାଇଥିଲା। ଏହି ଘଟଣାରେ ବନ ବିଭାଗ ପକ୍ଷରୁ ନିର୍ଦ୍ଧାରିତ ଷ୍ଟାଣ୍ଡାର୍ଡ ଅପରେଶନ ପ୍ରୋସିଡିଓର (ଏସ୍‌ଓପି) ପାଳନ କରାଯାଇ ନ ଥିବା ଅଭିଯୋଗରେ ଦିଗପହଣ୍ଡିର ଭାରପ୍ରାପ୍ତ ଡେପୁଟି ରେଞ୍ଜର ପ୍ରମୋଦ କୁମାର ଖଡ଼ଗରାୟଙ୍କ ସମେତ ଫରେଷ୍ଟର ସିତାରାମ ପାତ୍ର ଏବଂ ଫେରଷ୍ଟଗାର୍ଡ ରାଜେଶ୍ୱର ବେହେରାଙ୍କୁ ସୋମବାର ନିଲମ୍ବିତ କରାଯାଇଛି।
ତଲାସିଙ୍ଗୀ ଗ୍ରାମର ସୀମାଞ୍ଚଳ ପାଣିଗ୍ରାହୀଙ୍କ ଧାନ ଜମିରୁ ଦିଗପହଣ୍ଡି ବନ ବିଭାଗ କର୍ମଚାରୀ ଓ ଗ୍ରାମବାସୀଙ୍କ ଉଦ୍ୟମରେ ଗୋ-ମୁହାଁ ପ୍ରଜାତିର କୁମ୍ଭୀର ଉଦ୍ଧାର କରାଯାଇଥିଲା। କୁମ୍ଭୀରଟି ନିକଟସ୍ଥ ଘୋଡ଼ାହାଡ଼ ଡ୍ୟାମରୁ କେନାଲ ପାଣିରେ ଭାସି ଆସିଥିଲା ଏବଂ ପରେ ତାକୁ ସୁରକ୍ଷିତ ଭାବେ ଡ୍ୟାମରେ ଛାଡ଼ିଦିଆଯାଇଛି ବୋଲି ଡେପୁଟି ରେଞ୍ଜର କହିଥିଲେ। କିନ୍ତୁ ଉଦ୍ଧାର କୁମ୍ଭୀରଟିକୁ ବନ ବିଭାଗ କର୍ମଚାରୀ ନୁହନ୍ତି ବାଇକରେ ଗାଁ ଲୋକ ଘୋଡ଼ାହାଡ଼ ଡ୍ୟାମରେ ନେଇ ଛାଡ଼ିଥିଲେ। ଏହାର ଭିଡିଓ ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଥିଲା। କୁମ୍ଭୀରଟିକୁ ବାଇକରେ ଜଣେ ଯୁବକ ନେଉଥିବା ମୋବାଇଲ ଭିଡିଓରେ ରେକର୍ଡ କରାଯାଇଥିଲା। ଦିଗପହଣ୍ଡି ବନ ବିଭାଗର ଖାମଖିଆଲି ମନୋଭାବ ଯୋଗୁ ଏଭଳି ପରିସ୍ଥିତି ଉପୁଜିଥିଲା ବୋଲି କିଛି ବନ୍ୟପ୍ରାଣୀ ବିଶେଷଜ୍ଞ ଓ ସାମାଜିକ କର୍ମୀ ଅଭିଯୋଗ କରିଥିଲେ।
କୁମ୍ଭୀର ଉଦ୍ଧାର ସମୟରେ ଦିଗପହଣ୍ଡି ବନ ବିଭାଗ କାର୍ଯ୍ୟାଳୟର ବନରକ୍ଷୀ ସୁଜାତା ରଥ, ମୂରଲୀଧର ନାୟକଙ୍କ ସହ ବନ ବିଭାଗ ପାରା କର୍ମଚାରୀବୃନ୍ଦ ପହଞ୍ଚତ୍ଥିଲେ କୁମ୍ଭୀରର ସୁରକ୍ଷା ପ୍ରତି କାହାରି ନିଘା ନଥିଲା। ଅଭିଜ୍ଞ ପ୍ରାଣୀ ଚିକିତ୍ସକଙ୍କ କୁମ୍ଭୀରଟିର ସ୍ବାସ୍ଥ୍ୟ ପରୀକ୍ଷା କରାନଯାଇ ତରବରିଆ ଭାବେ ଡ୍ୟାମରେ ଛଡ଼ା ଯାଇଥିବା ଅଭିଯୋଗ ହୋଇଥିଲା। ଅଭିଯୋଗ ପରେ ବ୍ରହ୍ମପୁର ବନଖଣ୍ଡ ଅଧିକାରୀ ଅମ୍ଲାନ କୁମାର ନାୟକ ଡେପୁଟି ରେଞ୍ଜରଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଥିଲେ। ପରବର୍ତ୍ତୀ ଅବସ୍ଥାରେ ତାଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯିବା ସହ କୁମ୍ଭୀର ଉଦ୍ଧାର ସମୟରେ ସେଠାରେ ଉପସ୍ଥିତ ଥିବା ଅନ୍ୟ ବନ କର୍ମଚାରୀମାନଙ୍କ ବିରୋଧରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ବନଖଣ୍ଡ ଅଧିକାରୀ କହିଛନ୍ତି। ଡେପୁଟି ରେଞ୍ଜରଙ୍କୁ ଯୋଗାଯୋଗ କରିବାରେ ତାଙ୍କ ବିରୋଧରେ କରାଯାଇଥିବା ଅଭିଯୋଗ ଅମୂଳକ ଓ ନିରାଧାର ବୋଲି ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

ବରାଳ ବାଲୁଙ୍କେଶ୍ୱର ମନ୍ଦିର ବିକାଶ ପାଇଁ ୮୫ ଲକ୍ଷ ଟଙ୍କା ମଞ୍ଜୁର

ସାକ୍ଷୀଗୋପାଳ,୧୪ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ବରାଳ ଗ୍ରାମର ପୁରାଣ ପ୍ରସିଦ୍ଧ ବାଲୁଙ୍କେଶ୍ୱର ଦେବ ମନ୍ଦିରକୁ ଦିନକୁ ଦିନ ଶ୍ରଦ୍ଧାଳୁମାନଙ୍କ ସମାଗମ ବୃଦ୍ଧି…

ଜିଲା ମୁଖ୍ୟ ଚିକିତ୍ସାଳୟ ଖାଦ୍ୟରେ ଝିଟିପିଟି

ସମ୍ବଲପୁର,୧୪ା୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ର ମେଡିସିନ୍‌(ଭେଷଜ) ୱାର୍ଡରେ ରୋଗୀଙ୍କ ଜଳଖିଆ ତରକାରୀରୁ ମୃତ ଝିଟିପିଟି ବାହାରିବା ଘଟଣାରେ ଏଠାରେ ଗଭୀର ଆଲୋଡନ୍‌ ସୃଷ୍ଟି…

ଶୌଚ ହେବାକୁ ଯାଇ ପୋଖରୀରେ ବୁଡିଗଲେ ମହିଳା, ତାପରେ….

ନନ୍ଦପୁର/ଲମତାପୁଟ,୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି । ନିଜ ଘର ପାର୍ଶ୍ୱ ବିଭାଯୋଡି…

ବିଲକୁ ସାର ପକାଇବାକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡିଗଲେ ଯୁବକ, ତାପରେ…

ପାଟଣା,୧୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ପୁଣି ହାତୀ ଉପଦ୍ରବ ଦେଖିବାକୁ ମିଳିଛି । ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି ।…

ପୋଲିସ ସେବା ପୁରସ୍କାର ୨୦୨୬ ଘୋଷଣା: ଓଡ଼ିଶାର ୧୭ ଜଣଙ୍କୁ ମିଳିବ..

ଭୁବନେଶ୍ୱର,୧୪।୮: ସ୍ବାଧୀନତା ଦିବସ ପୂର୍ବରୁ ବିଶିଷ୍ଟ ସେବା ପୁରସ୍କାର ୨୦୨୬ ଘୋଷଣା କରାଯାଇଛି। ଚଳିତ ବର୍ଷ ଓଡ଼ିଶାର ୧୭ ଜଣଙ୍କୁ ମିଳିବ ଏହି ପୁରସ୍କାର। ୫ ଜଣଙ୍କୁ…

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri