୮ଶ୍ରେଣୀର ୧୨୦ ଛାତ୍ରୀଛାତ୍ରଙ୍କ ପାଇଁ ୩ ଶିକ୍ଷକ

ନୂଆଗାଁ, ୧୯ା୯ (ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ବ୍ଲକରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବିଭାଗ ପକ୍ଷରୁ ଖୋଲିଥିବା ସ୍କୁଲରେ ଆବଶ୍ୟକ ଶିକ୍ଷକ ନାହାନ୍ତି। ଏ ନେଇ ବାରମ୍ବାର ଅଭିଯୋଗ ହେଉଥିଲେ ମଧ୍ୟ ବିଭାଗୀୟ ଅଧିକାରୀ ଏଥିପ୍ରତି ଗୁରୁତ୍ୱ ଦେଉନାହାନ୍ତି ବୋଲି ଅଭିଭାବକମାନେ ଅଭିଯୋଗ କରୁଛନ୍ତି।
ଅନୁସୂଚିତ ଜାତି ଓ ଜନଜାତିର ଛାତ୍ରୀଛାତ୍ରଙ୍କୁ ସମସ୍ତ ସରକାରୀ ସୁବିଧା ଯୋଗାଇ ଦେଇ ହଷ୍ଟେଲରେ ରଖ ମାଗଣାରେ ପାଠ ପଢାଇବା ନିମନ୍ତେ ଆଶ୍ରମ ବିଦ୍ୟାଳୟ ପ୍ରତିଷ୍ଠା କରାଯାଇଛି। ଗୁମୀ ପଞ୍ଚାୟତ ଡିମିରିପଲ୍ଲୀଠାରେ ୧୯୫୦ରେ ଡିମିରିପଲ୍ଲୀ ଆଶ୍ରମ ବିଦ୍ୟାଳୟ ପ୍ରତିଷ୍ଠା କରାଯାଇଥିଲା। ଏଠାରେ ଛାତ୍ରୀବାସ ଖୋଲାଯାଇଛି। ଫଳରେ ଜିଲା ତଥା ଜିଲା ବାହାରୁ ଅନେକ ଛାତ୍ରୀ ହଷ୍ଟେଲରେ ରହି ପାଠ ପଢ଼ିବା ସହ ସ୍ଥାନୀୟ ଛାତ୍ରୀଛାତ୍ର ମଧ୍ୟ ପାଠ ପଢୁଛନ୍ତି। ପ୍ରମମରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ୧୨୦ ଛାତୀଛାତ୍ର ପଢୁଥିବା ବେଳେ ସେମାନଙ୍କୁ ପଢ଼ାଇବା ପ୍ରଧାନ ଶିକ୍ଷକଙ୍କୁ ମିଶାଇ ମୋଟ ୩ ଜଣ ଶିକ୍ଷୟିତ୍ରୀଶିକ୍ଷକ ନିୟୋଜିତ ହୋଇଛନ୍ତି। ଉକ୍ତ ସ୍କୁଲରେ ପୂର୍ବରୁ ୪ ଜଣ ଶିକ୍ଷକ ଥିବା ବେଳେ ସେଥିମଧ୍ୟରୁ ଗଣିତ ଶିକ୍ଷକଙ୍କୁ ଅନ୍ୟ ସ୍କୁଲକୁ ଡେପୁଟେଶନରେ ପଠାଇ ଦିଆଯାଇଛି। ତେବେ ୩ ଜଣ ଶିକ୍ଷକଙ୍କ ଦ୍ୱାରା ୮ଟି ଶ୍ରେଣୀରେ ପାଠ ପଢ଼ାଇବା ସମ୍ଭବ ହେଉ ନ ଥିବାରୁ ଅଭିଭାବକଙ୍କ ମନରେ ଅସନ୍ତୋଷ ଦେଖାଦେଇଛି। ସେହିପରି ମାଇଛେଳି ପଞ୍ଚାୟତ ଗୋହିରିବାଦୁଠାରେ ୧୯୫୧ ରେ ଗୋହିରିବାଦୁ ଆଶ୍ରମ ବିଦ୍ୟାଳୟ ପ୍ରତିଷ୍ଠା କରାଯାଇଥିଲା। ଏହି ସ୍କୁଲରେ ମଧ୍ୟ ଶିକ୍ଷକ ସମସ୍ୟା ଲାଗି ରହିଛି। ପ୍ରଥମରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ୧୧୧ ଜଣ ଛାତ୍ରୀଛାତ୍ର ରହିଛନ୍ତି। ସେମାନଙ୍କୁ ପଢ଼ାଇବା ପାଇଁ ମାତ୍ର ୩ ଜଣ ଶିକ୍ଷକ ନିୟୋଜିତ ହୋଇଛନ୍ତି। ସେଥି ମଧ୍ୟରୁ ଜଣେ ଶିକ୍ଷକ ପ୍ରଧାନ ଶିକ୍ଷକଙ୍କ କାମ କରୁଛନ୍ତି। ତେଣୁ କେତେବେଳେ ବ୍ଲକ କାର୍ଯ୍ୟାଳୟ ତ ଆଉ କେତେବେଳେ ଜିଲା ବିଭାଗୀୟ କାର୍ଯ୍ୟାଳୟକୁ ଦୌଡୁଛନ୍ତି। ତେଣୁ ଜଣେ ଶିକ୍ଷୟିତ୍ରୀ ଓ ଜଣେ ଶିକ୍ଷକ ୮ଟି ଶ୍ରେଣୀର ୧୧୧ ଜଣ ଛାତ୍ରୀଛାତ୍ରଙ୍କୁ ସମ୍ଭାଳୁଛନ୍ତି। ପୂର୍ବତନ ପ୍ରଧାନ ଶିକ୍ଷକ ଏପ୍ରିଲ ୨୦୨୩ରେ ଅବସରଗ୍ରହଣ କରିବା ପରେ ପ୍ରଧାନ ଶିକ୍ଷକ ଚୌକି ଖାଲିପଡ଼ିଛି। ଭବିଷ୍ୟତ ଗଢ଼ିବା ପାଇଁ ଜିଲା ବାହାରୁ ଛାତ୍ରୀଛାତ୍ର ଆସୁଥିବା ବେଳେ ସ୍କୁଲଗୁଡ଼ିକରେ ଶିକ୍ଷକ ଅଭାବ ସେମାନଙ୍କୁ ନିରାଶ କରୁଛି। ଶିକ୍ଷକ ପାଇଁ ଦାବି କଲେ ମଧ୍ୟ ଅଧିକାରୀ ଶୁଣୁ ନ ଥିବା କହୁଛନ୍ତି ଅଭିଭାବକ। ଶିକ୍ଷକ ପଦବୀ ପୂରଣ ବାବଦରେ ନୟାଗଡ଼ ଜିଲା ମଙ୍ଗଳ ଅଧିକାରୀ ଦୟାନିଧି ନାୟକଙ୍କୁ ପଚାରିବାରେ ଶିକ୍ଷକ ଅଭାବ ଥିବା ସ୍କୁଲଗୁଡିକୁ ଅତି ଶୀଘ୍ର ଶିକ୍ଷକ ଯୋଗାଇ ଦେବାର ବ୍ୟବସ୍ଥା କରୁଛୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?