ମାଟ୍ରିକ୍‌ ପରୀକ୍ଷାବେଳେ କପି ଦେଉଥିଲେ ୩ ଶିକ୍ଷକ, ଫ୍ଲାଇଂ ସ୍କ୍ବାଡ୍‌ ହାତରେ ପଡିଲେ ଧରା, ତା’ପରେ…

ରାୟଗଡ଼ା,୨।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କୋଲନରା ବ୍ଲକ କୈଳାସପୁର ସରକାରୀ ହାଇସ୍କୁଲରେ ଦଶମ ପରୀକ୍ଷା ବେଳେ ବାହାର ସ୍କୁଲର ୩ ଜଣ ଶିକ୍ଷକଙ୍କୁ କପି ଦେଉଥିବା ଅଭିଯୋଗରେ ଧରିଛି ଫ୍ଲାଇଂ ସ୍କ୍ବାଡ୍‌ । ରାୟଗଡ଼ା ଅତିରିକ୍ତ ଜିଲା ଶିକ୍ଷାଧିକାରୀ ଶାନ୍ତିଲତା ମୁନିଙ୍କ ନେତୃତ୍ୱରେ ଫ୍ଲାଇଂ ସ୍କ୍ବାଡ୍‌ ଯାଞ୍ଚ ପାଇଁ କୈଳାଶପୁର ସରକାରୀ ହାଇସ୍କୁଲ ଗସ୍ତ ବେଳେ ସେଠାରେ ବାହାର ସ୍କୁଲର ୩ ଜଣ ଶିକ୍ଷକ ପରୀକ୍ଷା ଦାୟିତ୍ୱରେ ଥିବା ଅନ୍ୟ ଶିକ୍ଷକମାନଙ୍କ ସହିତ ଆଲୋଚନା କରୁଥିବା ଏବଂ ପିଲାଙ୍କୁ କପି ଦେଉଥିବା ଜାଣିବାକୁ ପାଇଥିଲେ। ଏହାପରେ ଉକ୍ତ ୨ ଜଣ ଶିକ୍ଷକଙ୍କ ସମେତ କେନ୍ଦ୍ର ପରିଚାଳକଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଜିଲା ଶିକ୍ଷାଧିକାରୀଙ୍କୁ ଜଣାଇଥିଲେ। ଏନେଇ ଚାନ୍ଦିଲି ଥାନାରେ ଜିଲ୍ଲା ଶିକ୍ଷା ବିଭାଗ ପକ୍ଷରୁ ଏକ ମାମଲା ରୁଜୁ କରାଯାଇଛି। ଏହି ମାମଲାରେ କୈଳାସପୁର ଏସଏସଡି ହାଇସ୍କୁଲର ପ୍ରଧାନ ଶିକ୍ଷକ ତଥା ପରୀକ୍ଷା କେନ୍ଦ୍ର ପରିଚାଳକ ବିଶିକେଶନ ବାଗ, ବଡଖିଲାପଦର ହାଇସ୍କୁଲର ସ୍ବରାଜ ବେହେରା, ଭୋଇମଡା ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଶୈଳେନ୍ଦ୍ର ସ୍ବାଇଁଙ୍କ ନାମରେ ଥାନାରେ ଏତଲା ଦିଆଯାଇଛି ବୋଲି ଜିଲା ଶିକ୍ଷାଧିକାରୀ ରାମଚନ୍ଦ୍ର ନାହାକ ସୂଚନା ଦେଇଛନ୍ତି। ଏହି ଘଟଣା ବାବଦରେ ପ୍ରମାଣ ସ୍ବରୂପ ସ୍କୁଲର ସିସିଟିଭି ଫୁଟେଜ ମଧ୍ୟ ପ୍ରଦାନ କରାଯାଇଥିବା ଜଣାପଡିଛି।

 

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ-ପଞ୍ଚାୟତ ପ୍ରଶାସନର ଟାଳଟୁଳ ନୀତି: ସ୍ୱାମୀଙ୍କ ମୃତ୍ୟୁର ଦୁଇ ବର୍ଷ ପରେ ବି ସୂର୍ଯ୍ୟଙ୍କୁ ମିଳିନି ବିଧବା ଭତ୍ତା

ଥୁଆମୂଳ ରାମପୁର,୨୧।୭ (ଦୁର୍ଗା କୀର୍ତ୍ତି): ସରକାରୀ ସାମାଜିକ ସୁରକ୍ଷା ଯୋଜନାର ବ୍ୟାପକ ପ୍ରଚାର ଚାଲିଥିଲେ ହେଁ ପ୍ରଶାସନିକ ଅବହେଳା ଯୋଗୁ ପ୍ରକୃତ ହିତାଧିକାରୀମାନେ ଏହାରୁ ବଞ୍ଚିତ ହେଉଥିବା…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଶୌଚ ପାଇଁ ଯାଇଥିବା ବେଳେ ଖସିଗଲା ଗୋଡ଼, ପୋଖରୀରେ ବୁଡ଼ି ଚାଲିଗଲା ଦିବ୍ୟାଙ୍ଗ ପଞ୍ଚାଙ୍କ ଜୀବନ

ଦିଗପହଣ୍ଡି/ପାଟପୁର,୨୧।୭(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ଅଙ୍ଗେଇତ ବନ୍ଧ ପୋଖରୀରେ ବୁଡ଼ି ଜଣେ ଦିବ୍ୟାଙ୍ଗ ଯୁବକ ମୃତ୍ୟୁବରଣ କରିଛନ୍ତି ।…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ଧାରଣାସ୍ଥଳରୁ ରାହୁଲ କଲେ ବଡ଼ ଘୋଷଣା, ଏବେଠୁ ମୁଁ… ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୧।୭: ମଙ୍ଗଳବାର ନିଟ୍ (NEET) ପେପର ଲିକ୍ ମାମଲାରେ କକରୋଚ ଜନତା ପାର୍ଟି ଏବଂ ଦେଶବାସୀଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏଥିରେ ଏବେ କଂଗ୍ରେସ ନେତା…

ଥମୁନି ଦାଦନ ଦୁଃଖ, ସର୍ଦ୍ଦାର, ମାଲିକଙ୍କ ବିରୋଧରେ ତେଜିଲା କାର୍ଯ୍ୟାନୁଷ୍ଠାନ ଦାବି

ନୂଆପଡ଼ା,୨୧ା୭ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦାଦନ ଦୁଃଖ ଥମିବା ନାଁ ନେଉନାହିଁ। ସରକାରୀସ୍ତରରେ ଶ୍ରମ ଦିବସ ସୃଷ୍ଟି କରାଯାଇ ଶ୍ରମିକଙ୍କୁ କାମ ଯୋଗାଇବା ପାଇଁ ବିଭିନ୍ନ…

୪ରେ ଗଞ୍ଜାମ ଗସ୍ତରେ ଆସିବେ ରାଷ୍ଟ୍ରପତି: ତପ୍ତପାଣିଠାରେ ମା’ କନ୍ଧୁଣୀ ଦେବୀଙ୍କ କରିବେ ଦର୍ଶନ

ଛତ୍ରପୁର, ୨୧।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଆସନ୍ତା ଅଗଷ୍ଟ ୪ ତାରିଖରେ ଭାରତର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଞ୍ଜାମ ଜିଲା ଗସ୍ତରେ ଆସୁଛନ୍ତି। ଭୁବନେଶ୍ୱରରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri