Posted inଜାତୀୟ

୩ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା

ଶ୍ରୀନଗର,୧୧।୪: ଜମ୍ମୁ-କଶ୍ମୀର ଶୋପିଆନ୍‌ରେ ଆତଙ୍କବାଦ ବିରୋଧି ଅପରେଶନରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସ୍ଥାନୀୟ ହାଦିପୋରାରେ କିଛି ଆତଙ୍କବାଦୀ ଲୁଚି ଖବର ମିଳିବା ପରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ୍‌ ଆରମ୍ଭ ହୋଇଥିଲା। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଜାରି କରାଯାଇଥିଲା। ତେବେ ସେମାନେ ପ୍ରଥମେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳି ଚାଳନା କରିଥିଲେ। ଏହାର ଜବାବରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଆକ୍ରମଣ କରାଯାଇଥିଲା। ଆତଙ୍କବାଦୀଙ୍କ ମଧ୍ୟରେ ଜଣେ ୧୪ ବର୍ଷର ନାବାଳକ ଥିଲେ। ତାଙ୍କୁ ଆତ୍ମସମର୍ପଣ ଲାଗି ସୁରକ୍ଷାକର୍ମୀଙ୍କ ପକ୍ଷରୁ ବହୁ ଉଦ୍ୟମ ହୋଇଥିଲେ ମଧ୍ୟ ତାହା ସଫଳ ହୋଇ ନ ଥିବା କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ଅନନ୍ତନାଗ ଜିଲାର ବିଜବିହାରାରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ମିଳିବା ପରେ ସେଠାରେ ସର୍ଚ୍ଚ ଅପରେଶନ୍‌ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri