୮ ଶ୍ରେଣୀର ପିଲାଙ୍କୁ ପଢ଼ାଉଛନ୍ତି ୩ ଶିକ୍ଷକ

ତେନ୍ତୁଳିଖୁଣ୍ଟି, ୧୫।୧୦(ଚିଦାନନ୍ଦ ସାହୁ)ଛାତ୍ରୀଛାତ୍ରଙ୍କୁ ଉନ୍ନତ ଶିକ୍ଷା ପ୍ରଦାନ ପାଇଁ ସରକାର ବିଭିନ୍ନ ଯୋଜନା କରୁଛନ୍ତି। ଶିକ୍ଷକମାନଙ୍କୁ ବିଭିନ୍ନ ପ୍ରଶିକ୍ଷଣ ମଧ୍ୟ ଦିଆଯାଉଛି। କିନ୍ତୁ ସ୍କୁଲରେ ଶୈକ୍ଷିକ ବାତାବରଣ ଓ ଆବଶ୍ୟକ ଭିତ୍ତିଭୂମିର ଅଭାବ ରହୁଛି। ଏହାର ଏକ ଉଦାହରଣ ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ କଣ୍ଟାଗାଁ ପଞ୍ଚାୟତ ଅଧୀନ ମେରେଇସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ। ଉକ୍ତ ସ୍କୁଲରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପିଲା ପଢ଼ୁଥିବାବେଳେ ସେମାନଙ୍କୁ ପଢ଼ାଇବାକୁ ଅଛନ୍ତି ମାତ୍ର ୩ ଶିକ୍ଷୟିତ୍ରୀ ଶିକ୍ଷକ।
ସ୍କୁଲ୍‌ର ପ୍ରଥମରୁ ଅଷ୍ଟମ ଶ୍ରେଣୀରେ ୧୫୩ ଛାତ୍ରୀଛାତ୍ର ପଢ଼ୁଛନ୍ତି। ସେମାନଙ୍କ ପାଇଁ ମାତ୍ର ୩ ଜଣ ଶିକ୍ଷୟିତ୍ରୀ ଶିକ୍ଷକ ଅଛନ୍ତି। ଏଥିସହ ସ୍କୁଲ୍‌ରେ ମାତ୍ର ୨ଟି ଶ୍ରେଣୀଗୃହ ରହିଛି। ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ପିଲା ଗୋଟିଏ କକ୍ଷରେ ଓ ଷଷ୍ଠରୁ ଅଷ୍ଟମ ଛାତ୍ରୀଛାତ୍ରଙ୍କୁ ଆଉ ଏକ କକ୍ଷରେ ପଢ଼ାଯାଏ। ବହୁବାର ଦାବି ପରେ ଗୋଟିଏ ଶ୍ରେଣୀ କକ୍ଷ ନିର୍ମାଣ କାମ ଆରମ୍ଭ କରାଯାଇଥିଲା । କିନ୍ତୁ ତା’ ବି ୨ ବର୍ଷ ହେଲା କୌଣସି କାରଣରୁ ଫାଉଣ୍ଡେଶନରୁ ଆଗକୁ ଉଠିପାରିନି। କିଛିଦିନ ତଳେ ଜଣେ ଶିକ୍ଷକ ୨ଦିନ ଛୁଟିରେ ଥିଲେ। ପ୍ରଧାନ ଶିକ୍ଷକ ଦାୟିତ୍ୱରେ ଥିବା ଶିକ୍ଷକ ମାଳି ହରିଜନ ଟ୍ରେନିଂ ପାଇଁ ନବରଙ୍ଗପୁର ଯାଇଥିଲେ। କେବଳ ଜଣେ ଶିକ୍ଷୟିତ୍ରୀ ୮ଶ୍ରେଣୀର ପିଲାଙ୍କୁ ସମ୍ଭାଳିବା ସହ ମଧ୍ୟାହ୍ନଭୋଜନ ପରିଚାଳନା କରୁଥିଲେ। ଏପରି କ୍ଷେତ୍ରରେ ପିଲାଙ୍କ ପାଠପଢ଼ା କିପରି ହେଉଥିବ ତାହା ବେଶ୍‌ ଅନୁମେୟ। ବର୍ଷେ ହେବ ସ୍କୁଲରେ ଏପରି ଭାବେ ପାଠପଢ଼ା ଚାଲିଛି। ପୂର୍ବରୁ ଜଣେ ଶିକ୍ଷକଙ୍କୁ ଡେପୁଟେଶନରେ ଦିଆଯାଇଥିଲା। କିଛିଦିନ ହେଲା ତାଙ୍କ ଡେପୁଟେଶନକୁ ବାତିଲ କରିଦିଆଯାଇଛି। ବିଦ୍ୟାଳୟକୁ ଆବଶ୍ୟକ ଶିକ୍ଷକ ଦେବାକୁ ଅନୁରୋଧ କରାଯାଉଥିବାବେଳେ ସରକାର କୌଣସି ପଦକ୍ଷେପ ନେଉ ନ ଥିବାରୁ ଗ୍ରାମବାସୀ କ୍ଷୋଭ ପ୍ରକାଶ କରିଛନ୍ତି। ବିଦ୍ୟାଳୟ ପରିଚାଳନା ନିୟମ ପ୍ରକାରେ ଛାତ୍ରୀଛାତ୍ର ଅନୁପାତରେ ଏଠାରେ ୬ ଶିକ୍ଷକ ଓ ୮ଟି ଶ୍ରେଣୀଗୃହ ରହିବା କଥା। କିନ୍ତୁ ଏଠାରେ ବ୍ୟତିକ୍ରମ ଦେଖାଯାଉଛି। ଏ ନେଇ ଏବିଇଓ ମୋହନ ମଧୁସୂଦନ ବାଘଙ୍କୁ ପଚାରିବାରୁ ବ୍ଲକରେ ୮୩ଟି ବିଦ୍ୟାଳୟ ଏଭଳି ଦୁଇ କି ତିନି ଶିକ୍ଷକରେ ଚାଲିଛି। ଆମେ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଏ ନେଇ ଅବଗତ କରାଇଛୁ। ବର୍ତ୍ତମାନ ନିଯୁକ୍ତି ପ୍ରକ୍ରିୟା ଚାଲିଛି। ତୁରନ୍ତ ଖାଲି ପଦବୀ ପୂରଣ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?