Posted inଜାତୀୟ

ହଠାତ୍‌ ପଶିଲେ ୩ ଆତଙ୍କବାଦୀ: ଚାରିଆଡ଼େ ହାଇଆଲର୍ଟ

ପାଟନା,୨୮।୮: ଜୈଶ-ଏ-ମହମ୍ମଦର ତିନି ଜଣ ଆତଙ୍କବାଦୀ ବିହାରରେ ପ୍ରବେଶ କରିଛନ୍ତି। ଏ ସମ୍ପର୍କରେ ଗୁରୁବାର ବିହାର ପୋଲିସ ମୁଖ୍ୟାଳୟ ପକ୍ଷରୁ ହାଇ ଆଲର୍ଟ ଜାରି କରାଯାଇଛି। ଆତଙ୍କବାଦୀଙ୍କ ପ୍ରବେଶ ଖବର ପାଇ ପୋଲିସ ମୁଖ୍ୟାଳୟ ଏବଂ ବରିଷ୍ଠ ଅଧିକାରୀମାନେ କାର୍ଯ୍ୟକ୍ଷମ ହୋଇଛନ୍ତି।

ଆସିଥିବା ସୂଚନା ଅନୁଯାୟୀ, ଏହି ତିନି ଜଣ ନେପାଳ ଦେଇ ବିହାରରେ ପ୍ରବେଶ କରିଛନ୍ତି। ସମସ୍ତେ ପାକିସ୍ତାନୀ। ହସନୈନ ଅଲି ରାୱଲପିଣ୍ଡିର ବାସିନ୍ଦା। ଆଦିଲ ହୁସେନ ଉସମାନ ଉବାହଲପୁରର ବାସିନ୍ଦା। ସେହିପରି ତୃତୀୟ ମହମ୍ମଦ ଉସମାନ ବାହାବଲପୁରର ବାସିନ୍ଦା। କୁହାଯାଇଛି ଯେ ଏହି ତିନି ଜଣ ଜୈଶ-ଏ-ମହମ୍ମଦ ଆତଙ୍କବାଦୀ ସଂଗଠନ ସହିତ ଜଡିତ।

ବିହାର ପୋଲିସ ମୁଖ୍ୟାଳୟ ପକ୍ଷରୁ ଏହି ତିନି ଜଣ ଆତଙ୍କବାଦୀଙ୍କ ଫଟୋ ଜାରି କରାଯାଇଛି। ସେମାନଙ୍କ ପାସପୋର୍ଟ ସମ୍ପର୍କିତ ସୂଚନା ସୀମାନ୍ତ ଜିଲାଗୁଡ଼ିକର ଅଧିକାରୀଙ୍କ ସହ ଶେୟାର କରାଯାଇଛି। ବିହାରରେ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି, ପୋଲିସ ମୁଖ୍ୟାଳୟ ଆତଙ୍କବାଦୀ କାର୍ଯ୍ୟକଳାପ ଉପରେ ନିରନ୍ତର ନଜର ରଖିଛି। ଏହି ଗୁରୁତ୍ୱପୂର୍ଣ୍ଣ ସୂଚନା ସାମ୍ନାକୁ ଆସିବା ପରେ ହାଇ ଆଲର୍ଟ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଶୀତରେ ଥରୁଛି ଉତ୍ତର ଭାରତ

ନୂଆଦିଲ୍ଲୀ,୫ା୧୨: ସମଗ୍ର ଉତ୍ତର ଭାରତ ଶୀତରେ ଥରୁଛି। ଶୁକ୍ରବାର ରାଜସ୍ଥାନ, ପଞ୍ଜାବ ଏବଂ ହରିୟାଣାର ଅଧିକାଂଶ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ନିମ୍ନରେ ରହିଛି। ତେବେ...

ଭାରତର ସବୁଠୁ ବିଶ୍ବାସଯୋଗ୍ୟ ଏହି ୩ଟି ବ୍ୟାଙ୍କ, RBI କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI), HDFC, ଏବଂ ICICI ବ୍ୟାଙ୍କକୁ ଦେଶର ସବୁଠାରୁ ସୁରକ୍ଷିତ ବ୍ୟାଙ୍କ ଭାବରେ...

ପୁଟିନଙ୍କ କାର୍‌ ଠାରୁ କେତେ ଦମଦାର୍‌ ମୋଦିଙ୍କ କାର୍‌? ଜାଣନ୍ତୁ ଦୁଇଟାଯାକର ଦାମ୍‌

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ବିଶ୍ୱର ସବୁଠାରୁ ରହସ୍ୟମୟ ନେତାମାନଙ୍କ ମଧ୍ୟରୁ ଜଣେ ବୋଲି ବିବେଚନା କରାଯାଏ। ସେ ପ୍ରତ୍ୟେକ ଗସ୍ତରେ ଏକ ବୁଲେଟପ୍ରୁଫ...

ପୁଟିନ୍‌ଙ୍କୁ ଗୀତା ଉପହାର ଦେଲେ ମୋଦି

ନୂଆଦିଲ୍ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ଏଡି ଅବସରରେ ରାଷ୍ଟ୍ରପତି ପୁଟିନ୍‌ଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଶ୍ରୀମଦ୍‌ଭଗବତ...

ପୂର୍ବତନ ଡିଏସ୍‌ପିଙ୍କ ଝିଅ ହାତ ଧରିଲେ ବୃନ୍ଦାବନର ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ

ଜୟପୁର,୫ା୧୨: ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ବତନ ଡିଏସ୍‌ପିଙ୍କ ଝିଅ ସିପ୍ରା ଜୟପୁରର ଏକ ହୋଟେଲରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ପ୍ରସିଦ୍ଧ ମଥୁରାର ପ୍ରବଚକ...

ସ୍ବାସ୍ଥ୍ୟକୁ ସୁସ୍ଥ ରଖେ କ୍ରୀଡ଼ା, ନିୟମିତ ଖେଳକୁଦ ଅଭ୍ୟାସ ପାଇଁ…

ଭଞ୍ଜନଗର,୫ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୩୬ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri