୩ ବାଘ ଛାଲ ଜବତ, ଅଭିଯୁକ୍ତ ଗିରଫ

ରାୟଗଡ଼ା ଅଫିସ,୨୬ା୫: ସ୍ପେଶାଲ ଟାସ୍କ ଫୋର୍ସ(ଏସ୍‌ଟିଏଫ୍‌) ଟିମ୍‌ ଦ୍ୱାରା ଗୁରୁବାର ରାୟଗଡ଼ାରୁ ୩ କଲରାପତରିଆ ବାଘ ଛାଲ ଜବତ କରାଯାଇଛି। ଘଟଣାରେ ସମ୍ପୃକ୍ତ ଡମ୍ବୁରୁଧର ମାଝିଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଛି। ରାୟଗଡ଼ା ଜିଲା କାଶୀପୁର ବ୍ଲକ ଟିକିରି ଥାନା ଅନ୍ତର୍ଗତ ନାକଟିଗୁଡ଼ା ହୁଣ୍ଡିବର ଗ୍ରାମରେ ଅଭିଯୁକ୍ତ ଡମ୍ବୁରୁଧରଙ୍କ ଘର ବୋଲି ଜଣାପଡିଛି। ଏଥିସହ ଜବତ ବାଘଛାଲକୁ ପରୀକ୍ଷା ନିମନ୍ତେ ଡେରାଡୁନ୍‌ସ୍ଥିତ ବନ୍ୟଜନ୍ତୁ ପରୀକ୍ଷାଗାରକୁ ପଠାଯିବ ବୋଲି ଏସ୍‌ଟିଏଫ୍‌ ତରଫରୁ ଗଣମାଧ୍ୟମକୁ ସୂଚନା ଦିଆଯାଇଛି। ଏସ୍‌ଟିଏଫ୍‌ ଟିମ୍‌ ପକ୍ଷରୁ ପ୍ରେସ୍‌ ବିଜ୍ଞପ୍ତିରେ ଉଲ୍ଲେଖ ରହିଛି, ଏକ ବିଶେଷ ସୂତ୍ରରୁ ଖବର ପାଇ ଏସ୍‌ଟିଏଫ୍‌ ଟିମ୍‌ ଗୁରୁବାର ୩୨୬ନମ୍ବର ଜାତୀୟ ରାଜପଥର ରାୟଗଡ଼ା ଜିଲା ସଦର ଥାନା ଅନ୍ତର୍ଗତ ଶିରିଗୁଡ଼ା ନିକଟସ୍ଥ ସ୍ବର୍ଗଧାମ ଛକଠାରେ ଡମ୍ବୁରୁଧର ନାମକ ଅଭିଯୁକ୍ତ ଶୀକାର କରି ଆଣିଥିବା ବାଘ ଛାଲର ଡିଲ୍‌ କରୁଥିଲେ। ଏହି ସମୟରେ ଏସ୍‌ଟିଏଫ ଟିମ୍‌ ଅଚାନକ ଚଢାଉ କରି ଘଟଣାସ୍ଥଳରୁ ଡମ୍ବୁରୁଧରଙ୍କୁ ଗିରଫ କରିବା ସହ ତାଙ୍କଠାରୁ ୩ଟି ବାଘ ଛାଲ ସହ ଅନ୍ୟ କିଛି ଆପରାଧିକ ସାମଗ୍ରୀ ଜବତ କରିଥିଲା। ଗିରଫ ପରେ ରାୟଗଡ଼ା ଏସ୍‌ଡିଜେଏମ୍‌ଙ୍କ କୋର୍ଟ ଚାଲାଣ କରାଯାଇଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri