୨୭୪ ଛାତ୍ରୀଛାତ୍ରଙ୍କ ଲାଗି ୩ ଶିକ୍ଷକ, ଅନ୍ଧାରରେ ଭବିଷ୍ୟତ

ଖଜୁରିପଡ଼ା, ୩୧ା୭ (ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଦୂତିମେଣ୍ଡି ପଞ୍ଚାୟତର ଲମ୍ବାଗୁଡ଼ରି ସରକାରୀ ଆଶ୍ରମ ବିଦ୍ୟାଳୟରେ ଶିକ୍ଷକ ଅଭାବ ଦେଖା ଦେଇଛି। ରାଜ୍ୟ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଦ୍ୱାରା ୧୯୬୯ରେ ସ୍ଥାପିତ ଏହି ବିଦ୍ୟାଳୟ ଦୀର୍ଘ ଦଶନ୍ଧି ଧରି ଛାତ୍ରୀଛାତ୍ରଙ୍କୁ ଶିକ୍ଷାଦାନ କରିଆସୁଛି। ବର୍ତ୍ତମାନ ଆବଶ୍ୟକ ଶିକ୍ଷକଙ୍କ ଅଭାବ ଯୋଗୁ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧକାର ଆଡ଼କୁ ଠେଲି ହୋଇଯାଉଥିବା ନେଇ ଅସନ୍ତୋଷ ପ୍ରକାଶ ପାଇଛି।

ଏହି ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ମୋଟ ୨୭୪ ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ଉଚିତ ପାଠପଢ଼ା ଓ ପରିଚାଳନା ପାଇଁ ଅତିକମରେ ୭ଜଣ ଶିକ୍ଷକଙ୍କ ଆବଶ୍ୟକତା ଥିବା ବେଳେ ବର୍ତ୍ତମାନ ପ୍ରଧାନଶିକ୍ଷକଙ୍କୁ ମିଶାଇ ମାତ୍ର ୩ଜଣ ଶିକ୍ଷକ ଅଛନ୍ତି। ଫଳରେ ଗୋଟିଏ ଶ୍ରେଣୀରେ ଶିକ୍ଷାଦାନ ଚାଲିଥିବା ବେଳେ ଅନ୍ୟ ଶ୍ରେଣୀର ଛାତ୍ରୀଛାତ୍ରମାନେ ପାଠପଢ଼ାରୁ ବଞ୍ଚିତ ହେଉଛନ୍ତି। ଯାହା ଶିକ୍ଷା ବ୍ୟବସ୍ଥାର ଚିତ୍ରକୁ ପଦାରେ ପକାଇଛି।

ବିଦ୍ୟାଳୟରେ ତୁରନ୍ତ ଖାଲିପଡ଼ିଥିବା ଶିକ୍ଷକ ପଦବି ଗୁଡ଼ିକୁ ପୂରଣ ପାଇଁ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା। ମାତ୍ର ଆଜି ପର୍ଯ୍ୟନ୍ତ ଏହି ସମସ୍ୟାର କୌଣସ ସମାଧାନ ହୋଇନାହିଁ। ପ୍ରଶାସନର ଏଭଳି ଉଦାସୀନତାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖା ଦେଇଛି। ତେଣୁ ଆଗାମୀ ଦିନରେ ବିଦ୍ୟାଳୟର ଶିକ୍ଷାଦାନ ବ୍ୟବସ୍ଥାକୁ ସ୍ବାଭାବିକ କରିବା ପାଇଁ ଖାଲିଥିବା ଶିକ୍ଷକ ପଦବୀ ପୂରଣ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି। ନଚେତ ଆଗାମୀ ଦିନରେ ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦିଆଯାଇଛି। ଏନେଇ ବ୍ଲକ୍‌ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ରାଜେଶ ମୁର୍ମୁ କହିଛନ୍ତି, ୭ ଦିନ ମଧ୍ୟରେ ବିଦ୍ୟାଳୟକୁ ଶିକ୍ଷକ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମୋହସିନ ନକଭିଙ୍କଠାରୁ ଏସିଆ କପ ଟ୍ରଫି କେବେ ନେବ ଟିମ ଇଣ୍ଡିଆ? BCCI ଦେଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୫।୯: ମହିଳା ଏସିଆ କପ ୨୦୨୬ର ଟାଇଟଲ ନିଜ ନାମରେ କରିଛି ଟିମ ଇଣ୍ଡିଆ। ଫାଇନାଲରେ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ଭାରତୀୟ ମହିଳା ଦଳ…

ବିଶ୍ୱକର୍ମା ରାଜମିସ୍ତ୍ରୀ, କାରିଗର ସଂଘର ବାର୍ଷିକୋତ୍ସବ, ସାଙ୍ଗଠନିକ ଅଭିବୃଦ୍ଧି ପାଇଁ ନିଷ୍ପତ୍ତି

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଗୁପ୍ତେଶ୍ୱର ଶୈବପୀଠ ପ୍ରାଙ୍ଗଣରେ ମଙ୍ଗଳବାର ଖେମୁଣ୍ଡି ଆଞ୍ଚଳିକ ବଶ୍ୱକର୍ମା ରାଜମିସ୍ତ୍ରୀ ଓ କାରିଗର ସଂଘର ୧୭ତମ ବାର୍ଷିକୋତ୍ସବ ଅନୁଷ୍ଠିତ…

UPIରେ ବନ୍ଧୁଙ୍କୁ ୫,୦୦୦ ଟଙ୍କା ପଠାଇଲେ ଲାଗିବ ଏକ୍ସଷ୍ଟ୍ରା ଚାର୍ଜ? ଜାଣନ୍ତୁ P2P-P2M ପେମେଣ୍ଟର ପାର୍ଥକ୍ୟ

ନୂଆଦିଲ୍ଲୀ,୧୫।୯ : ଆଜିକାଲି ମୋବାଇଲରେ କିଛି ସେକେଣ୍ଡ ମଧ୍ୟରେ ଟଙ୍କା ପଠାଇବା ପାଇଁ UPI ସବୁଠାରୁ ସହଜ ମାଧ୍ୟମ ପାଲଟିଛି। ବନ୍ଧୁଙ୍କୁ ଟଙ୍କା ପଠାଇବା ହେଉ କି…

ଅମାନିଆ ବାଇକ ଚାଳକଙ୍କୁ ସାବଡ଼ କଲା ଦାରିଙ୍ଗବାଡି ପୋଲିସ, ୮ ବାଇକ ଜବତ

ଦାରିଙ୍ଗବାଡି,୧୫।୯(ଅରୁଣ ସାହୁ): ପାର୍ବଣ ଋତୁ ପାଇଁ ବଜାର ଚଳ ଚଞ୍ଚଳ ରହିଛି । ବଜାର ଛକରେ ଏକାଧିକ ଗଣେଶ ମେଢ଼ ରହିଥିବା ବେଳେ ଭିଡ଼ ଲାଗି ରହିଛି…

ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ

ଭୁବନେଶ୍ୱର,୧୫।୯: ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଭକ୍ତ ଚରଣ ଦାସ ମଙ୍ଗଳବାର ଏକ ବଡ଼ ସୂଚନା ଦେଇଛନ୍ତି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଅକ୍ଟୋବରରେ ଓଡ଼ିଶା ଆସିବେ…

ଅଭିନେତା ବିଜୟଙ୍କ ଶୈଳୀରେ ନିର୍ମିତ ଗଣେଶ ମୂର୍ତ୍ତିକୁ ନେଇ ବିବାଦ; ଆୟୋଜକଙ୍କ ଗିରଫଦାରୀ ଦାବି କଲା ଭାଜପା

ଚେନ୍ନାଇ,୧୫।୯: ଗଣେଶ ଚତୁର୍ଥୀ ପୂର୍ବରୁ ତାମିଲନାଡୁରେ ଏକ ନୂଆ ରାଜନୈତିକ ବିବାଦ ଦେଖାଦେଇଛି। ଚେନ୍ନାଇର କୋରୁକ୍କୁପେଟ ଅଞ୍ଚଳରେ ସ୍ଥାପିତ ଭଗବାନ ଗଣେଶଙ୍କ ମୂର୍ତ୍ତିଗୁଡ଼ିକ ରାଜ୍ୟର ମୁଖ୍ୟମନ୍ତ୍ରୀ ତଥା…

କଂଗ୍ରେସରେ ବଡ଼ ସାଙ୍ଗଠନିକ ଅଦଳବଦଳ; ଏମାନଙ୍କୁ ବଡ଼ ସୁଯୋଗ ଦେବେ ରାହୁଲ-ପ୍ରିୟଙ୍କା

ନୂଆଦିଲ୍ଲୀ,୧୫।୯: କଂଗ୍ରେସରେ ସାଙ୍ଗଠନିକ ପୁନର୍ଗଠନ ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି । ପୁରୁଣା ନେତାଙ୍କ କାର୍ଯ୍ୟଦକ୍ଷତାର ସମୀକ୍ଷା ସହ ଯୁବ ଓ ସକ୍ରିୟ ନେତାଙ୍କୁ ସଂଗଠନରେ ଗୁରୁତ୍ୱପୂର୍ଣ୍ଣ…

କଣ୍ଟେନରରେ ଚାଲାଣ ହେଉଥିଲା ୩୭ ମଇଁଷି, ମାଡ଼ି ବସିଲା ପୋଲିସ

ଛତ୍ରପୁର, ୧୫/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅଞ୍ଚଳ ଦେଇ ବେଆଇନ ଭାବେ ମଇଁଷି ଚାଲାଣ ହେଉଥିବା ବେଳେ ଚମାଖଣ୍ଡି ପୋଲିସ ଏକ କଣ୍ଟେନରକୁ ପିଛା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?